ରଥଯାତ୍ରା ପାଇଁ ସ୍ବତନ୍ତ୍ର ଟ୍ରେନ୍‌ ବ୍ୟବସ୍ଥା, ରାଜ୍ୟରେ ଗଡ଼ିବ ଏତିକି ଟ୍ରେନ୍‌

ପୁରୀ,୩ା୭: ପୁରୀ ରଥଯାତ୍ରା ପାଇଁ ରାଜ୍ୟରେ ଗଡ଼ିବ ସ୍ବତନ୍ତ୍ର ଟ୍ରେନ୍‌। ବିଶ୍ୱପ୍ରସିଦ୍ଧ ଏହି ରଥଯାତ୍ରା ପାଇଁ ୩୧୫ରୁ ଊର୍ଦ୍ଧ୍ୱ ସ୍ବତନ୍ତ୍ର ଟ୍ରେନ୍‌ ବ୍ୟବସ୍ଥା କରାଯାଇଛି। ପୂର୍ବତଟ ରେଳପଥ ପକ୍ଷରୁ ରାଜ୍ୟ ସହ ପଡ଼ୋଶୀ ରାଜ୍ୟରୁ ପୁରୀକୁ ଟ୍ରେନ୍‌ ଚଳାଚଳ କରିବା ପାଇଁ ସୂଚନା ଦିଆଯାଇଛି। ବାଦାମପାହାଡ଼, ରାଉରକେଲା, ବାଲେଶ୍ୱର, ସମ୍ବଲପୁରରୁ ସ୍ବତନ୍ତ୍ର ଟ୍ରେନ୍‌ ବ୍ୟବସ୍ଥା ହୋଇଥିବା ବେଳେ ଦଶପଲ୍ଲା, ପାରାଦୀପ, ଜୁନାଗଡ଼ ରୋଡ୍‌ରୁ ପୁରୀକୁ ମଧ୍ୟ ସ୍ବତନ୍ତ୍ର ଟ୍ରେନ୍‌ ଗଡ଼ିବ। ସେହିପରି କେନ୍ଦୁଝରଗଡ଼, ଭଦ୍ରକ, ଅନୁଗୋଳ, ଗୁଣୁପୁରରୁ ଗଡ଼ିବ ସ୍ବତନ୍ତ୍ର ଟ୍ରେନ୍‌। ବାଙ୍ଗିରିପୋଷି ଓ ଖୋର୍ଦ୍ଧା ରୋଡ୍‌ରୁ ପୁରୀକୁ ସ୍ବତନ୍ତ୍ର ଟ୍ରେନ୍‌ ବ୍ୟବସ୍ଥା ରହିଛି। ଛତିଶଗଡ଼ର ଜଗଦଲପୁର ଓ ରାୟପୁରରୁ ପୁରୀ ପାଇଁ ମଧ୍ୟ ସ୍ବତନ୍ତ୍ର ଟ୍ରେନ ଗଡ଼ିବ। ଅନ୍ୟପକ୍ଷରେ ବିଶାଖାପାଟଣା, ପଲାସା, ସମପେଟା, ମାଲଦା, ସିଆଲଦାରୁ ପୁରୀକୁ ଟ୍ରେନ୍‌ ଗଡ଼ିବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ସେବାଶ୍ରମକୁ ଜାଳିଦେଲେ ଦୁର୍ବୃତ୍ତ: ଅଭିଯୁକ୍ତଙ୍କୁ ଗିରଫ ଦାବି

ଅମରପାଲି,୫।୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ଜାଲୋଏ ଗ୍ରାମ ପଞ୍ଚାୟତର ଘିକୁଣ୍ଡି ଗ୍ରାମରେ ଥିବା ମା’ ମାହେଶ୍ୱରୀ ଗୋ-ସେବାଶ୍ରମକୁ କେତେଜଣ ଦୁର୍ବୃତ୍ତ ଜାଳିଦେବା...

ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବଙ୍କ ଗସ୍ତକୁ ନେଇ ଗଣମାଧ୍ୟମକୁ ଉପେକ୍ଷା

ଅମରପାଲି,୫।୧୦(ପୀତାମ୍ବର ସାହୁ):ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଯାମିନି ଷଡଙ୍ଗୀ ସୁବର୍ଣ୍ଣପୁର ଜିଲା ଗସ୍ତ ବେଳେ ବୀରମହାରାଜପୁର ବ୍ଲକର ବିଭିନ୍ନ ଯୋଜନା, ପ୍ରକଳ୍ପ ଏବଂ...

ମା’ ସମଲେଶ୍ବରୀଙ୍କ ଚନ୍ଦ୍ରଘଣ୍ଟା ବେଶ: ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ଶନିବାର ମା’ ସମଲେଶ୍ବରୀ ଚନ୍ଦ୍ରଘଣ୍ଟା ବେଶରେ...

ମାସେ ହେଲା ବିନା ଡାକ୍ତରରେ ସେବା

ବ୍ରହ୍ମପୁର,୫ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଲୋକଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇବା ପାଇଁ ସରକାରଙ୍କ ତରଫରୁ ବିଭିନ୍ନ ଗ୍ରାମାଞ୍ଚଳରେ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ନିର୍ମାଣ କରାଯାଇଛି। ଅନେକ ସ୍ବାସ୍ଥ୍ୟକେନ୍ଦ୍ର...

ଡାହାଣୀ ସନ୍ଦେହ: ଭାଉଜଙ୍କୁ ହାଣି ହତ୍ୟାକଲେ ଦିଅର

ରାମଚନ୍ଦ୍ରପୁର,(ଗଣେଶ୍ୱର ସା)/ ଘସିପୁରା( ନିରଞ୍ଜନ ସାହୁ),୫ା୧୦: ଡାହାଣୀ ସନ୍ଦେହ କରି ଭାଉଜଙ୍କୁ ଟାଙ୍ଗିଆ ହାଣି ହତ୍ୟା କଲେ ଦିଅର। ଏଭଳି ନୃଶଂସ ହତ୍ୟାକାଣ୍ଡ ଘଟିଛି କେନ୍ଦୁଝର...

ମା’ଶାରଳାଙ୍କ ମନ୍ଦିରରେ ଘିଅର ମାନକୁ ନେଇ ଉଠିଲା ପ୍ରଶ୍ନ

ଜଗତ୍‌ସିଂହପୁର, ୫ା୧୦(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି ମା’ଶାରଳା। ଏହି ମନ୍ଦିରକୁ ପ୍ରତ୍ୟହ ଜିଲା ତଥା ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ସହସ୍ରାଧିକ...

ଫେରୁଛି ମୌସୁମୀ: ପାର୍ବଣରେ ପାଗ ଶୁଖିଲା

ଭୁବନେଶ୍ୱର,୫ା୧୦(ଅନୁରାଧା ମହାରଣା):ଉତ୍ତର ବଙ୍ଗୋପସାଗର ଏବଂ ବାଲାଂଦେଶ ଓ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଅଞ୍ଚଳରେ ଶୁକ୍ରବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ...

୭ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ବେଲପଡ଼ା, ୫ା୧୦(ମନୋଜ କୁମାର ମିଶ୍ର):ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ୍‌ରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ହୋଇଥିବା କାମର ବିଲ୍‌ କରିବା ପାଇଁ ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri