Posted inଜାତୀୟ

ମୁସଲମାନ ପକ୍ଷକୁ ବଡ଼ ଝଟ୍‌କା: ଜ୍ଞାନବ୍ୟାପିରେ ପୂଜା ଜାରି ରଖିବାକୁ ହାଇକୋର୍ଟ ଦେଲେ ନିର୍ଦ୍ଦେଶ

ଲକ୍ଷ୍ନୌ,୨୬।୨: ଉତ୍ତରପ୍ରଦେଶର ବାରାଣାସୀରେ ଅବସ୍ଥିତ ଜ୍ଞାନବ୍ୟାପି ପରିସରରେ ବ୍ୟାସ ଜୀଙ୍କର ତେହଖାନାରେ ପୂଜା ହେବ କି ନାହିଁ ସେନେଇ ଆହ୍ଲାବାଦ ହାଇକୋର୍ଟ ଏକ ରାୟ ଦେଇଛନ୍ତି। ଏଠାରେ ପୂଜା କରିବା ପାଇଁ କୋର୍ଟ ଅନୁମତି ଦେଇଛନ୍ତି। ଜଷ୍ଟିସ ରୋହିତ ରଂଜନ ଅଗ୍ରୱାଲଙ୍କ ଏକକ ବେଞ୍ଚରୁ ଏହି ନିଷ୍ପତ୍ତି ନିଆଯାଇଛି। ମୁସଲମାନ ପକ୍ଷ ଅର୍ଥାତ୍‌ ଅଞ୍ଜୁମନ ଇନ୍ତଜାମିଆ ମସଜିଦ କମିଟି ଜିଲା ଜଜ ବାରାଣସୀ ପୂଜା ଆରମ୍ଭ କରିବା ଆଦେଶକୁ ଆଦେଶକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲା।
ଜାନୁୟାରୀ ୩୧ରେ ପୂଜା ଆରମ୍ଭ କରିବାକୁ ବାରାଣାସୀ ଜିଲା ଜଜଙ୍କ ନିର୍ଦ୍ଦେଶକୁ କୋର୍ଟ ସମର୍ଥନ କରିଛନ୍ତି। ହାଇକୋର୍ଟଙ୍କ ଏହି ଆଦେଶ ଯୋଗୁ ବ୍ୟାସ ତେହଖାନାରେ ପୂଜା ଜାରି ରହିବ। କୋର୍ଟ ପୂଜାପାଠ ଉପରେ ପ୍ରତିବନ୍ଧକ ଲଗାଇ ନାହାଁନ୍ତି। ଏହି ଆବେଦନକୁ ହାଇକୋର୍ଟ ପ୍ରତ୍ୟାଖ୍ୟାନ କରିଥିବାରୁ ମୁସଲମାନ ଦଳକୁ ଝଟ୍‌କା ଲାଗିଛି।
ଉଭୟ ପକ୍ଷଙ୍କ ମଧ୍ୟରେ ଦୀର୍ଘ ବିତର୍କ ପରେ ଫେବୃଆରୀ ୧୫ରେ କୋର୍ଟ ଏହାର ନିଷ୍ପତ୍ତି ସଂରକ୍ଷିତ ରଖିଥିଲେ। ବରିଷ୍ଠ ସୁପ୍ରିମକୋର୍ଟର ଓକିଲ ସିଏସ ବୈଦ୍ୟନାଥନ ଏବଂ ବିଷ୍ଣୁ ଶଙ୍କର ଜୈନ ହିନ୍ଦୁ ପକ୍ଷରୁ ଯୁକ୍ତି ବାଢିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…

ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ...

କେଉଁଠୁ ଆସୁଛି ବିମାନକୁ ବୋମାରେ ଉଡାଇ ଦେବାର ଧମକ, ଗୁଇନ୍ଦା ଏଜେନ୍ସି ହାତରେ ଲାଗିଲା ବଡ ତଥ୍ୟ

ନୂଆଦିଲ୍ଲୀ,୧୭।୧୦: ସୋସିଆଲ ମିଡିଆରେ ବିଭିନ୍ନ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବାର କିଛି ଦିନ ପରେ କେନ୍ଦ୍ରୀୟ ଗୁପ୍ତଚର ସଂସ୍ଥା ଲଣ୍ଡନ ଏବଂ ଜର୍ମାନୀର...

ବିଦେଶରେ ବସିଥିବା ଲୋକ ଚଲାଉଛନ୍ତି କଂଗ୍ରେସ ଅଧ୍ୟକ୍ଷଙ୍କ ଫେସବୁକ ଆକାଉଣ୍ଟ, ଖାର୍ଗେଙ୍କ ଉପରେ ବଡ ଅଭିଯୋଗ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନାମରେ ଏକ ଭେରିଫାଏଡ ଫେସବୁକ ପେଜ୍‌କୁ ଦର୍ଶାଇ ଭାଜପା ଅଭିଯୋଗ କରିଛି ଯେ କଂଗ୍ରେସ ଅଧ୍ୟକ୍ଷଙ୍କ ଇଣ୍ଟରନେଟ ମିଡିଆ...

 ସରକାରଙ୍କ ଚିନ୍ତା ବଢ଼ାଉଛି ବିଷାକ୍ତ ମଦ ମୃତ୍ୟୁ

ପାଟନା,୧୭ା୧୦: ୨୦୧୬ରୁ ମଦକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଥିବା ବିହାରରେ ମଦମୃତ୍ୟୁ। ରାଜ୍ୟର ସିଓ୍ବାନ ଏବଂ ସରନ୍‌ ଜିଲାରେ ବିଷାକ୍ତ ମଦ ପିଇ ଅନୂ୍ୟନ ୨୫ ଜଣ...

ଦିଲ୍ଲୀରୁ କେଜରିଓ୍ବାଲଙ୍କ ବିଦାୟ ହେବା ନିଶ୍ଚିତ: ବିରେନ୍ଦ୍ର ସଚଦେବା

ନୂଆଦିଲ୍ଲୀ,୧୭।୧୦: ଦିଲ୍ଲୀ ଭାଜପା ରାଜ୍ୟ ସଭାପତି ବିରେନ୍ଦ୍ର ସଚଦେବ ଗୁରୁବାର ଆଇଏନଏସ ସହ କଥାବାର୍ତ୍ତା ବେଳେ କେଜରିୱାଲଙ୍କ ଚିଠି ଏବଂ କଂଗ୍ରେସର ‘ନ୍ୟାୟ-ରଥ’କୁ ନେଇ ପ୍ରତିକ୍ରିୟା...

ତମନ୍ନା ଭାଟିଆଙ୍କୁ ଜେରା କଲା ଇଡି, କାହିଁକି ଜାଣନ୍ତୁ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ପଚରାଉଚରା କରୁଛି। ମହାଦେବ ବେଟିଂ ଆପ୍‌ ସହାୟକ ଆପ ଫେୟାର ପ୍ଲେରେ ଆଇପିଏଲ ମ୍ୟାଚକୁ ପ୍ରମୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri