ସ୍ନାନଯାତ୍ରାରେ ମୁତୟନ ହେବେ ୫୨ ପ୍ଲାଟୁନ୍‌ ପୋଲିସ ଫୋର୍ସ

ପୁରୀ ଅଫିସ,୧୩।୬: ଆସନ୍ତାକାଲି ଦେବସ୍ନାନ ପୂର୍ଣ୍ଣିମା। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇସାରିଛି। ତେବେ ସ୍ନାନଯାତ୍ରାରେ ଭିଡ଼କୁ ଦୃଷ୍ଟିରେ ରଖିପଞ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୫୨ ପ୍ଲାଟୁନ୍‌ ପୋଲିସ ଫୋର୍ସ ସହ ୩ କମାଣ୍ଡାଣ୍ଟ, ୧୧ ଅତିରିକ୍ତ ଏସ୍‌ପି, ୨୧ ଡିଏସ୍‌ପି, ୫୦ ଇନ୍ସପେକ୍ଟର, ୨୭୦ ସବ ଇନ୍ସପେକ୍ଟର, ୧ହଜାର କନଷ୍ଟେବଳ ମୁତୟନ ହେବେ। ଶ୍ରୀମନ୍ଦିର ସହ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ମାନଙ୍କରେ ୪୦ରୁ ଅଧିକ ସିସିଟିଭି ସ୍ଥାପନ ପାଇଁ ନିଷ୍ପତ୍ତି ହୋଇଛି। ସେହିପରି ପହଣ୍ଡି ସମୟରେ ପାରିମାଣିକ ଟିକେଟ ଧାରୀଙ୍କ ପାଇଁ ବ୍ୟବସ୍ଥା କରାଯାଇଛି। ମନ୍ଦିର ବାହାରେ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ବ୍ୟାରିକେଡ଼ ବ୍ୟବସ୍ଥା କରାଯାଇଛି।

Share