ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ହେବନି ସ୍ଥାୟୀ ନିର୍ମାଣ: ହାଇକୋର୍ଟ

କଟକ,୩ା୭ (କାର୍ତ୍ତିକ ସାହୁ): ପୁରୀ ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ମୁଖ୍ୟ ରାସ୍ତା ପାର୍ଶ୍ୱରେ କୌଣସି ସ୍ଥାୟୀ ନିର୍ମାଣ ହେବ ନାହିଁ। ଏପରିକି ବ୍ୟବସାୟିକ ଉଦ୍ଦେଶ୍ୟରେ କୌଣସି ଅସ୍ଥାୟୀ ନିର୍ମାଣ ପାଇଁ ମଧ୍ୟ ଅନୁମତି ମିଳିବ ନାହିଁ। ହାଇକୋର୍ଟର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଏବଂ ବିଚାରପତି ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ବୁଧବାର ଏ ସଂକ୍ରାନ୍ତୀୟ ମାମଲାର ଶୁଣାଣି କରି ପୁରୀ ପୌରସଂସ୍ଥାକୁ ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ କଡ଼ାକଡ଼ି ପାଳନ କରିବା ପାଇଁ ମଧ୍ୟ ହାଇକୋର୍ଟ ତାଙ୍କ ଆଦେଶରେ ସ୍ପଷ୍ଟ କରିଛନ୍ତି।
ମାମଲାର ବିବରଣୀ ଅନୁସାରେ, ରଥଯାତ୍ରାକୁ ଦୃଷ୍ଟିରେ ରଖି ପୁରୀ ପୌରସଂସ୍ଥା ପକ୍ଷରୁ ଅସ୍ଥାୟୀ ଷ୍ଟଲ୍‌ ଖୋଲିବା ଲାଗି ଏକ ଟେଣ୍ଡର ଆହ୍ବାନ କରାଯାଇଥିଲା। ଏହାକୁ ଚାଲେଞ୍ଜ କରି ଆବେଦନକାରୀ ରଜତ କୁମାର ସାହୁ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାୟର କରିଥିଲେ। ପୁରୀକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା ଜାତୀୟ ରାଜପଥ ଭାବେ ଘୋଷଣା କରାଯାଇଥିବାରୁ ଏହା ପାର୍ଶ୍ୱରେ କୌଣସି ନିର୍ମାଣ କାର୍ଯ୍ୟ ପାଇଁ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ଅନୁମତି ଆବଶ୍ୟକ ପଡ଼ିପାରେ। ରାଜପଥ କର୍ତ୍ତୃପକ୍ଷଙ୍କ ବିନା ଅନୁମତିରେ କୌଣସି ଅସ୍ଥାୟୀ ନିର୍ମାଣ ବା ବ୍ୟବସାୟିକ ଷ୍ଟଲ ଖୋଲାଯାଇପାରିବ ନାହିଁ ବୋଲି ନିୟମ ରହିଥିବା ଆବେଦନକାରୀ ପିଟିଶନ୍‌ରେ ଦର୍ଶାଇଥିଲେ। ତେବେ ମାମଲାରେ ପକ୍ଷ ରଖିବାକୁ ଯାଇ ପୁରୀ ପୌରସଂସ୍ଥା ପକ୍ଷରୁ ମଙ୍ଗଳବାର ହାଇକୋର୍ଟରେ ସତ୍ୟପାଠ ଦାଖଲ କରାଯାଇଥିଲା। କୌଣସି ପ୍ରକାର ଅସ୍ଥାୟୀ ଷ୍ଟଲ ବା ନିର୍ମାଣ କରାଯିବ ନାହିଁ ବୋଲି ସତ୍ୟପାଠରେ ଦର୍ଶାଯାଇଥିଲା। ହାଇକୋର୍ଟ ଉକ୍ତ ସତ୍ୟପାଠକୁ ଗ୍ରହଣ କରି ଉପରୋକ୍ତ ଆଦେଶ ଦେବା ସହ ମାମଲାର ଅନ୍ତ ଘଟାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ଡେଙ୍ଗୁ ଆତଙ୍କ : ୨୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ଜଣେ ମହିଳା ମୃତ

ନାରାୟଣପାଟଣା,୨୩ା୮(ରାଜକିଶୋର ଜେନା): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ୍‌ରେ ବର୍ତ୍ତମାନ ଡେଙ୍ଗୁ ଆତଙ୍କ ଖେଳାଇଛି। ଗତ କିଛିଦିନ ମଧ୍ୟରେ ବ୍ଲକ୍‌ରେ ଏକାଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି।...

କଲେଜ ଛାତ୍ରୀଙ୍କୁ ଅସଦାଚରଣ: ଧନ୍ଦାମୂଳକ ତାଲିମଦାତା ଗିରଫ

ରାଉରକେଲା,୪।୧୦(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅଧୀନ ଏକ ପ୍ରତିଷ୍ଠିତ କଲେଜର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ କଲେଜର ଧନ୍ଦାମୂଳକ ତାଲିମଦାତାଙ୍କୁ ପୋଲିସ ଗିରଫ କରିଛି। ଗିରଫ...

ପଢୁଥିଲେ ପାଠ, ମହମବତୀରୁ ନିଆଁ ଲାଗି ଜଳିଗଲା ଘର

ବ୍ରାହ୍ମଣୀଗାଁ,୪ା୧୦(ମନୋରଞ୍ଜନ ରଣା): ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ବୁଜୁଲି ଗ୍ରାମରେ ବି.ଫେର୍ନାନ୍ଦ ବଳିଆର ସିଂଙ୍କ ଘରେ ମହମବତୀରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ିଯାଇଛି।...

ଓଡ଼ିଶା କନ୍‌ଷ୍ଟେବଲ୍‌ ନିଯୁକ୍ତି: ବୟସ ସୀମାକୁ ନେଇ ବଡ଼ ରାୟ ଦେଲେ ହାଇକୋର୍ଟ

କଟକ, ୪।୧୦: ଓଡ଼ିଶା ପୋଲିସ କନ୍‌ଷ୍ଟେବଲ୍‌ ନିଯୁକ୍ତି ପାଇଁ ଆବେଦନ ଚାଲିଥିବା ବେଳେ ବୟସ ସୀମାକୁ ନେଇ ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ରାଜ୍ୟର ସବୁ...

ବନ ବିଭାଗର ବିଫଳତା: ପୁଣି ଜୀବନ ନେଲା ରେଡିଓକୁଲାର ଲାଗିଥିବା ଦନ୍ତା

ବଣାଇଁ,୪।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନଖଣ୍ଡ କୋଇଡ଼ା ରେଞ୍ଜ ଅଧୀନ ପାଟମୁଣ୍ଡା ଗ୍ରାମରେ ଆତଙ୍କ ସୃଷ୍ଟି କରିଥିବା ଗୋଠଛଡା ଦନ୍ତା ପୁଣି ଉତ୍ପାତ ମଚାଇ...

କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼

ଗୋଲାମୁଣ୍ଡା,୧।୧୦(ବଟକୃଷ୍ଣ ପଣ୍ଡା): ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡ଼ିକୁ ଶୁକ୍ରବାର ଅଣ୍ଡାମାଡ଼ ହୋଇଛି । ନିଜ ନିର୍ବାଚନମଣ୍ଡଳୀରେ କିଛି ଯୁବକ ତାଙ୍କ ଗାଡ଼ି ଉପରକୁ...

ସୃଷ୍ଟିହେଲା ଲଘୁଚାପ: ମା’ଙ୍କ ଆଗମନରେ ଭିଜିପାରେ ଓଡ଼ିଶା

ଭୁବନେଶ୍ୱର,୪।୧୦: ଉତ୍ତର ବଙ୍ଗୋପସାଗରରେ ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଗାମୀ ୭ ଦିନ ରାଜ୍ୟରେ କିଛି ଅଞ୍ଚଳରେ ହାଲୁକାରୁ...

ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କୁ ଆକ୍ରମଣ କରି ଟଙ୍କା ଲୁଟ

ବାଲିପାଟଣା,୪।୧୦: ଖୋର୍ଦ୍ଧା ଜିଲା ବାଲିପାଟଣା ଥାନା ବଦଳା ହାଇସ୍କୁଲ ନିକଟରେ ଶୁକ୍ରବାର କେତେକ ଦୁବୃର୍ତ୍ତ ଜଣେ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କୁ ଆକ୍ରମଣ କରି ଟଙ୍କା ଲୁଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri