ପୋଖରୀରେ ବୁଡି ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ଗୁରୁବାର ଭୋରରୁ ପୋଖରୀରେ ବୁଡ଼ି ଜଣେ ବୃଦ୍ଧ ମୃତ୍ୟୁବରଣ କରିଛନ୍ତି। ମୃତକ ଜଣକ ହେଲେ ସିଙ୍ଗପୁର ଗ୍ରାମ କାଳୁପାତ୍ର ସାହିର ରଘୁ ସାହୁ(୭୦)। ରଘୁ ପ୍ରତିଦିନ ଭଳି ଗୁରୁବାର ଭୋରରେ ଗ୍ରାମରେ ଥିବା ରାଧି ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ। ପୋଖରୀରେ ଗାଧୋଉଥିବା ସମୟରେ ହଠାତ୍‌ ତାଙ୍କ ଗୋଡ ଖସି ଯିବାରୁ ସେ ପୋଖରୀର ଗଭୀର ପାଣି ଭିତରକୁ ଚାଲିଯାଇଥିଲେ। ପୋଖରୀରେ ଗାଧୋଉଥିବା କିଛି ଗ୍ରାମବାସୀ ରଘୁଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ରଘୁଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ପାଟପୁର ଥାନାରେ ଏତଲା ହେବା ପରେ ପାଟପୁର ଥାନା ଆଇଆଇସି ଅଜୟ କୁମାର ସାଇଁ ସଦଳବଳେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରସ୍‌ରେ ପହଞ୍ଚି ମୃତଦେହ ଜବତ କରିବା ସହ ଥାନା ଅପମୃତ୍ୟୁ ମାମଲା ନଂ.୭/୨୪ ଅନୁଯାୟୀ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲେ। ବ୍ୟବଚ୍ଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମରଣାନ୍ତକ ଆକ୍ରମଣ ଶିକାର ହୋଇଥିବା କନଷ୍ଟେବଳଙ୍କୁ ଭେଟିଲେ ଡିଜିପି

କଟକ,୫ା୧୦: ଜଣେ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ମରଣାନ୍ତକ ଆକ୍ରମଣର ଶିକାର ହୋଇଥିବା ବୁର୍ଲା ଥାନାର କନଷ୍ଟେବଳ ସରୋଜ ଭୋଇଙ୍କୁ ଡିଜିପି ଯୋଗେଶ ବାହାଦୂର ଖୁରାନିଆ...

କେନ୍ଦ୍ର ସରକାରଙ୍କ ବିରୋଧରେ ବର୍ଷିଲେ ସିପିଆଇଏମ୍‌ ନେତା

ତିହିଡ଼ି,୫ା୧୦(ସଞ୍ଜିତ ବଳ): ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇଏମ୍‌)ର ତିହିଡ଼ି ଆଞ୍ଚଳିକ ସମ୍ମିଳନୀ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଦଳର ନେତା ଓ କର୍ମୀମାନେ ତିହିଡ଼ି ଡାକବଙ୍ଗଳାଠାରୁ...

ମା’ ଶାରଳାଙ୍କ ମନ୍ଦିରରେ ବଦଳିଲା ଘିଅ

ଜଗତସିଂହପୁର,୫ା୧୦: ଜଗତସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳା ମନ୍ଦିରରେ ବ୍ୟବହୃତ ଘିଅ ବଦଳାଯାଇଛି। ଭଣ୍ଡାରରେ ଗଚ୍ଛିତ ଥିବା ୨୫ ଟିଣ ଫେରସ୍ତ ପରେ ମନ୍ଦିର...

ତାତିଲେ ମହିଳା, ଏକାଠି ହୋଇ ନଷ୍ଟ କଲେ ବିପୁଳ ପରିମାଣର ମଦ

ବରଗଡ଼,୫ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ଖଲିଆପାଲି ସ୍କୁଲପଡ଼ାରେ ଚାଲିଥିବା କୁଚିଆ ମଦ ବିକ୍ରି ଉପରେ ପୋଲିସ କିମ୍ବା ଅବକାରୀ କିଛି ପଦକ୍ଷେପ ନ ନେବା...

ଦାରିଙ୍ଗବାଡ଼ିରେ ହେଲା ପ୍ରଚଣ୍ଡ ଶବ୍ଦ: ହଠାତ୍‌ ଥରିବାକୁ ଲାଗିଲା….

ଦାରିଙ୍ଗବାଡି, ୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶନିବାର ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ଫଳରେ ପ୍ରଚଣ୍ଡ ଶବ୍ଦ ସହ...

Featured Video Play Icon

ରାବଣପୋଡ଼ିରେ ହେବନି ବାଣ ପ୍ରତିଯୋଗିତା, ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

କଟକ,୫ା୧୦: ରାବଣପୋଡ଼ିରେ ଏଥର ଆଉ ହେବନି ବାଣ ପ୍ରତିଯୋଗିତା। ଏନେଇ ହାଇକୋର୍ଟ ସିଏମ୍‌ସି ଏବଂ ଜିଲା ପ୍ରଶାସନକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। କେବଳ ରଙ୍ଗୀନ ବାଣ...

ଚାଷୀନେତାଙ୍କୁ ଅଭ୍ୟାସଗତ ଅପରାଧୀ ଦର୍ଶାଇବା ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ, ସମର୍ଥନ ଜଣାଇଲା ଓକିଲ ସଂଘ

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସଂଯୁକ୍ତ କୃଷକ ସଙ୍ଗଠନର ଉପଦେଷ୍ଟା ରମେଶ ମହାପାତ୍ରଙ୍କୁ ପୋଲିସ ଅସାମାଜିକ ଏବଂ ଅଭ୍ୟାସଗତ ଅପରାଧୀ ଦର୍ଶାଇବା ଘଟଣାକୁ ନେଇ ବିରୋଧ...

ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ: ଉପଜିଲାପାଳଙ୍କ ନିକଟରେ ଫେରାଦ ହେଲେ ସମିତି ସଭ୍ୟ, ସରପଞ୍ଚ

କେସିଙ୍ଗା,୫।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ମନମୁଖୀ କାର୍ଯ୍ୟକଳାପକୁ ନେଇ ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥାପ୍ରସ୍ତାବ ପାଇଁ ୪୨ଜଣ ସମିତି ସଭ୍ୟ, ସରପଞ୍ଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri