Posted inଜାତୀୟ

ମୋଦି କାହିଁକି ଗାଳି ଖାଉଛି: ରାଜ୍ୟ ସଭାରେ କାହିଁକି ଏମିତି କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩।୭: ରାଜ୍ୟ ସଭାରେ ନିଜ ଅଭିଭାଷଣରେ ପ୍ରଧାନମନ୍ତ୍ରୀ ମୋଦି ଆମ ଆଦମୀ ପାର୍ଟି(ଏଏପି)ଏବଂ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଅନୁସନ୍ଧାନକାରୀ ସଂସ୍ଥା ବିରୋଧରେ ଅଭିଯୋଗ ଆସିଛି। କୁହାଯାଉଛି ଯେ, କେନ୍ଦ୍ର ସରକାର ଅନୁସନ୍ଧାନକାରୀ ସଂସ୍ଥାଗୁଡ଼ିକର ଅପବ୍ୟବହାର କରୁଛନ୍ତି। ଏଏପି ମଦ ସ୍କାମ କରିଛି, ଏଏପି ଦୁର୍ନୀତି କରିଛି, ଏଏପି ଶ୍ରେଣୀଗୃହ ନିର୍ମାଣରେ ସ୍କାମ କରିଛି, ଏଏପି ଜଳ ସ୍କାମ କରିଛି। କଂଗ୍ରେସ ଏଏପି ନାଁରେ ଏସବୁ ଅଭିଯୋଗ କରି କୋର୍ଟ ପର୍ଯ୍ୟନ୍ତ ଟାଣି ଆଣିଛି। କିନ୍ତୁ ଯଦି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ତେବେ ମୋଦିଙ୍କୁ ଗାଳି ଦିଆଯାଉଛି।
ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ବର୍ତ୍ତମାନ ଏଏପି ଏବଂ କଂଗ୍ରେସ ସାଥୀ ହୋଇଯାଇଛନ୍ତି। ଯଦି ଏଏପିର ସାହସ ଅଛି, ତେବେ କଂଗ୍ରେସ ପାର୍ଟିକୁ ଜବାବ ମାଗୁ। କଂଗ୍ରେସ ଦେଶକୁ କହିବା ଉଚିତ ଯେ, ଏଏପିର ଦୁର୍ନୀତିର ସମସ୍ତ ପ୍ରମାଣ ଯାହା ସାମ୍ବାଦିକ ସମ୍ମିଳନୀରେ ଦେଶକୁ ଉପସ୍ଥାପନ କରିଛି ତାହା ସତ କି ମିଥ୍ୟା?
ପ୍ରଧାନମନ୍ତ୍ରୀ କହିଛନ୍ତି, ମୁଁ ଏହା ବିନା ଦ୍ୱିଧାରେ କହୁଛି, ଦୁର୍ନୀତି ଏବଂ ଦୁର୍ନୀତିଗ୍ରସ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଆମେ ଏଜେନ୍ସିଗୁଡ଼ିକୁ ଖୋଲା ଅଧିକାର ପ୍ରଦାନ କରିଛୁ। ସେମାନେ ସଚ୍ଚୋଟ ଭାବରେ କାର୍ଯ୍ୟ କରିବା ଉଚିତ୍‌। କୌଣସି ଦୁର୍ନୀତିଗ୍ରସ୍ତ ବ୍ୟକ୍ତି ରକ୍ଷା ପାଇବେ ନାହିଁ, ଏହା ହେଉଛି ମୋଦିଙ୍କ ଗ୍ୟାରେଣ୍ଟି।


Enter your email to get our daily news in your inbox.

All Right Reserved By Dharitri.Com

ୟୁପି ମର୍ମନ୍ତୁଦ ଦୁର୍ଘଟଣା: ମୃତକଙ୍କ ପରିବାର ପାଇଁ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ମିର୍ଜାପୁର,୪ା୧୦: ଉତ୍ତରପ୍ରଦେଶର ମିର୍ଜାପୁରରେ  ଶ୍ରମିକମାନଙ୍କୁ ନେଇ ଯାଉଥିବା ଏକ ଟ୍ରାକ୍ଟରକୁ ଟ୍ରକ୍‌ ଧକ୍କା ଦେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୩ ଜଣ...

ଲଗେଜ୍‌ ହଜାଇ ଦେଲେ ଅନୁଷ୍କା ଶଙ୍କର: ସହାର୍ଯ୍ୟ ପାଇଁ କରିଥିଲେ…

ନୂଆଦିଲ୍ଲୀ,୪ା୧୦: ଖ୍ୟାତନାମା ସିତାର ବାଦକ ଅନୁଷ୍କା ଶଙ୍କର ଜର୍ମାନୀର ବର୍ଲିନ୍‌ରେ ତାଙ୍କ ଲଗେଜ୍‌ ହଜାଇ ସାହାଯ୍ୟ ପାଇଁ ଚିତ୍କାର କରୁଥିବା ଦେଖାଯାଇଥିଲା, ଯାହା ଅନେକ ସୋସିଆଲ...

ମହାରାଷ୍ଟ୍ରରେ ଯୁବତୀଙ୍କୁ ଗଣବଳାତ୍କାର

ପୁଣେ,୪ା୧୦: ମହାରାଷ୍ଟ୍ରର ପୁଣେରେ ଜଣେ ୨୧ ବର୍ଷୀୟା ଯୁବତୀଙ୍କୁ ୩ ଜଣ ଯୁବକ ଗଣବଳାତ୍କାର କରିଛନ୍ତି। ଯୁବତୀ ଜଣକ ତାଙ୍କର ବନ୍ଧୁଙ୍କ ସହ ବୋପଦେବ ଘାଟ...

ବଡ଼ଧରଣର ଏନ୍‌କାଉଣ୍ଟର: ଗଡ଼ିଲା ଗୋଟିଏ ପରେ ଗୋଟିଏ ମାଓବାଦୀଙ୍କ ମୁଣ୍ଡ

ଦାନ୍ତଓ୍ବୋଡ଼ା,୪।୧୦: ଓଡ଼ିଶା ସିମାନ୍ତ ଛତିଶଗଡ଼ ଦାନ୍ତେୱାଡ଼ାରେ ଶୁକ୍ରବାର ସୁରକ୍ଷା କର୍ମୀଙ୍କୁ ଏକ ବଡ଼ଧରଣର ସଫଳତା ମିଳିଛି। ସୁରକ୍ଷା କର୍ମୀଙ୍କ ଏନ୍‌କାଉଣ୍ଟରରେ ୩୬ଜଣ ମାଓବାଦୀ ନିହତ ହୋଇଥିବା...

ଏନସିପିର ଏକମାତ୍ର ବିଧାୟକ ଏବେ ଭାଜପାରେ

ରାଞ୍ଚି,୪।୧୦: ଝାଡ଼ଖଣ୍ଡ ଏନସିପି (ଅଜିତ ପାୱାର) ବିଧାୟକ ତଥା ଦଳର ରାଜ୍ୟ ସଭାପତି କମଲେଶ କୁମାର ସିଂ ଶୁକ୍ରବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି।...

ବଡ଼ ଭବିଷ୍ୟବାଣୀ: ମୁଖ୍ୟମନ୍ତ୍ରୀ ନୁହେଁ ପ୍ରଧାନମନ୍ତ୍ରୀ ହେବେ ପ୍ରଶାନ୍ତ କିଶୋର

ରୋହତାସ,୪।୧୦: ନିର୍ବାଚନ ରାଜନୀତିର ଚାଣକ୍ୟ ଭାବେ ବିବେଚିତ ପ୍ରଶାନ୍ତ କିଶୋର ଜନ ସୁରାଜ ନାମକ ଏକ ଦଳ ଘୋଷଣା କରିଛନ୍ତି। ପିକେଙ୍କ ଏହି ନିଷ୍ପତ୍ତିକୁ ନେଇ...

ନୀତୀଶ କୁମାରଙ୍କ ବଡ଼ ଘୋଷଣା: ବିଜୟା ଦଶମୀ ପୂର୍ବରୁ…

ପାଟନା,୪।୧୦: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ବନ୍ୟା ପୀଡିତଙ୍କୁ ପ୍ରତ୍ୟେକଙ୍କୁ ୭ ହଜାର ଟଙ୍କା ଦିଆଯିବ। ଶୁକ୍ରବାର ଅପରାହ୍ନରେ...

୫ ହଜାର ନୁହେଁ ମହିଳାଙ୍କ ଖାତାକୁ ଯିବ ୫୦ହଜାର ଟଙ୍କା, ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ସରକାର ମହିଳାଙ୍କ ପାଇଁ ବହୁ କଲ୍ୟାଣକାରୀ ଯୋଜନା ଆରମ୍ଭ କରିଛନ୍ତି। ଏହା ଅଧୀନରେ କେନ୍ଦ୍ର ସରକାର ମହିଳା ସଶକ୍ତିକରଣ ଲକ୍ଷ୍ୟରେ ଆଉ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri