୪ ବର୍ଷର ନାବାଳିକାଙ୍କୁ ମାଛ ମାରିବାକୁ ଯିବା କହି ଘରୁ ଡାକିନେଲେ : ଜଙ୍ଗଲରେ ବଳାତ୍କାର କରି ମାରି ଫିଙ୍ଗିଦେଲେ

ପାଇକମାଳ ୧୬।୧୧(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଥାନା ଅଞ୍ଚଳରେ ଶୁକ୍ରବାର ଏକ ଅମାନୁଷିକ ଘଟଣା ଘଟିଯାଇଛି। ଏହି ଥାନା ଅଧୀନ ସୋଢ଼ା ଗ୍ରାମର ଜଣେ ଯୁବକ ସେହି ଗ୍ରାମର ୪ ବର୍ଷର ନାବାଳିକାଙ୍କୁ ମାଛ ମାରିବା ବାହାନାରେ ଘରୁ ଡାକିନେଇ ନିକଟସ୍ଥ ଜଙ୍ଗଲରେ ବଳାତ୍କାର କରିବା ପରେ ମାରି ଫିଙ୍ଗି ଦେଇଥିବା ଜଣାପଡିଛି। ଏହି ଘଟଣାରେ ପୋଲିସ ଅଭିଯୁକ୍ତ ପାଇକମାଳ ଥାନା ଅନ୍ତର୍ଗତ ସୋଢା ଗ୍ରାମର ପ୍ରଶାନ୍ତ ବରିହା (୨୧)ଙ୍କୁ ଗିରଫ କରିଛି। ଏ ନେଇ ପୋଲିସ ଏବଂ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଛନ୍ତି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଦ୍ମପୁର ଡାକ୍ତରଖାନାକୁ ପଠାଇଛି।
ମିଳିଥିବା ସୂଚନା ଅନୁସାରେ, ଶୁକ୍ରବାର ଅପରାହ୍ନ ପ୍ରାୟ ୨ଟାରେ ସୋଢା ଗ୍ରାମର ପ୍ରଶାନ୍ତ ସେହି ଗ୍ରାମର ଉକ୍ତ ନାବାଳିକାଙ୍କୁ ମାଛ ମାରିଯିବା ବୋଲି କହି ତାଙ୍କୁ ସାଙ୍ଗରେ ନେଇଯାଇଥିଲେ। ସେ ନିକଟରେ ଥିବା ଡୁଙ୍ଗୁରି ଜଙ୍ଗଲକୁ ଉକ୍ତ ନାବାଳିକାଙ୍କୁ ନେଇ ବଳାତ୍କାର କରିଥିଲେ। ଘଟଣା ପ୍ରଘଟ ହେବା ଭୟରେ ସେ ତାଙ୍କ ମୁଣ୍ଡକୁ ପଥରରେ ଛେଚି ହତ୍ୟା କରିବା ପରେ ଜଙ୍ଗଲରେ ଫିଙ୍ଗି ଦେଇଥିଲେ। ଅନ୍ୟପକ୍ଷେ ଘରେ ଝିଅ ନ ଥିବା ଦେଖି ପରିବାର ଲୋକେ ଖୋଜାଖୋଜି କରି ପାଇ ନ ଥିଲେ। ପରେ ପ୍ରଶାନ୍ତ ତାଙ୍କ ଝିଅଙ୍କୁ ମାଛ ମାରିଯିବା କହି ନେଇଯାଇଥିବା ଜଣାପଡିବାରୁ ଗ୍ରାମର ଯୁବକମାନେ ପ୍ରଶାନ୍ତଙ୍କୁ ଧରି ପଚରାଉଚରା କରିଥିଲେ। ଏହାପରେ ପ୍ରଶାନ୍ତ ଉକ୍ତ ନାବାଳିକାଙ୍କୁ ବଳାତ୍କାର କରି ଜଙ୍ଗଲରେ ଫିଙ୍ଗି ଦେଇଥିବା ସ୍ବୀକାର କରିଥିଲେ ବୋଲି ପୋଲିସ କହିଛି। ଘଟଣାର ଅଭିଯୁକ୍ତଙ୍କୁ ଗିରଫ କରାଯିବା ସହ ତଦନ୍ତ ଚାଲିଛି ବୋଲି ପାଇକମାଳ ଥାନାଧିକାରୀ ସୁଶାନ୍ତ କୁମାର ପ୍ରଧାନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ସ୍କୁଲରେ ମୋବାଇଲ୍‌ ମନା: ଜାଣନ୍ତୁ କ’ଣ ରହିଛି କାରଣ

ଡେନମାର୍କ,୧୬।୪: ପିଲାମାନଙ୍କ ଭବିଷ୍ୟତ ଏବଂ ମାନସିକ ସ୍ବାସ୍ଥ୍ୟକୁ ଧ୍ୟାନରେ ରଖି, ଡେନମାର୍କ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଦେଶର ସରକାର...

କୁଟାରିକୁ ଲହୁଲୁହାଣ କଲା କୁକୁର: ଉଦ୍ଧାର କଲା ବନବିଭାଗ

ପାଟଣା ୧୬/୪(ବୀରକିଶୋର ଦାଶ ):କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡା ସେକ୍ସନ ରାଇଡିହା ବିଟ ରାଇଡିହା ଗ୍ରାମରୁ ବୁଧବାର ସକାଳୁ ଏକ ଆହତ କୁଟାରିକୁ ବନ...

ନିର୍ବାଚନ ପୂର୍ବରୁ ସ୍ବାୟତ୍ତତା ଉଦ୍ୟମ: ଉଚ୍ଚସ୍ତରୀୟ କମିଟି ଗଢ଼ିଲେ ଷ୍ଟାଲିନ୍‌

ଚେନ୍ନାଇ,୧୬।୪:ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମ୍‌. କରୁଣାନିଧି କେନ୍ଦ୍ର-ରାଜ୍ୟ ସମ୍ପର୍କର ଅନୁଧ୍ୟାନ ପାଇଁ ଏକ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ପୂର୍ବରୁ ପି.ଭି. ରାଜମାନ୍ନାର କମିଟି ଗଠନ କରିଥିଲେ।...

ଭାରତର ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ ୧୫ ବିଚାରପତି

ନୂଆଦିଲ୍ଲୀ, ୧୬।୪ (ପି.ଟି.):ଭାରତରେ ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ କେବଳ ୧୫ ଜଣ ବିଚାରପତି ରହିଛନ୍ତି। ମଙ୍ଗଳବାର ଜାରି ହୋଇଥିବା ‘ଇଣ୍ଡିଆ ଜଷ୍ଟିସ୍‌ ରିପୋର୍ଟ ୨୦୨୫’ରୁ...

ପୋଷାକକୁ ନେଇ ବିବାଦରେ ହ୍ବାଇଟ ହାଉସ୍‌ ପ୍ରେସ୍‌ ସେକ୍ରେଟାରି

ଓ୍ବାଶିଂଟନ, ୧୬।୪:ଆମେରିକା ଏବଂ ଚାଇନା ମଧ୍ୟରେ ଚାଲିଥିବା ବାଣିଜି୍ୟକ ଯୁଦ୍ଧ ସୋସିଆଲ ମିଡିଆରେ ପହଞ୍ଚିଛି। ଏକ ଖବରଦାତା ସମ୍ମିଳନୀରେ ହ୍ବାଇଟ ହାଉସ୍‌ ପ୍ରେସ୍‌ ସେକ୍ରେଟାରି କାରୋଲିନ...

ଶରଣକୁଳ ଥାନା ଏସ୍‌ଆଇଙ୍କୁ ଧରିଲା ଭିଜିଲାନ୍ସ: ମାମଲାରେ ସହଯୋଗ ପାଇଁ ନେଉଥିଲେ…

ଭୁବନେଶ୍ୱର,୧୬।୪(ସତ୍ୟଜିତ୍‌ ରାଉତ): ଏକ ଆପରାଧିକ ମାମଲାରେ ସହଯୋଗ କରିବା ପାଇଁ ବିଚାରବିଭାଗୀୟ ହାଜତରେ ଥିବା ଜଣେ ଅଭିଯୁକ୍ତଙ୍କ ଝିଅଙ୍କଠୁ ୪ ହଜାର ଟଙ୍କା ଲାଞ୍ଚ ନେବାବେଳେ...

ନ୍ୟାଶନାଲ ହେରାଲ୍ଡ ମାମଲା: ସୋନିଆ, ରାହୁଲଙ୍କ ନାଁରେ ଇଡିର ଚାର୍ଜଶିଟ୍‌

ନୂଆଦିଲ୍ଲୀ,୧୬।୪:ନ୍ୟାଶନାଲ ହେରାଲ୍ଡ ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସ୍ବତନ୍ତ୍ର ଅଦାଲତରେ ଚାର୍ଜଶିଟ୍‌ ଦାଖଲ କରିଛି। ଉକ୍ତ ଚାର୍ଜଶିଟ୍‌ରେ କଂଗ୍ରେସ ଏମ୍‌ପି ସୋନିଆ ଗାନ୍ଧୀ, ରାହୁଲ...

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଇଣ୍ଡା,୧୬।୪(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image