୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା

ଭୁବନେଶ୍ୱର,୭ା୧୧(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱରରେ ସୋମବାର ଏକ ଲଜ୍ଜାଜନକ ଘଟଣା ଘଟିଛି। ୫ ବର୍ଷର ଶିଶୁକନ୍ୟାଙ୍କୁ ଜଣେ ୨୫ ବର୍ଷୀୟ ବିବାହିତ ଯୁବକ ବଳାତ୍କାର କରିବା ପରେ ହତ୍ୟା କରିଛନ୍ତି। ଘଟଣା ଘଟିଛି ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ରେଳ ଓଭରବ୍ରିଜ୍‌ ନିକଟ କେଳାବସ୍ତିରେ। ଅଭିଯୁକ୍ତ ଫେରାର ଥିବାବେଳେ ପୋଲିସ ହତ୍ୟା ମାମଲା ରୁଜୁ କରି ତାଙ୍କୁ ଧରିବାକୁ ଉଦ୍ୟମ ଚଳାଇଛି।
ଶିଶୁକନ୍ୟାଙ୍କ ମା’ବାପା ଦୀର୍ଘବର୍ଷ ହେଲା କେଳା ବସ୍ତିରେ ରହି ଦିନମଜୁରିଆ ଭାବେ ଗୁଜରାଣ ମେଣ୍ଟାଉଛନ୍ତି। ରବିବାର ସନ୍ଧ୍ୟା ପ୍ରାୟ ୬ଟାରେ ଶିଶୁକନ୍ୟା ଘର ପାଖରେ ଖେଳୁଥିଲେ। ଏହି ସମୟରେ ସେହି ବସ୍ତିରେ ରହୁଥିବା ଘନିଆ ଦାସ ପହଞ୍ଚତ୍ ଶିଶୁକନ୍ୟାଙ୍କୁ ଚକୋଲେଟ୍‌ କିଣାଇଦେବେ କହି ନିକଟସ୍ଥ ଦୋକାନକୁ ନେଇ ଯାଇଥିଲେ। ସେହି ସମୟରେ ଶିଶୁକନ୍ୟାଙ୍କ ମା’ ଘରେ ରୋଷେଇ କରୁଥିଲେ। ପ୍ରାୟ ୨୦ ମିନିଟ୍‌ ପରେ ଶିଶୁକନ୍ୟା ଘରକୁ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ। ଦେଢ଼ଘଣ୍ଟା ବିତିଯିବା ପରେ ମଧ୍ୟ ଶିଶୁକନ୍ୟାଙ୍କ ଖୋଜ ଖବର ନ ମିଳିବାରୁ ପରିବାର ଲୋକେ ସନ୍ଦେହରେ ଘନିଆଙ୍କ ଘରକୁ ଯାଇଥିଲେ। ବାଟରେ ଘନିଆଙ୍କୁ ଦେଖି ତାଙ୍କୁ ଶିଶୁକନ୍ୟା ସମ୍ପର୍କରେ ପଚାରିଥିଲେ। ଦୋକାନରେ ଚକୋଲେଟ୍‌ କିଣାଇଦେବା ପରେ ଶିଶୁକନ୍ୟା କାହିଁକି ଘରକୁ ଫେରିଲେ ନାହିଁ ବୋଲି ତାଙ୍କୁ ପଚାରିଥିଲେ। କିନ୍ତୁ ଘନିଆ କିଛି ନ ଜାଣିବା ଭଳି ଅଭିନୟ କରିବା ସହ ବ୍ୟସ୍ତବିବ୍ରତ ହୋଇପଡ଼ିଥିଲେ। ତାଙ୍କୁ ଅଧିକ ପଚରାଉଚରା କରିବାରୁ ସେ ଶିଶୁକନ୍ୟାଙ୍କ ପରିବାର ଲୋକଙ୍କୁ ଧକ୍କା ଦେଇ ସେଠାରୁ ଦୌଡ଼ି ପଳାଇ ଯାଇଥିଲେ। ଏହାପରେ ଘନିଆଙ୍କ ଘର ଖୋଲି ପରିବାର ଲୋକେ ଖୋଜାଖୋଜି କରିବାରୁ ଏକ କମ୍ବଳ ତଳେ ଶିଶୁକନ୍ୟାଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଓ ଉଲଗ୍ନ ଅବସ୍ଥାରେ ପାଇଥିଲେ। ଯୌନାଙ୍ଗରୁ ରକ୍ତସ୍ରାବ ହୋଇଥିବାରୁ ତାଙ୍କୁ ବଳାତ୍କାର କରାଯାଇଥିବା ସ୍ପଷ୍ଟ ହେଉଥିବାବେଳେ ଅଭିଯୁକ୍ତ କୌଣସି ଧାରୁଆ ଅସ୍ତ୍ରରେ ଶିଶୁକନ୍ୟାଙ୍କ ଗଳାକାଟି ହତ୍ୟା କରିଥିବା ଅନୁମାନ କରାଯାଉଛି।
ଖବରପାଇ ଏୟାରଫିଲ୍ଡ ଥାନା ପୋଲିସ ପହଞ୍ଚି ମୃତଦେହକୁ ଜବତ କରି କ୍ୟାପିଟାଲ ହସ୍ପିଟାଲ ପଠାଇଛି। ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରୁଥିବାବେଳେ ପୋଲିସ ଏକ ହତ୍ୟା ମାମଲା (ନଂ.୨୭୪/୨୩) ରୁଜୁ କରିଛି। ମଙ୍ଗଳବାର ଶବ ବ୍ୟବଚ୍ଛେଦ ପରେ ବଳାତ୍କାର ଦଫା ଲଗାଯିବ ବୋଲି ଆଇଆଇସି ଅଶୋକ ନାୟକ କହିଛନ୍ତି।
ସୂଚନାଥାଉ କି, ଅଭିଯୁକ୍ତ ଘନିଆ ପ୍ରାୟ ଦେଢ଼ ବର୍ଷ ତଳେ ଜଗତ୍‌ସିଂହପୁର ଜିଲାରେ ବିବାହ କରି ଶ୍ୱଶୁର ଘରେ ରହୁଥିଲେ। ତାଙ୍କର ୨ ମାସର ଏକ ଝିଅ ରହିଛି। କିଛିଦିନ ତଳେ ସ୍ତ୍ରୀଙ୍କ ସହ ଝଗଡ଼ା କରି ଭୁବନେଶ୍ୱର ପଳାଇ ଆସି କେଳା ବସ୍ତିସ୍ଥିତ ଘରେ ରହୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳବାର ଭୁବନେଶ୍ୱର ବନ୍ଦ, ହେବ ବଡ଼ ଆନ୍ଦୋଳନ…

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬...

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଅଦ୍ଭୁତ ମାଛ, ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼, କେଜି ଏତିକି ଟଙ୍କାରେ ହେଲା ବିକ୍ରି

ଭୋଗରାଇ,୨୨ା୯(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ରାଜ୍ୟ ଦୀଘା ମୁହାଣରେ ବଙ୍ଗୀୟ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛନ୍ତି ଲକ୍ଷାଧିକ ଟଙ୍କାର ତେଲିଆ ଶିଳା ମାଛ। ଦୀଘା ମୁହାଣକୁ...

‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ କ’ଣ ରହିବ ବିଜେଡିର ପକ୍ଷ? ନବୀନ କହିଲେ ସମୟ ନେବୁ…

ଭୁବନେଶ୍ୱର,୨୨।୯: ଦେଶରେ ‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ ବିତର୍କ ଆରମ୍ଭ ହୋଇଛି। ଏକକାଳୀନ ନିର୍ବାଚନକୁ ନେଇ ମୋଦି କ୍ୟାବିନେଟ ମଞ୍ଜୁରୀ ଦେବା ପରେ ଏବେ...

ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଚାଲିଗଲା ଜଣଙ୍କ ଜୀବନ

ଲାଞ୍ଜିଗଡ଼,୨୨ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡ଼ା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଅନ୍ୟ...

ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା...

ନିମନ୍ତ୍ରଣ ପତ୍ରରେ ନ ଥିଲା ନାଁ, ଉଦ୍‌ଘାଟନ ଘୁଞ୍ଚିଲା

ସୋନପୁର,୨୧।୯(ମୃତ୍ୟୁଞ୍ଜୟ ଶତପଥୀ): ଓମ୍‌ଫେଡ୍‌ର ସୋନପୁର ଡେଏରୀ ପ୍ଲାଣ୍ଟ (ଦୁଗ୍ଧ କାରଖାନା) ଉଦ୍‌ଘାଟନ ଉତ୍ସବସ୍ଥଳ ଶନିବାର ରଣକ୍ଷେତ୍ର ପାଲଟିଥିଲା। ନିମନ୍ତ୍ରଣ ପତ୍ରରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ...

ନବୀନ-କନକବର୍ଦ୍ଧନ ମୁହାଁମୁହିଁ, କହିଲେ ପ୍ରଥମ ଥର ଖୋଲିଲେ ମୁହଁ…

କଟକ,୨୨ା୯(ଶିଳ୍ପା ପ୍ରିୟଦର୍ଶିନୀ): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ଉପରେ ହୋଇଥିବା ନିର୍ଯାତନା ଘଟଣାକୁ ରାଜନୀତୀକରଣ କରା ନ...

ପୋଲିସ ଭିଡିଓ ଭାଇରାଲ କରୁଥିବା ଅଭିଯୋଗ

ଭୁବନେଶ୍ୱର,୨୨ା୯(ସୂର୍ଯ୍ୟକାନ୍ତ ବେହେରା): ଭରତପୁର ଥାନାରେ ଆର୍ମି ଅଫିସର କ୍ୟାପ୍‌ଟେନ୍‌ ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ସାରା ଦେଶ ନିନ୍ଦା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri