ସିଏମଓରୁ ୪ ଅଫିସରଙ୍କୁ ହଟାଇଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ସେମାନେ କିଏ

ଭୁବନେଶ୍ୱର,୪।୭: ସିଏମଓରେ କାର୍ଯ୍ୟରତ ୪ ଅଫିସରଙ୍କୁ ଜିଏ ବିଭାଗକୁ ପଠାଯାଇଛି। ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବା ବେଳେ ଏହି ୪ ଅଫିସର ସିଏମଓରେ କାର୍ଯ୍ୟରତ ଥିଲେ। ସେମାନେ ହେଲେ ଲାଲା ମନୋଜ କୁମାର ରାୟ, ରବୀନ୍ଦ୍ର କୁମାର ସେଠୀ, ଶୁଭ୍ରାଂଶୁ ମିଶ୍ର ଏବଂ ମନୋଜ କୁମାର ସ୍ବାଇଁ ଜିଏକୁ ଫେରିଛନ୍ତି।

ଏହି ୪ଜଣ ଅଫିସର ନବୀନ ପଟ୍ଟନାୟକ ସରକାରରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବିଭାଗ ଦାୟିତ୍ୱରେ ରହି ସୁପର ମିନିଷ୍ଟର ଭଳି କାର୍ଯ୍ୟ କରୁଥିଲେ ବୋଲି ପାୱାର କରିଡରରେ ଚର୍ଚ୍ଚା ହେଉଛି।

ସୂଚନା ଅନୁସାରେ, ବରିଷ୍ଠ ଓଏଏସ ଲାଲା ମନୋଜ କୁମାର ରୟ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ରହି ସାଧାରଣ ପ୍ରଶାସନ, ସମବାୟ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ଅର୍ଥ ବିଭାଗର ଫାଇଲ ଦେଖୁଥିଲେ। ସେହିପରି ଓଏଏସ ଶୁଭ୍ରାଂଶୁ ମିଶ୍ରଙ୍କ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ଶ୍ରମ ଓ ଇଏସଆଇ, ଅନୁସୂଚିତ ଜାତି-ଜନଜାତି କଲ୍ୟାଣ, ବାଣିଜ୍ୟ ଓ ପରିବହନ ବିଭାଗ ଦାୟିତ୍ୱରେ ରହିଥିଲେ।

ସେହିପରି ଓଏଏସ ମନୋଜ କୁମାର ସ୍ବାଇଁ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ଯୋଜନା ଓ ସଂଯୋଜନ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ହସ୍ତତନ୍ତ ଓ ବୟନଶିଳ୍ପ, ଓ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଦାୟିତ୍ୱରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦଳିଦେବା ପରେ ମୃତଦେହକୁ ଜଗିରହିଲା ଦନ୍ତା: କାରଣ ଜାଣିଲେ…

ଦେବଗଡ଼,୫।୧୦(ଶଶାଙ୍କ ଶେଖର ଝାଙ୍କର) ଶୌଚ ପାଇଁ ଯାଇଥିବା ବେଳେ ଦଳି ଦେଲା ଦନ୍ତା । ଘଟଣାସ୍ଥଳରେ ହିଁ ଚାଲିଗଲା ବ୍ୟକ୍ତିଙ୍କ ଜୀବନ। ଦେବଗଡ଼ ବନଖଣ୍ଡ ରିଆମାଳ...

ଅଗ୍ନିବୀର ନିଯୁକ୍ତି ପାଇଁ ବଡ଼ ପ୍ରସ୍ତୁତି: ଡିସେମ୍ବର ୬ରୁ…

ରାଉରକେଲା,୫।୧୦(ବିପ୍ଳବ ରଞ୍ଜନ ଦାଶ): ଭାରତୀୟ ସେନା ପାଇଁ ହେବାକୁ ଥିବା ଅଗ୍ନିବୀର ନିଯୁକ୍ତି ମେଳା ଆୟୋଜନ ନେଇ ଏକ ଜିଲା ପ୍ରଶାସନ ସ୍ତରୀୟ ପ୍ରସ୍ତୁତି ବୈଠକ...

ମହିଳା ସଂଘ ଟଙ୍କା ଆତ୍ମସାତ ମାମଲା: ବ୍ୟାଙ୍କ ପିଅନଙ୍କୁ ଦୁଇ ବର୍ଷ ଜେଲ

ପୁରୁଷୋତ୍ତମପୁର,୫।୧୦(ସିମାଞ୍ଚଳ ମିଶ୍ର): ମହିଳା ସଂଘର ଜମାଟଙ୍କା ଆତ୍ମସାତ ମାମଲାର ଶନିବାର ରାୟ ପ୍ରକାଶ ପାଇଛି। ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ...

ପୁଣି ବିଜେଡିକୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ, କହିଲେ ଏଥର ଫାଇଭ ଟି…

ଭୁବନେଶ୍ୱର,୫।୧୦: ଫାଇଭ ଟି ରୂପାନ୍ତରିତ ସ୍କୁଲ ଯୋଜନାକୁ ନେଇ ବିଜେଡିକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଶିକ୍ଷକ ନିଯୁକ୍ତିପତ୍ର ବଣ୍ଟନ ସମାରୋହରେ ମୁଖ୍ୟମନ୍ତ୍ରୀ ଫାଇଭ...

ପାର୍ବଣରେ ଗଡ଼ିବନି ବସ୍‌

ଭୁବନେଶ୍ୱର,୫।୧୦: ପୂଜାରେ ଗଡ଼ିବନି ବସ୍‌। ଆଗାମୀ ୭ ତାରିଖ ସନ୍ଧ୍ୟା ଠାରୁ ୮ ତାରିଖ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ଦକ୍ଷିଣ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରେ...

ବସ୍ତିରେ ଝାଡ଼ୁ ମାରିଲେ ଧର୍ମେନ୍ଦ୍ର: ବାଣ୍ଟିଲେ ସୁଖଦୁଃଖ

ଭୁବନେଶ୍ୱର,୫।୧୦: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ବଛ ଭାରତ ଅଭିଯାନରେ ସଭିଏଁ ସାମିଲ ହେବାକୁ ଶନିବାର ଆହ୍ବାନ ଦେଇଛନ୍ତି। ଏହି ଅବସରରେ ସେ ବସ୍ତିରେ ଝାଡ଼ୁ ମାରିଛନ୍ତି।...

‘ସୁଭଦ୍ରା’ ଟଙ୍କାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌, ୭ ସୁଦ୍ଧା ଆବେଦନ କରିଥିଲେ…

ଭୁବନେଶ୍ୱର,୫।୧୦: ଆଉ ମାତ୍ର ୩ ଦିନ ପରେ ପୁଣି ଖାତାକୁ ଆସିବ ସୁଭଦ୍ରା ଯୋଜନା ଟଙ୍କା । ଦଶହରା ପୂର୍ବରୁ ମହିଳାମାନଙ୍କୁ ଭେଟି ଦେବାକୁ ଯାଉଛନ୍ତି...

ବିଦ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ: ୬୦ ଲକ୍ଷ ଟଙ୍କାର ଦୁର୍ନୀତି ଗନ୍ଧ

ଭୋଗରାଇ,୫ା୧୦(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବଗଡ଼ ନୋଡାଲ ୟୁପି ପ୍ରାଥମିକ ବିଦ୍ୟାଳୟରେ ଶନିବାର ବାଲେଶ୍ୱର ଭଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ମୋ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri