Posted inଜାତୀୟ

ଲୋକ ସଭା ନିର୍ବାଚନ ପୂର୍ବରୁ ରାଜସ୍ଥାନରେ ଭାଜପାକୁ ବଡ ଝଟ୍‌କା

ଜୟପୁର,୨୧।୩: ଲୋକ ସଭା ନିର୍ବାଚନ ତାରିଖ ଘୋଷଣା ହେବା ପରେ ଗୁରୁବାର ରାଜସ୍ଥାନରେ ଭାଜପାକୁ ବଡ ଝଟକା ଲାଗିଛି। ପୂର୍ବତନ ଭାଜପା ବିଧାୟକ ତଥା ଭେଟେରାନ ଗୁର୍ଜର ନେତା ପ୍ରହ୍ଲାଦ ଗୁଞ୍ଜଲ କଂଗ୍ରେସରେ ଯୋଗ ଦେଇଥିଲେ। ରାଷ୍ଟ୍ରୀୟ ସ୍ବୟଂ ସେବାକ ସଂଗଠନର ପୃଷ୍ଠଭୂମିରୁ ଆସିଥିବା ଗୁଞ୍ଜଲଙ୍କର ରାଜସ୍ଥାନର ୩ରୁ ୪ଟି ଜିଲାର ଗୁର୍ଜର ସମ୍ପ୍ରଦାୟରେ ବହୁତ ପ୍ରଭାବ ରହିଛି।

ଗୁଞ୍ଜଲ ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେଙ୍କ ସହ ନିକଟତର ଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଏବଂ କଂଗ୍ରେସ ପ୍ରଦେଶ ଅଧ୍ୟକ୍ଷ ଗୋବିନ୍ଦ ସିଂ ଡୋଟାସରା ଏବଂ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଗୁଞ୍ଜଲ କଂଗ୍ରେସରେ ଯୋଗ ଦେଇଥିଲେ। ସୂଚନାନୁସାରେ, ଲୋକ ସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ କୋଟା-ବୁନ୍ଦି ସଂସଦୀୟ ଆସନରୁ କଂଗ୍ରେସ ଗୁଞ୍ଜଲଙ୍କୁ ମଇଦାନକୁ ଓହ୍ଲାଇବ।
ଗୁଞ୍ଜଲ ତାଙ୍କ ନାମ ନ ନେଇ ବିର୍ଲାଙ୍କୁ ଟାର୍ଗେଟ କରିଥିଲେ। ସେ କହିଛନ୍ତି କୋଟା ସଂଭାଗରେ ଦୁଇ ଭାଇ ଅଛନ୍ତି, ଜଣେ ବଡ଼ ଭାଇ ଏବଂ ଅନ୍ୟ ଜଣେ ସାନ ଭାଇ। ଗୋଟିଏ ପାର୍ଶ୍ୱରେ ସ୍ବାର୍ଥପରତା ଏବଂ ଅନ୍ୟ ପଟେ ଲୁଟ। ସେ କହିଛନ୍ତି, ମୁଁ ଭାଜପାର କାହା ପାଇଁ ଜୁନିୟର ନୁହେଁ। ଯେତେବେଳେ ମୁଁ ପ୍ରଥମ ଥର ପାଇଁ ବିଧାୟକ ହେଲି, ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ସରପଞ୍ଚ ହେବାକୁ ଦୌଡ଼ରେ ଥିଲେ।
କୋଟା ସଂଭାଗର ଯୁବ ନେତା ନରେଶ ମୀଣା ମଧ୍ୟ ଗୁରୁବାର କଂଗ୍ରେସରେ ଯୋଗ ଦେଇଛନ୍ତି। ସୂଚନାଯୋଗ୍ୟ ଯେ ପୂର୍ବରୁ ଚୁରୁର ଭାଜପା ଏମପି ରାହୁଲ କାସୱା କଂଗ୍ରେସରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri