ଲୋକଙ୍କୁ ଦ୍ୱନ୍ଦ୍ୱରେ ପକାଉଛି ସୂଚନା ଫଳକ

ପଦ୍ମପୁର, ୩୧।୮ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର-ବିରସ ରାସ୍ତାରେ ଲଗାଯାଇଥିବା ସୂଚନା ଫଳକ ଲୋକଙ୍କୁ ଦ୍ୱନ୍ଦ୍ୱରେ ପକାଉଛି। ପୂର୍ତ୍ତ ବିଭାଗ ଅଧୀନରେ ଥିବା ଏହି ୧୮ କି.ମି. ରାସ୍ତାର ଏବେ ପୁନଃନିର୍ମାଣ ଓ ମରାମତି ଚାଲିଛି। ବିଭିନ୍ନ ଛକରୁ ଦୂରତାକୁ ଆଗରୁ ଏକ ପଥର ଖୁଣ୍ଟରେ ଲେଖାଯାଉଥିବା ବେଳେ ଏବେ ପୂର୍ତ୍ତ ବିଭାଗ ପକ୍ଷରୁ ଲଗାଯାଉଛି ସୂଚନା ଫଳକ। ସୂଚନା ଦେଉଥିବା ଏହି ବୋର୍ଡରେ ବିଭିନ୍ନ ସ୍ଥାନର ଦୂରତାକୁ ଭୁଲ୍‌ ଭାବେ ଲେଖାଯାଇଥିବା ଅଭିଯୋଗ ଆସିଛି, ଯାହାକୁ ନେଇ ଦ୍ୱନ୍ଦ୍ୱରେ ପଡୁଛନ୍ତି ଜନସାଧାରଣ।
ପ୍ରକାଶ ଯେ, ଏହି ରାସ୍ତାରେ ଯାତାୟାତ କରୁଥିବା ଜନସାଧାରଣ ଜଗନ୍ନାଥପ୍ରସାଦର ହତାଶିଆ ଛକଠାରେ ଲଗାଯାଇଥିବା ଏକ ଫଳକରେ ବିରସ ୧୦ କି.ମି.ଦୂରତା ଲେଖାଯାଇଥିବା ବେଳେ ୪ କି.ମି. ଦୂରରେ ବାଲିମେଦ ଛକଠାରେ ମଧ୍ୟ ଆଉ ଏକ ଫଳକରେ ବିରସ ୧୦ କି.ମି., ବାସୁଦେବପୁର ୪ କି.ମି. ଓ ଚାରବାଟିଆ ୧୨ କି.ମି. ବୋଲି ଲେଖାଯାଇଛି। ପ୍ରକୃତରେ ବାଲିମେଦ ଛକଠାରୁ ବିରସ ୬ କି.ମି., ଚାରବାଟିଆ ୨ କି.ମି. ଓ ବାସୁଦେବପୁର ୧୮ କି.ମି. ଦୂର ବୋଲି ଜଣାପଡ଼ିଛି। ଏଭଳି ଭୁଲ୍‌ ସୂଚନାକୁ ନେଇ ରାସ୍ତାରେ ଯାତାୟାତ କରୁଥିବା ଜନସାଧାରଣ ଓ ପଥଚାରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ପୂର୍ତ୍ତ ବିଭାଗ ଏଥିପ୍ରତି ଦୃଷ୍ଟି ଦେଇ ଫଳକରେ ଥିବା ଭୁଲ୍‌କୁ ସଂଶୋଧନ କରିବାକୁ ବାଲିମେଦ ସରପଞ୍ଚ ପ୍ରଫୁଲ୍ଲ କୁମାର ପଳିତା, ସମିତିସଭ୍ୟ ସସ୍ମିତା ପଟ୍ଟନାୟକଙ୍କ ସମେତ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂସ ଅଭିନେତାଙ୍କ ଅଡୁଆ ବଢ଼ିଲା, ମହାପ୍ରୟାଣ ଗାଡ଼ି ବାବଦ ଟଙ୍କା ନେବା ପଡ଼ିଲା ମହଙ୍ଗା

ବରଗଡ଼,୧୮।୧୦(ପ୍ରେମାନନ୍ଦ ଖମାରୀ): ମହାପ୍ରୟାଣ ଗାଡ଼ିରେ ମୃତଦେହ ପରିବହନ ବାବଦକୁ ମୃତକଙ୍କ ସମ୍ପକୀୟଙ୍କଠାରୁ ଟଙ୍କା ନେବା ଘଟଣା ବରଗଡ଼ ଜିଲା ସ୍ବାସ୍ଥ୍ୟ ବିଭାଗରେ କାର୍ଯ୍ୟରତ ଡ୍ରାଇଭର ତଥା...

ବାଥ୍‌ରୁମ୍‌ରୁ ମିଳିଲା ଯୁବତୀଙ୍କ ମୃତଦେହ: ବଢୁଛି ସନ୍ଦେହ

ବାଲିଗୁଡା,୧୮।୧୦(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲା ବାଲିଗୁଡା ପଣସପଡ଼ିଠାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ ବାଥ୍‌ରୁମ୍‌ରୁ ଯୁବତୀଙ୍କ ମୃତଶରୀର ଉଦ୍ଧାର କରାଯାଇଛି। ସୂଚନା...

ଟ୍ରେନ୍‌ରେ ଚଢ଼ିବା ସମୟରେ ଅଘଟଣ: ମା’ ସହ ଖସିପଡ଼ିଲେ ୪ ବର୍ଷର ଶିଶୁକନ୍ୟା

ରାୟଗଡ଼ା,୧୮ା୧୦(ଆଶିଷ ରଞ୍ଜନ ପଣ୍ଡା): ଚଳନ୍ତା ଟ୍ରେନ୍‌ରେ ଚଢ଼ିବା ବେଳେ ଅଘଟଣ ଘଟିଛି। କରବା ଏକ୍ସପ୍ରେସରେ ଚାପି ହୋଇ ମା ଓ ୪ ବର୍ଷର ଶିଶୁକନ୍ୟା ଗୁରୁତର...

କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବକୁ ୧୫ ଦିନ ବିତିଲା, ସମିତିସଭ୍ୟ-ସରପଞ୍ଚଙ୍କୁ ଭୟଭୀତ ପାଇଁ କୂଟଚକ୍ରାନ୍ତ

କେସିଙ୍ଗା,୧୮ା୧୦: କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଉପାଧ୍ୟକ୍ଷା ରାଜଲଷ୍ମୀ ପଟ୍ଟନାୟକଙ୍କ ନେତୃତ୍ୱରେ ଆଜକୁ ୧୫ଦିନ ବିତି ଗଲାଣି। ପ୍ରଶାସନିକସ୍ତରରେ ନୋଟିସ୍‌...

ସିମନବାଡ଼ି ଅଞ୍ଚଳରେ ବଢୁଛି ଦେଶୀ-ବିଦେଶୀ ମଦ ବିକ୍ରି, ଅବକାରୀ ବିଭାଗର ନିଦ ଭାଙ୍ଗୁନି

ଦାରିଙ୍ଗବାଡ଼ି,୧୮ା୧୦(ଅରୁଣ ସାହୁ) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଅଞ୍ଚଳରେ ଚୋରା ଦେଶୀ ମଦ ଓ ନକଲି ବିଦେଶୀ ମଦ ବିକ୍ରି ଅଭିଯୋଗ ହୋଇଛି।...

ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା, ହୋଇପାରୁନି ବିସର୍ଜନ

ଭୁବନେଶ୍ୱର, ୧୮ା୧୦: ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା। ଜାଗା ବିବାଦ ପାଇଁ ଦଶହରା ପରେ ବି ହୋଇନାହାଁନ୍ତି ବିସର୍ଜିତ। ଏଭଳି...

ବୃନ୍ଦାବତୀ ନିବାସ ଆଗରେ ଅଚେତ୍‌ ହୋଇପଡିଲେ ଜଣେ ହବିଷ୍ୟାଳୀ

ପୁରୀ,୧୮।୧୦: ବୃନ୍ଦାବତୀ ନିବାସ ଆଗରେ ଜଣେ ହବିଷ୍ୟାଳୀ ଅଚେତ୍‌ ହୋଇ ପଡିଛନ୍ତି। ତାଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି। ହବିଷ୍ୟାଳୀ ଜଣଙ୍କ ଯାଜପୁର ଜିଲା ବରୀ...

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri