Posted inଖେଳ

ଶେଷରେ ଭାରତ ଫେରୁଛନ୍ତି ଚାମ୍ପିୟନ୍‌ ଟିମ୍‌: ବିମାନରେ ଟ୍ରଫି ସହ ଫଟୋ କ୍ରେଜ୍‌

ବାର୍ବାଡୋସ୍‌,୩।୭: ଶେଷରେ ଓ୍ବେଷ୍ଟଇଣ୍ଡିଜ୍‌ରୁ ଭାରତୀୟ ଦଳ ଘରକୁ ଫେରୁଛି। ବାର୍ବାଡୋସ୍‌ରେ ଘୂର୍ଣ୍ଣିବଳୟ ବେରିଲ ଯୋଗୁ ଭାରତୀୟ ଦଳ ସେଠାରେ ଅଟକି ରହିଥିଲେ। ବର୍ତ୍ତମାନ ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ ଭାରତୀୟ ଖେଳାଳିଙ୍କୁ ଧରି ଭାରତ ଅଭିମୁଖେ ବାହାରିଛି। ଆସନ୍ତାକାଲି ସକାଳ ସୁଦ୍ଧା ଭାରତରେ ପହଞ୍ଚିବ। ଶନିବାର ଟି-୨୦ ବିଶ୍ୱକପ ୨୦୨୪ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ରୋହିତ ଶର୍ମାଙ୍କ ଦଳ ଟାଇଟଲ ଜିତିଛି।
ଟିମ ଇଣ୍ଡିଆ ରବିବାର ଭାରତ ପେରିବାର ଥିଲା, କିନ୍ତୁ ବେରିଲ କାରଣରୁ ସେମାନଙ୍କୁ ସେଠାରେ ରହିବାକୁ ପଡିଥିଲା। ବାର୍ବାଡୋସ୍‌ରେ ଘୂର୍ଣ୍ଣିବଳୟର ଆଶଙ୍କା ସରକାରଙ୍କୁ ବିମାନବନ୍ଦର ବନ୍ଦ କରିବାକୁ ବାଧ୍ୟ କରିଥିଲା ଏବଂ ସମସ୍ତ ବିମାନ ବାତିଲ କରାଯାଇଥିଲା। ଏହା ପୂର୍ବରୁ ଟିମ ଇଣ୍ଡିଆ ବୁଧବାର ଘରକୁ ଫେରିବ ବୋଲି ପ୍ରକାଶ ପାଇଥିଲା। ଶେଷରେ ଭାରତୀୟ ଖେଳାଳିମାନେ ବିମାନରେ ଚଢିଛନ୍ତି ଏବଂ ସେମାନଙ୍କ ଦେଶକୁ ଫେରିବା ଯାତ୍ରା ଆରମ୍ଭ ହୋଇଛି। ଅଧିକାଂଶ ଖେଳାଳି ବିମାନରେ ଟ୍ରଫି ସହ ଫଟୋ ଶେୟାର କରିଛନ୍ତି। ଖେଳାଳିମାନେ ଗୁରୁବାର ସକାଳ ୬ଟାରେ ଦିଲ୍ଲୀରେ ପହଞ୍ଚିବେ ବୋଲି ଆଶା କରାଯାଉଛି। ଏହା ପରେ ଭାରତୀୟ ଖେଳାଳିମାନେ ଗୁରୁବାର ସକାଳ ୧୧ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କୁ ସମ୍ମାନିତ କରିବେ। ଏହାପୂର୍ବରୁ ଭାରତୀୟ ଖେଳାଳିମାନେ ଦିଲ୍ଲୀରେ ଏକ ରୋଡ ଶୋ’ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମହିଳା ଟି୨୦ ବିଶ୍ୱକପ: ନ୍ୟୁଜିଲାଣ୍ଡଠାରୁ ହାରିଲା ଭାରତ

ଦୁବାଇ, ୪।୧୦: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପରେ ଭାରତ ପରାଜୟ ସହ ଅଭିଯାନ ଆରମ୍ଭ କରିଛି। ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ହରମନପ୍ରୀତ କୌରଙ୍କ ଦଳ...

ଓଡ଼ିଶା ରଣଜୀ ଦଳ ଘୋଷିତ: ଗୋବିନ୍ଦ ପୋଦ୍ଦାର ଅଧିନାୟକ

ଭୁବନେଶ୍ୱର, ୪।୧୦ (ତପନ ସ୍ବାଇଁ): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ଘରୋଇ କ୍ରିକେଟର ସର୍ବୋଚ୍ଚ ଟୁର୍ନାମେଣ୍ଟ ରଣଜୀ ଟ୍ରଫି ୨୦୨୪-୨୫ ସିଜନର ପ୍ରଥମ ୨ଟି ମ୍ୟାଚ...

ସାହାଣୀ କପ ଫୁଟବଲ: ରାଉରକେଲାକୁ ହରାଇ ବରଗଡ଼ ଫାଇନାଲରେ

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଫୁଟବଲ ଆସୋସିଏସନ ଅଫ ଓଡ଼ିଶା ଓ ବରଗଡ଼ ଜିଲା କ୍ରୀଡ଼ା ସଂସଦର ମିଳିତ ଆୟୋଜନରେ ଅନୁଷ୍ଠିତ...

ରିଷଭ ପନ୍ତଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ନୂଆଦିଳ୍ଲୀ,୪।୧୦:ଭାରତୀୟ କ୍ରିକେଟର୍‌ ରିଷଭ ପନ୍ତ ଆଜି ୨୮ ବର୍ଷରେ ପଦାର୍ପଣ କରିଛନ୍ତି। ପନ୍ତ ୪ ଅକ୍ଟୋବର ୧୯୯୭ରେ ଉତ୍ତରାଖଣ୍ଡର ରୁର୍‌କିରେ ଜନ୍ମଗ୍ରହଣ କରିଥିଲେ। ପନ୍ତ ନିଜର...

କାଙ୍ଗାଳ ପାକିସ୍ତାନ: ୪ ମାସ ହେବ କ୍ରିକେଟର୍‌ଙ୍କୁ ମିଳିନି ଦରମା

ଇସଲାମାବାଦ୍‌,୪।୧୦: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ରେ ବିବାଦ ଶେଷ ହେବାର ନାଁ ଧରୁନି। ପାକିସ୍ତାନର ଅନେକ ତାରକା ଖେଳାଳିଙ୍କୁ ଗତ ଚାରିମାସ ଧରି ଦରମା ଦିଆଯାଇ...

ଶାମିଙ୍କ ଉପରେ ବଡ଼ ଅଭିଯୋଗ ଆଣିଲେ ପତ୍ନୀ ହସିନ ଜହାଁ, ଝିଅଙ୍କ…

ନୂଆଦିଲ୍ଲୀ,୪।୧୦: ଭାରତୀୟ ତାରକା ବୋଲର୍‌ ମହମ୍ମଦ ଶାମିଙ୍କ ଉପରେ ଗମ୍ଭୀର ଅଭିଯୋଗ ଲଗାଇଛନ୍ତି ପତ୍ନୀ ହସିନ ଜହାଁ। ଝିଅ ଆୟରାଙ୍କ ପାସପୋର୍ଟ କରିବାକୁ ଶାମି ସହଯୋଗ...

ଅଷ୍ଟ୍ରେଲିଆ ଗସ୍ତ ପୂର୍ବରୁ କୋହଲିଙ୍କ ହୁଙ୍କାର: ଯୁଦ୍ଧ ଏବେ…

ନୂଆଦିଲ୍ଲୀ,୪।୧୦: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫି ଖେଳାଯିବ। ଏହି ଟ୍ରଫି ଅଧୀନରେ ଭାରତ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଯାଉଛି।...

ମୋଦିଙ୍କୁ ଦେଖି ଏମିତି ପ୍ରତିକ୍ରିୟା ଦେଲେ ‘ଦ ୟୁନିଭର୍ସ ବସ୍‌’: ଭିଡିଓ ହେଉଛି ଭାଇରାଲ୍‌..

ନୂଆଦିଲ୍ଲୀ,୪।୧୦: ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାମାଇକାରେ ପ୍ରଧାନମନ୍ତ୍ରୀ ଆଣ୍ଡ୍ରିୟୁ ହୋଲେନ୍ସଙ୍କୁ ଭେଟିଛନ୍ତି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି, ନୂଆଦିଲ୍ଲୀରେ ଜାମାଇକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri