Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୩ ତାରିଖ – Daily Horoscope

ମେଷ
ପରିବାରର ସମସ୍ୟା ସମାଧାନ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇଯିବ। ସଭାସମିତିରେ ଉନ୍ନତ ମାନର ଆଲୋଚନା, ପାରିବାରିକ ସଦ୍ଭାବ ସବୁ ପାଇବେ। ବନ୍ଧୁମାନଙ୍କ ସହଯୋଗରେ ଅଟକି ରହିଯାଇଥିବା କାର୍ଯ୍ୟଗୁଡିକ ତ୍ୱରାନ୍ବିତ ହେବ। ଆନୁଷ୍ଠାନିକ କାମରେ ଉପସ୍ଥିତି ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ।
ବୃଷ
ବୃଷ
ବନ୍ଧୁଙ୍କ ପରାମର୍ଶରେ ନୂତନ କର୍ମାରମ୍ଭ ପାଇଁ ପ୍ରସ୍ତୁତି ଚଳାଇ ପାରନ୍ତି। ଜମିଜମା କାରବାର, ନୂତନ ଘର ତିଆରି, ଯାନ ବାହାନ ମରାମତି, ଦୋକାନର ଉନ୍ନତୀକରଣ ଓ ସଭାସମିତିରୁ ଉପକୃତ ହେବେ। ଆନୁଷ୍ଠାନିକ କାମରେ ଟେନସନ୍‌ କିିଛି ମାତ୍ରାରେ ଲାଗିରହିବ। ବିଗତ ଦିନରେ ଘଟି ଯାଇଥିବା ଘଟଣାର ମୋଡ ବଦଳି ଯାଇପାରେ।
ମିଥୁନ
ମିଥୁନ
ଆଜି କୌଣସି ଆନୁଷ୍ଠାନିକ କାମରେ ନିଜକୁ ନିୟୋଜିତ କରିବାକୁ ପଡିପାରେ। ଦିନ ମଧ୍ୟରେ ଘର କିମ୍ବା ଜମିଜମା, ପୁରୁଣା ଗାଡି ଓ ଯାନ୍ତ୍ରିକ ଜିନିଷ କିଣିବା କିମ୍ବା ବିକିବା ସକାଶେ ମନ ବଳାଇବେ। ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଡୋଶୀଙ୍କ ସହ ସମସ୍ୟା ମୂଳକ ପରିସ୍ଥିତି ସୃଷ୍ଟି ହେବ। ଆଜି ଯାହା କରିବେ ଅବଶ୍ୟ କ୍ଷତି ହେବନି।
କର୍କଟ
କର୍କଟ
ଆପଣଙ୍କ କାର୍ଯ୍ୟକଳାପରେ ସାମୟିକ ଅସନ୍ତୁଷ୍ଟ ହୋଇ ସମ୍ମୁଖରେ କିଏ କିଛି ସିନା କହିବେ ନାହିଁ ପଛରେ ବହୁତ ସମାଲୋଚନା ହେବ। କାଯ୍ୟବ୍ୟସ୍ତ ଯୋଗୁ ଖାଦ୍ୟପେୟ ଠିକ୍‌ ରହିନପାରେ ଏବଂ ଘର କାମକୁ ମଧ୍ୟ ଅଣହେଳା କରିବେ। କଚେରି ମାମଲା ମନ୍ଥର ହେବା କାରଣରୁ ଉଦବେଗ ବୃଦ୍ଧି ପାଇବ। ଆତ୍ମୀୟସ୍ବଜନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଅଳସୁଆମି ଅବହେଳା ଯୋଗୁ କାମଟି ବିଗିଡି ଯାଇପାରେ। ପାରିବାରିକ କ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବାରୁ ସାମୟିକ ଖୁସୀ ରହିବେ। ବ୍ୟବସାୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ। ମନ ଭିତରର ଅକୁହା କଥାକୁ ବନ୍ଧୁଙ୍କ ନିକଟରେ ବଖାଣି ସାମୟିକ ସହାନୁଭୂତି ଲାଭ କରିବେ।
କନ୍ୟା
ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଗୁଡିକ ଠିକ୍‌ ଭାବେ ସମ୍ପନ୍ନ ହେବା କଷ୍ଟକର ହୋଇ ପଡିବ। ପରୋକ୍ଷ ଭାବରେ ଶତ୍ରୁତା କରୁଥିବା ଲୋକମାନଙ୍କ ପ୍ରତି ସତର୍କ ରହିବା ଭଲ ହେବ। ଗୁରୁଜନଙ୍କ ପରାମର୍ଶରେ ଅଟକି ରହିଥିବା ନିର୍ମାଣାଧୀନ କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ। କୈାଶଳ ପ୍ରୟୋଗ କରି କାମ ହାସଲ କରି ପାରିବେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଆନୁସଙ୍ଗିକ ସାହାଯ୍ୟ ସହଯୋଗ ପାଇ କାମ ହାସଲ କରିବାରେ କୈାଣସି ଅସୁବିଧା ହେବ ନାହିଁ । ଆନୁଷ୍ଠାନିକ କାମରେ ଗଠନମୂଳକ ପରାମର୍ଶ ଦେଇ ବନ୍ଧୁ ମାନଙ୍କ ପ୍ରିୟପାତ୍ର ହେବେ। ଦୀର୍ଘ ଦିନରୁ ଅଟକି ରହିଥିବା ନିର୍ମାଣ ତଥା ବ୍ୟବସାୟ ଭିତିକ କାମଗୁଡିକ ସୁରୁଖୁରୁରେ ହୋଇ ଯିବ। କଳା, ସାହିତ୍ୟ, ସାମାଜିକ କ୍ଷେତ୍ରରେ ପ୍ରଂଶସିତ ହେବେ।
ବିଛା
ବିଛା
ବିଭିନ୍ନ ପ୍ରକାରର ସମସ୍ୟା ଲାଗି ରହିଥିଲେ ମଧ୍ୟ ଆଜି କେବଳ ସୁନ୍ଦର କଥା ମାଧ୍ୟମରେ ବନ୍ଧୁଙ୍କୁ ଆପଣାର କରି ପାରିବେ। ସାଧାରଣ କଥାକୁ ନ ବୁଝି ମଧ୍ୟ ଘଟଣାକୁ ଅତିରତ୍ତ କରି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। କର୍ମ କ୍ଷେତ୍ରରେ ଜଣେ ସହକର୍ମୀଙ୍କ ସହ କଳହ ଲାଗିପାରେ।
ଧନୁ
ଧନୁ
ନିଜ ଲୋକ ମାନଙ୍କ ପରୋକ୍ଷ ଶତ୍ରୁତା ହେତୁ ଭାବପ୍ରବଣତା ବୃଦ୍ଧି ପାଇବ। ସରକାରୀ ସ୍ତରରୁ ଆଶା କରୁଥିବା ଶୁଭସମ୍ବାଦ ପାଇ ଉଲ୍ଲସିତ ହେବେ। ସାମାଜିକ ସ୍ତରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ମନ ଠିକ୍‌ ରହିବାରେ ବନ୍ଧୁଙ୍କ ପରାମର୍ଶ ମୁଖ୍ୟ ଭୂମିକା ଗ୍ରହଣ କରିବ।
ମକର
ମକର
ପାରିବାରିକ ସମସ୍ୟାକୁ ନେଇ ବନ୍ଧୁ ମାନଙ୍କ ସହ ଆଲୋଚନା କରିପାରନ୍ତି। ଜମିଜମା କ୍ରୟ ବିକ୍ରୟ କିମ୍ବା ନୂତନ ବାଣିଜ୍ୟାରମ୍ଭ ପାଇଁ ମନ ବଳାଇବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। କିଛିଟା ଲୋଭନୀୟ ପ୍ରତଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂତନ ସମ୍ପର୍କରୁ ଖୁସି ରହିବେ।
କୁମ୍ଭ
କୁମ୍ଭ
କେତେକ ଆକସ୍ମିକ ସମସ୍ୟାକୁ ନେଇ ନିର୍ମାଣଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ନୂଆ ଯୋଜନା କରିବା ସକାଶେ ବନ୍ଧୁଙ୍କ ପରାମର୍ଶ ଆବଶ୍ୟକ ମନେ କରିବେ। ନୀଚ୍ଚ ସଂସର୍ଗରୁ ଦୂରେଇ ରୁହନ୍ତୁ, ନତୁବା ସମାଲୋଚିତ ହେବାକୁ ପଡିପାରେ। ଚେଷ୍ଟା କରୁଥିବା କାମରେ ଆନୁସଙ୍ଗତ୍କ ସାହାଯ୍ୟ ନିଶ୍ଚିତ ଲାଭ କରିବେ।
ମୀନମୀନ
ମାନସିକ ଅସ୍ଥିରତା କାରଣରୁ କୈାଣସି କାମ ଉତ୍ସାହପ୍ରଦ ହେବ ନାହିଁ। ପରିବାରର ଖର୍ଚ୍ଚ ଭାର କ୍ରମଶଃ ବଢି ବଢି ଯିବା କାରଣରୁ ମନରେ ସରସତା ରହିବ ନାହିଁ । କର୍ମକ୍ଷେତ୍ରରେ, ସଭାସମିତିରେ, ରାଜନୈତିକ କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। ଆନୁଷ୍ଠାନିକ କାମରୁ କିମ୍ବା ସଭାସମିତିରେ ସଫଳତା ହାସଲ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ସେପ୍ଟେମ୍ବର ୮ ତାରିଖ – Daily Horoscope

ମେଷ ଆର୍ଥିକ ଉନ୍ନତି ସହ କୌଣସି ନୂଆ କାମଟିଏ ଆରମ୍ଭ କରିବା ସକାଶେ ଯୋଜନା କରିବେ। ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପ, ଛୋଟ ଦୋକାନ...

ରାଶିଫଳ: ଶନିବାର, ସେପ୍ଟେମ୍ବର ୭ ତାରିଖ – Daily Horoscope

ମେଷ ଆଧ୍ୟାତ୍ମିକ ଗ୍ରହ ଶନିଙ୍କ ପ୍ରଭାବରେ ପୂଜାପାର୍ବଣରେ ସତ୍‌ସଙ୍ଗ ଓ ଈଶ୍ୱରୀୟ ଅନୁଚିନ୍ତା ଜାଗ୍ରତ ହେବ। ଜଣେ ବନ୍ଧୁ ଘରକୁ ଆସିବେ ଏବଂ ଫେରିବା ସମୟକୁ...

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୬ ତାରିଖ – Daily Horoscope

ମେଷ ଆଜି କର୍ମାଧିପ ବକ୍ରି ଶନିଙ୍କ ପ୍ରଭାବରେ କାର୍ଯ୍ୟବ୍ୟସ୍ତତା କାରଣରୁ ଅଧିକାଂଶ ସମୟ ମନ ଅସ୍ଥିର ରହିବ। ସଭାସମିତି, ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ...

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୫ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସମସ୍ୟାବହୁଳ ସାମାଜିକ ସ୍ଥିତି ଦେଖାଦେଇପାରେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସାବଧାନ ରୁହନ୍ତୁ । ଆକସ୍ମିକ ଭାବରେ...

ରାଶିଫଳ: ବୁଧବାର, ସେପ୍ଟେମ୍ବର ୪ ତାରିଖ – Daily Horoscope

ମେଷ ଆଜି ସୁସ୍ଥ ପାରିବାରିକ ଜୀବନ ସଙ୍ଗକୁ ବନ୍ଧୁମାନଙ୍କ ସହ ସୁସମ୍ପର୍କ ବୃଦ୍ଧି ଘଟିବ। ନୂତନଗୃହ, ଗାଡ଼ି, ମୋଟର କ୍ରୟକରିବା ସକାଶେ ମନ ବଳାଇ ପାରନ୍ତି।...

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୩ ତାରିଖ – Daily Horoscope

ମେଷ ଆଜି ନିଜ ନିଜ ସ୍ତରରେ ଅର୍ଥ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଲାଭକରିବେ। ଦୃଢ଼ ମନୋବଳ ଓ ସୁଚିନ୍ତିତ ବିଚାରଧାରା ହେତୁ କିଛି ଅସୁବିଧା ହେବନାହିଁ।...

ରାଶିଫଳ: ସୋମବାର, ସେପ୍ଟେମ୍ବର ୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ଟଙ୍କା ପଇସା, ଯାତ୍ରା, ବାଣିଜ୍ୟ, ବ୍ୟବସାୟ,ପ୍ରତିଯୋଗିତା ପାଇଁ ଚିନ୍ତା କରିବେ। ଶେଷ ପର୍ଯ୍ୟାୟକୁ ଯାଇଥିବା କୌଣସି ନିଷ୍ପତ୍ତି ଆମତ୍ୀୟସ୍ବଜନଙ୍କ ବିରୁଦ୍ଧାଚରଣ...

ରାଶିଫଳ: ରବିବାର, ସେପ୍ଟେମ୍ବର ୧ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଚତୁର୍ଥ କେନ୍ଦ୍ରରେ ଅବସ୍ଥାନ କରିଥିବା ଯୋଗୁ କର୍ମାରମ୍ଭ ପ୍ରସ୍ତୁତି କରିପାରନ୍ତି। ପାପଗ୍ରହ ମଧ୍ୟସ୍ଥ ହେତୁ ଅଧିକାଂଶ ସମୟ ନିଜ ଲୋକଙ୍କ ବିରୁଦ୍ଧାଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri