ଆଣ୍ଠୁ ମାଡ଼ି ମୁଣ୍ଡିଆ ମାରି ଲୋକସେବା ଭବନକୁ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୭: ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ ପାଇଁ ଫୁଲ ଓ ରଙ୍ଗୋଲିରେ ସଜେଇ ହୋଇଥିଲା ଲୋକସେବା ଭବନ।   ତେବେ ଗୁରୁବାର ବିଧିବଦ୍ଧ ଭାବେ ଲୋକସେବା ଭବନରୁ କାର୍ଯ୍ୟ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି କାର୍ଯ୍ୟ ଆରମ୍ଭ ପୂର୍ବରୁ ମୁଖ୍ୟମନ୍ତ୍ରୀ ଆଣ୍ଠୁ ମାଡ଼ି ମୁଣ୍ଡିଆ ମାରି ଲୋକସେବା ଭବନରେ ପ୍ରବେଶ କରିଥିଲେ। ଏହା ପରେ କ୍ୟାବିନେଟ୍‌ ମନ୍ତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ପାଛୋଟି ନେଇଥିଲେ।

ଲୋକସେବା ଭବନରେ ବିଧିବଦ୍ଧ ଭାବରେ କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ । ଓଡ଼ିଆ ଅସ୍ମିତା ସଂରକ୍ଷଣ ଓ ପ୍ରସାରକୁ ଗୁରୁତ୍ୱ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସାହିତ୍ୟ, କଳା, ସଙ୍ଗୀତ ଓ ଲଳିତ କଳା ଏକାଡେମୀର ପୁନଃଗଠନ ହେବା ନେଇ ସେ କହିଛନ୍ତି। ସବୁଠୁ ବଡ଼ କଥା ହେଲା ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ କରାଯିବ।
ଏଥିସହିତ ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ଏକ କମିଶନ ଗଠନ କରାଯିବ। ଭୌତିକ ପ୍ରଗତି ସହ ସାଂସ୍କୃତିକ ପ୍ରଗତି ପ୍ରତି ମଧ୍ୟ ଗୁରୁତ୍ୱ ଦିଆଯିବ। ପ୍ରତି ଜିଲାର କଳା ସଂସ୍କୃତିକୁ ପ୍ରୋତ୍ସାହନ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ବିଭିନ୍ନ ଐତିହ୍ୟ ପୀଠର ବିକାଶ ପ୍ରତି ରାଜ୍ୟ ସରକାର ଗୁରୁତ୍ୱ ଦେବେ। ଆବଶ୍ୟକ ପଡ଼ିଲେ ସରକାରୀ ଭାଷା ଆଇନରେ ପରିଣତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ଜୁନ୍‌ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋହନ। ସେ ଲୋକସେବା ଭବନର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଆସି ନ ଥିଲେ। ରାଜ୍ୟ ଅତିଥି ଭବନରେ ଅସ୍ଥାୟୀ କାର୍ଯ୍ୟାଳୟ ଖୋଲି କାର୍ଯ୍ୟ କରୁଥିଲେ। ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠର ନବୀକରଣ କରାଯାଇଥିଲା।

ରାଜ୍ୟ ଅତିଥି ଭବନ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ଥିବା ବେଳେ ମୁଖ୍ୟମନ୍ତ୍ରୀ ସେଠାରେ ବସି ବୈଠକ କରୁଥିଲେ। ମାତ୍ର ଗୁରୁବାରଠାରୁ ଲୋକସେବା ଭବନର ତୃତୀୟ ମହଲାରେ ଥିବା କାର୍ଯ୍ୟାଳୟରେ ବସି କାର୍ଯ୍ୟ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ, ପରୀକ୍ଷା ପାଇଁ ହଳଦୀ ଗୁଣ୍ଡର ନମୁନା ସଂଗ୍ରହ

ଦାରିଙ୍ଗବାଡ଼ି,୫ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ କନ୍ଧମାଳ ହଳଦୀ ନାମରେ ନକଲି ଗୁଣ୍ଡ ବିକ୍ରି କରାଯାଉଥିବା ଓ ଜୈବିକ ହଳଦୀ ନାମରେ ଲେବୁଲ...

ମରଣାନ୍ତକ ଆକ୍ରମଣ ଶିକାର ହୋଇଥିବା କନଷ୍ଟେବଳଙ୍କୁ ଭେଟିଲେ ଡିଜିପି

କଟକ,୫ା୧୦: ଜଣେ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ମରଣାନ୍ତକ ଆକ୍ରମଣର ଶିକାର ହୋଇଥିବା ବୁର୍ଲା ଥାନାର କନଷ୍ଟେବଳ ସରୋଜ ଭୋଇଙ୍କୁ ଡିଜିପି ଯୋଗେଶ ବାହାଦୂର ଖୁରାନିଆ...

ମା’ ଶାରଳାଙ୍କ ମନ୍ଦିରରେ ବଦଳିଲା ଘିଅ

ଜଗତସିଂହପୁର,୫ା୧୦: ଜଗତସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳା ମନ୍ଦିରରେ ବ୍ୟବହୃତ ଘିଅ ବଦଳାଯାଇଛି। ଭଣ୍ଡାରରେ ଗଚ୍ଛିତ ଥିବା ୨୫ ଟିଣ ଫେରସ୍ତ ପରେ ମନ୍ଦିର...

ଏହି ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୫।୧୦: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ୨ ଦିନ ବନ୍ଦ ରହିବ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ମୁଖ୍ୟମନ୍ତ୍ରୀ ଗୋଟିଏ ନିଷ୍ପତ୍ତି ପାଇଁ କେଉଁ ଚାରିଜଣଙ୍କୁ ପଚାରୁଛନ୍ତି? ତେର୍ଚ୍ଛାବାଣ ମାରିଲେ ପ୍ରସନ୍ନ, କହିଲେ…

ସମ୍ବଲପୁର,୫।୧୦: ପଶ୍ଚିମ ଓଡ଼ିଶାରେ ଜନସମ୍ପର୍କ ପଦଯାତ୍ରା ଚାଲିଥିବା ବେଳେ ଭାଜପାକୁ ଟାର୍ଗେଟ କରିଛନ୍ତି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ। ଦଳକୁ ମଜଭୁତ କରିବାକୁ ଜନସମ୍ପର୍କ ପଦଯାତ୍ରା କରୁଥିବା...

ପିଏମ୍‌ ଓ ସିଏମ କିଷାନକୁ କୃଷି ସଚିବଙ୍କ ବଡ଼ ବୟାନ : ଶୀଘ୍ରଶୀଘ୍ର କରନ୍ତୁ…

ଭୁବନେଶ୍ୱର, ୫।୧୦: ପିଏମ୍‌ ଓ ସିଏମ କିଷାନକୁ ନେଇ ଖୁସି ଖବର। ବଡ ବୟାନ ଦେଲେ କୃଷି ସଚିବ ଅରବିନ୍ଦ ପାଢୀ। ସଚିବ ପାଢ଼ୀ କହିଛନ୍ତି,ଯୋଜନାରୁ...

ନବୀନଙ୍କୁ ଧର୍ମେନ୍ଦ୍ରଙ୍କ କଡ଼ା ଟାର୍ଗେଟ୍‌, କହିଲେ ଲୋକେ ଯେଉଁ ଭୂମିକା ଦେଇଛନ୍ତି…

ଭୁବନେଶ୍ୱର,୫ା୧୦: ଶନିବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। କିଛିଦିନ ତଳେ ଭାଜପା...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ରାଜ୍ୟରେ…

ଭୁବନେଶ୍ୱର,୫ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଶହୀଦ ବାଜି ରାଉତଙ୍କ ଜୟନ୍ତୀକୁ ଏଣିକି ସରକାରୀସ୍ତରରେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri