ସ୍ବାମୀଙ୍କ ତୀରମାଡ଼ରେ ସ୍ତ୍ରୀ ଗୁରୁତର

ପାଟଣା,୫ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ହରିଡ଼ାଗୋଠ ଗ୍ରାମରେ ଗୁରୁବାର ରାତିରେ ଜଣେ ମହିଳାଙ୍କ ତାଙ୍କ ସ୍ବାମୀ ତୀରମାଡ଼ କରିଥିବା ବାପଘର ଲୋକେ ଅଭିଯୋଗ କରିଛନ୍ତି। ଗୁରୁତର ମହିଳା ଜଣକ ହେଲେ ସଜନୀ ମୁଣ୍ଡା।
ସୂଚନାନୁଯାୟୀ, ସଜନୀ ବାପଘରେ ରହୁଥିବା ବେଳେ ଗୁରୁବାର ରାତିରେ ଖାଇ ସାରି ହାତ ଧୋଉ ଥିବାବେଳେ ତାଙ୍କ ପଛପଟରୁ କେହି ତୀରମାଡ଼ କରିଥିଲେ। ତୀରଟି ସଜନୀଙ୍କ ପିଠି ପଶି ଆଗକୁ ବାହାରି ପଡ଼ିଛି। ଗୁରୁତର ଅବସ୍ଥାରେ ପ୍ରଥମେ ତାଙ୍କୁ କରଞ୍ଜିଆ ପରେ କେନ୍ଦୁଝର ହସ୍ପିଟାଲରୁ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସଜନୀଙ୍କ ବାପଘର ଲୋକେ ସଜନୀଙ୍କ ସ୍ବାମୀ ତୀରମାଡ଼ କରିଥିବାର ଅଭିଯୋଗ କରିଛନ୍ତି।
ସଜନୀ କିଛି ବର୍ଷ ତଳେ ହରିଚନ୍ଦନପୁର ଥାନା ହାତୀକୁଚାରେ ବିବାହ କରିଥିଲେ। ଦମ୍ପତିଙ୍କ ମଧ୍ୟରେ କଳହରୁ ସଜନୀ ୧ ମାସ ହେବ ବାପଘରେ ରହୁଥିଲେ। ତୀରମାଡ଼ କରି ଘଟଣାସ୍ଥଳରୁ ସ୍ବାମୀ ଫେରାର ହୋଇଯାଇଛନ୍ତି। ସାହାରପଡ଼ା ଫାଣ୍ଡି ଅଧିକାରୀ ଭବାନୀଶଙ୍କର ବାଦି ଘଟଣାର ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାର୍ବଣରେ ୧୦୦ ଟପିଲାଟମାଟୋ ଦର

ଭୁବନେଶ୍ୱର,୬।୧୦: ପରିବା ଦରରେ ନିଆଁ ଲାଗିଛି। ମାର୍କେଟକୁ ଗଲେ ୫୦୦ ଟଙ୍କାରେ ମଧ୍ୟ ବ୍ୟାଗ୍‌ ପୁରୁନି। ସବୁ ପରିବା ଦର ହୁହୁ ହୋଇ ବଢ଼ି ଚାଲିଥିବା...

କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ

କେସିଙ୍ଗା,୬ା୧୦: କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ମନମୁଖୀ କାର୍ଯ୍ୟ, ମିଥ୍ୟା ବିଲ୍‌, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତିକୁ ନେଇ ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା...

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬ା୧୦: ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି । ଦିଲ୍ଲୀରେ ମାଓବାଦୀ ମୁକାବିଲାକୁ ନେଇ ଗୃହମନ୍ତ୍ରୀ ଅମିତ୍ ଶାହା ଅଧ୍ୟକ୍ଷତାରେ ବସିବାକୁ...

ବିଜେଡି ନେତାଙ୍କୁ ଝଟ୍‌କା: ୨୪ କୋଟି ୨୧ ଲକ୍ଷ ଫାଇନ୍‌ ପକାଇଲେ…

ନୟାଗଡ଼,୬।୧୦(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଭାପୁର ତହସିଲ ନିମାଣି ଗାଁସ୍ଥିତ କାସିଆ ପାହାଡ଼ରେ ମାତ୍ରାଧିକ ଖଣି ଉତ୍ତୋଳନ ଓ ଜଙ୍ଗଲ ଜମିରେ ବେଆଇନ ଖନନ ମାମଲାରେ...

ସ୍ତ୍ରୀଙ୍କ ହାତରୁ ପାଣି ପିଇ ହୃଦ୍‌ଘାତରେ ଚାଲିଗଲା ସ୍ବାମୀଙ୍କ ଜୀବନ

ଦିଗପହଣ୍ଡି,୬ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ବି.କ୍ରିଷ୍ଣା ରାଓ ସୁବୁଦ୍ଧିଙ୍କ ରବିବାର ସକାଳେ ହୃଦ୍‌ଘାତରେ ପରଲୋକ ଘଟିଛି।...

ଭାଜପା ସରକାର ଏକ କପି ପେଷ୍ଟ ସରକାର, ଏମିତି କହି ବର୍ଷିଲେ…

ଭୁବନେଶ୍ୱର,୬।୧୦(ଅନିଲ ଦାସ): ରାଜ୍ୟ ଭାଜପା ସରକାରଙ୍କ ଦ୍ୱାରା ୧୬,୦୦୯ କନିଷ୍ଠଶିକ୍ଷକ (ସ୍କିମାଟିକ) ଭାବେ ଆଜି ପ୍ରଦାନ କରାଯାଉଥିବା ନିଯୁକ୍ତି ବିଜେଡି ସରକାରଙ୍କ ସମୟରେ ସମସ୍ତ କାର୍ଯ୍ୟ...

ଢିଙ୍କିଆ ପଞ୍ଚାୟତ ନିର୍ବାଚନରେ ସ୍ବାଭିମାନ ମଞ୍ଚ ପ୍ରାର୍ଥିନୀ ପିଙ୍କି ଦାସ ବିଜୟୀ

କୁଜଙ୍ଗ,୬।୧୦(ମନୋଜ ପ୍ରଧାନ): ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକର ବହୁଚର୍ଚ୍ଚିତ ଢିଙ୍କିଆ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି ଶନିବାର କଡା ସୁରକ୍ଷା ବଳୟ ମଧ୍ୟରେ ବ୍ଲକ କାର୍ଯ୍ୟାଳୟରେ...

ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ…

ଭଦ୍ରକ ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ସିତାଂଶୁ ଶେଖର ମହାପାତ୍ର। ୨୦୨୪ ନିର୍ବାଚନରେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କୁ ୧୬,୦୬୮...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri