ଶୌଚ ପାଇଁ ଯାଇଥିଲେ: ଭାଲୁ ହାବୁଡ଼ରେ ପଡ଼ି ଅବସ୍ଥା ସଙ୍କଟାପନ୍ନ

କୋକସରା,୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଉଛୁଳା ପଞ୍ଚାୟତ ନୂଆଗୁଡା ଗ୍ରାମରେ ଗୁରୁବାର ଭାଲୁ ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି। ସେ ହେଲେ ଗ୍ରାମର ଯଦୁମଣି ଧଙ୍ଗଡା ମାଝୀ (୫୫)।

ମିଳିଥିବା ସୂଚନା ମୁତାବକ, ଗୁରୁବାର ଯଦୁମଣି ଗାଁ ନିକଟ ନାଲାକୁ ଶୌଚ ପାଇଁ ଯାଇଥିଲେ। ସେତିକିବେଳେ ଉଛୁଳା ଡଙ୍ଗରରୁ ଖାଦ୍ୟ ଅନ୍ବେଷଣ ପାଇଁ ଗାଁ ମୁହାଁ ହୋଇଥିବା ଭାଲୁ ହାବୁଡ଼ରେ ପଡି ଯାଇଥିଲେ। ହଠାତ୍‌ ଦୁଇ ଭାଲୁ ତାଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। ଫଳରେ ସେ ଚିତ୍କାର କରିଥିଲେ। ଚିତ୍କାର ଶୁଣି କିଛି ଲୋକ ଘଟଣାସ୍ଥଳରେ ପହଞ୍ଚିବା ପରେ ୨ ଭାଲୁ ଡଙ୍ଗର ଆଡ଼କୁ ଚାଲି ଯାଇଥିଲେ ।

ହେଲେ ଯଦୁମଣିଙ୍କ ମୁଣ୍ଡ ଏବଂ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ହୋଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ପରିବାର ଲୋକେ ୧୦୮ ଆମ୍ବୁଲାନ୍ସ ଯୋଗେ କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟ ଭବାନୀପାଟଣାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରୁ ତାଙ୍କୁ ବୁର୍ଲା ନିଆଯାଇଥିବା ଜଣାପଡିଛି। ଖବର ପାଇ ଘଟଣା ସ୍ଥଳରେ ଜୟପାଟଣା ବନ ବିଭାଗ କର୍ମଚାରୀ ପହଞ୍ଚି ଚିକିତ୍ସା ପାଇଁ ବ୍ୟବସ୍ଥା କରିଥିବା ବେଳେ ସରକାରୀ ନିୟମ ଅନୁଯାୟୀ କ୍ଷତିପୂରଣ ଯୋଗାଇ ଦିଆଯିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ପରିଦର୍ଶନ: ସବ୍‌ଟ୍ରଜେରୀ କାର୍ଯ୍ୟାଳୟରେ କର୍ମଚାରୀଙ୍କୁ ନ ଦେଖି ବିଧାୟକ କ୍ଷୁବ୍ଧ

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ଶନିବାର ଦିଗପହଣ୍ଡି ସବ୍‌ ଟ୍ରେଜେରୀ କାର୍ଯ୍ୟାଳୟକୁ ଅଚାନକ ପରିଦର୍ଶନରେ ଯାଇଥିଲେ। ମଧ୍ୟାହ୍ନ...

ଫରେଷ୍ଟର ଆତ୍ମହତ୍ୟା ଘଟଣା: ରାୟଗଡ଼ା ଡିଏଫ୍‌ଓ ଦେବେନ୍ଦ୍ର ବେହେରା ନିଲମ୍ବିତ

ଭବାନୀପାଟଣା,୫ା୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଜାରିଙ୍ଗ ସିଲଭି କଲଚର ହାଇଟେକ ନର୍ସରୀ ଫରେଷ୍ଟର ସଞ୍ଜୟ ନାୟକ (୩୩)ଙ୍କ ଆତ୍ମହତ୍ୟା ଘଟଣାରେ...

ପୁଣି ପୋଲିସର ଦାଦାଗିରି: ଦୁଇ ଭାଇଙ୍କୁ ଉଠାଇ ନେଇ ଦେଲେ ଥାର୍ଡ ଡିଗ୍ରୀ

ବଣାଇଁ, ୫।୧୦(ପ୍ରଦୀପ ତ୍ରିପାଠୀ): ଦୁଇ ମାସ ତଳେ ରେଳ ଇଞ୍ଜିନରୁ ତେଲ ଚୋରି ଘଟଣାରେ ସମ୍ପୃକ୍ତି ଦର୍ଶାଇ ଗତ ୨ ତାରିଖ ରାତିରେ ରେଲୱେ ପୋଲିସ...

ହେମଗିରରେ ପୁଣି ଠାବ ହେଲା କଳାବାଘ

ସୁନ୍ଦରଗଡ,୫।୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ବନଖଣ୍ଡର ହେମଗିର ବନାଞ୍ଚଳ ଅଧୀନ ଦାଘୋରା ଜଙ୍ଗଲର ଗର୍ଜନ ପାହାଡରେ ପୁଣି ବ୍ଲାକ୍‌ ପାନ୍ଥର ବା କଳାବାଘ ଠାବ ହୋଇଛି।...

ଭାଜପାରେ ମିଶିଲେ ବିଜୁ ଛାତ୍ର ଜନତା ଦଳର ଜିଲା ସଭାପତି

କେନ୍ଦୁଝର,୫ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଜୁ ଛାତ୍ର ଜନତା ଦଳର କେନ୍ଦୁଝର ଜିଲା ଛାତ୍ର ସଭାପତି ଅବିନାଶ ପଟ୍ଟନାୟକ ଶନିବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟିରେ...

ଉଠା ଦୋକାନୀଙ୍କୁ ଉଚ୍ଛେଦ ମସୁଧା

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ରହିଥିବା ସମ୍ମିଳନୀ କକ୍ଷରେ ଶନିବାର ଜିଲା ସଡ଼କ ସୁରକ୍ଷା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ...

ଦଳିଦେବା ପରେ ମୃତଦେହକୁ ଜଗିରହିଲା ଦନ୍ତା: କାରଣ ଜାଣିଲେ…

ଦେବଗଡ଼,୫।୧୦(ଶଶାଙ୍କ ଶେଖର ଝାଙ୍କର) ଶୌଚ ପାଇଁ ଯାଇଥିବା ବେଳେ ଦଳି ଦେଲା ଦନ୍ତା । ଘଟଣାସ୍ଥଳରେ ହିଁ ଚାଲିଗଲା ବ୍ୟକ୍ତିଙ୍କ ଜୀବନ। ଦେବଗଡ଼ ବନଖଣ୍ଡ ରିଆମାଳ...

ସରପଞ୍ଚଙ୍କ ନାମରେ ଆସିଥିବା ଅଭିଯୋଗକୁ ଖଣ୍ଡନ କଲେ ୱାର୍ଡମେମ୍ବର

ଭବାନୀପାଟଣା,୫।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅଧୀନ ଅର୍ତ୍ତଲ ପଞ୍ଚାୟତର ସରପଞ୍ଚଙ୍କ ନାମରେ ଆସିଥିବା ଅଭିଯୋଗ ଭିତ୍ତିହୀନ ଓ ମିଥ୍ୟା ବୋଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri