ଗିନିଜ ବୁକ ଅଫ୍‌ ରେକର୍ଡରେ ସାମିଲ କଳାକାରଙ୍କୁ ଭବ୍ୟ ସ୍ବାଗତ

କେସିଙ୍ଗା ୨୯।୧(ତୁମେଶ୍ୱର ସାହୁ):କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର କଳାକାର ଗିନିଜ ବୁକରେ ସ୍ଥାନ ପାଇଥିବାରୁ ରେଳବାଇ ଷ୍ଟେଶନରେ ବୁଧବାର ଭବ୍ୟ ସ୍ବାଗତ ଓସମ୍ବର୍ଦ୍ଧନା କରାଯାଇଛି। ଦିଲ୍ଲୀର ଇଣ୍ଡିଆ ଗେଟରେ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଆୟୋଜିତ ଦେଶର ସବୁଠୁ ବଡ଼ ସଂସ୍କୃତି ସମ୍ମିଶ୍ରଣ ନୃତ୍ୟରେ ୫ ହଜାର କଳାକାର ମଧ୍ୟରେ
କଳାହାଣ୍ଡି କେସିଙ୍ଗା ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ୬୦ ଜଣ କଳାକାର ଡାଲ ଖାଇ ନୃତ୍ୟରେ ଗିନିଜ ବୁକରେ ସ୍ଥାନ ପାଇଥିଲେ।
କଳାକାର ରେଳ ଷ୍ଟେଶନରେ ଆଜି ପହଞ୍ଚିବା ପରେ ଭବ୍ୟ ସ୍ବାଗତ କରାଯାଇଥିଲା। ସେମାନଙ୍କୁ ବାଜା ଓ ପୁଷ୍ପ ଗୁଚ୍ଛରେ ସ୍ବାଗତ କରାଯାଇଥିଲା। ସ୍ବାଗତ ପାଇଁ ଏନଏସି ଅଧ୍ୟକ୍ଷ ନୃପରାଜ ଯାଦବ,ପୂର୍ବତନ ନଗରପାଳ ରାମ କୁମାର ଜୈନ,ସମାଜସେବୀ ପ୍ରମୋଦ ଦାଶ, ରମେଶ ପଟ୍ଟନାୟକ, ନଳୀନ ପଟ୍ଟନାୟକ, ପ୍ରସନ୍ନ ମହାନ୍ତି,ବି ଏସ ଏ ସଭାପତି ସୁଶାନ୍ତ ମହାପାତ୍ର, ସମ୍ପାଦକ ଅକ୍ଷୟ କୁମାର ଦାସ,କୋଷାଦକ୍ଷ ବିକ୍ରମ ବାରିକ ,ଅଜୟ ଜେନା ,ସୁରେଶ ମହାନନ୍ଦ, ସଂଗ୍ରାମ ବାରିକ,କୁଞ୍ଜ ସାହୁ, ଓ ବିଏସଏର ବହୁ ସଭ୍ୟସଭ୍ୟା ଉପସ୍ଥିତ ଥିଲେ।
ପ୍ରଥମଥର ପରେଡରେ ଦେଶର ବିଭିନ୍ନ ରାଜ୍ୟର ୪୫ ପ୍ରକାର ନୃତ୍ୟ ପରିବେଷଣ କରାଯାଇଥିଲା। ବିଭିନ୍ନ ନୃତ୍ୟ ମଧ୍ୟରେ ପଶ୍ଚିମ ଓଡ଼ିଶାର ଡାଲ ଖାଇ ନୃତ୍ୟ ବି ସ୍ଥାନ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଇଁଛ ଶାବକଙ୍କ ସୁରକ୍ଷା ପାଇଁ ବେଳାଭୂମିରେ ସ୍ବେଚ୍ଛାସେବୀ ଟିମ୍‌

ଗଞ୍ଜାମ,୧୫ା୪(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିର ବାଲୁକା ଶଯ୍ୟାରେ ବେବି ଅଲିଭ ରିଡଲେ ଅଣ୍ଡାରୁ ଜନ୍ମ ହେବା ପରେ ସମୁଦ୍ର ମୁହାଁ ହୋଇ...

ସି.ଏମ ଟ୍ରଫି ଫୁଟବଲ: ଖରମୁଣ୍ଡା ୟୁଥ ଆଥଲେଟିକ ଏସୋସିଏସନ ଚାମ୍ପିଅନ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଚାଲିଥିବା ସି. ଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା ମଙ୍ଗଳବାର ଉଦଯାପିତ ହୋଇଯାଇଛି। ବରଗଡ଼ ୟୁନାଇଟେଡ ସ୍ପୋର୍ଟସ...

କାଳ ବୈଶାଖୀ ରଚିଲା ତାଣ୍ଡବ: ଉପୁଡିଲା ବଡ ବଡ ଗଛ ଓ ବିଦ୍ୟୁତ ଖୁଣ୍ଟ, ଉଡିଲା ଦୋକାନର ଛପର

ପାଟଣା, ୧୫।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ସାହାରପଡା , ଉଖୁଣ୍ଡା ଓ ତୁରୁମୁଙ୍ଗା ଅଞ୍ଚଳରେ ମଙ୍ଗଳବାର ସଂଧ୍ୟାରେ କାଳ ବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି...

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ନିଆଁ ଲଗାଇବା ଘଟଣା: ପ୍ରତିବାଦ କଲା ଗଞ୍ଜାମ ବିଜେଡି

ଗଜପତି,୧୫।୪(ଗିରିଧାରୀ ପରିଛା): ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପେଟ୍ରୋଲ ଢାଳି ନିଆଁ ଲଗାଇବା ଘଟଣାରେ ବିଜେଡି ବିରୋଧ ପ୍ରଦର୍ଶନ କରିଛି। ମଙ୍ଗଳବାର ବଲାଙ୍ଗୀର ଜିଲା ପାଟଣାଗଡରେ ଗଜପତି...

ରାଜ୍ୟରେ ବଢୁଛି ନାରୀ ନିର୍ଯାତନା: ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ତଳେ କଂଗ୍ରେସର ପ୍ରତିବାଦ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଆହ୍ବାନ କ୍ରମେ ମଙ୍ଗଳବାର ସଂଧ୍ୟାରେ ବରଗଡ଼ ନଗର ଓ ବ୍ଲକ କଂଗ୍ରେସ କମିଟି ପକ୍ଷରୁ ଓଡିଶାରେ ବଢୁଥିବା...

ଦୈତାରୀ ଥାନା ଅଞ୍ଚଳରେ ମାଓ ଚଳପ୍ରଚଳକୁ ମିଥ୍ୟା ସୂଚନା ଦେଇଥିବା ବନ କର୍ମଚାରୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠନ

କେନ୍ଦୁଝର,୧୫।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦୈତାରୀ ଥାନା ଅଞ୍ଚଳରେ ମାଓ କାର୍ଯ୍ୟକଳାପକୁ ନେଇ ମିଥ୍ୟା ପ୍ରଚାରକୁ ନେଇ କେନ୍ଦୁଝର ପୋଲିସ ତଦନ୍ତ ଆରମ୍ଭ କରିଛି। ଏନେଇ...

ଗାଈ ଚରାଇବାକୁ ଯାଇଥିଲେ,ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପଟ୍ଟାଙ୍ଗି,୧୫ା୪(ଶରତ କୁମାର ଧଳ)-ଭାଲୁ ଆକ୍ରମଣରେ ଗୁରୁତର ହୋଇଥିବା କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅନ୍ତର୍ଗତ ରାଲେଗଡ଼ା ପଞ୍ଚାୟତର ମିରିଆଲପାଡୁ ଗ୍ରାମର ପାମିଆ ବଲୁଙ୍କୁ ଗ୍ରାମବାସୀ ଉଦ୍ଧାର...

ମାରୱାଡୀ ଯୁବ ମଞ୍ଚର କର୍ମକର୍ତ୍ତା ଚୟନ

କେସିଙ୍ଗା,୧୫.୪(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ଅଗ୍ରଣୀ ଅନୁଷ୍ଠାନ ମାରୱାଡ଼ୀ ଯୁବାମଞ୍ଚର କର୍ମକର୍ତ୍ତା ଗୌରୀ ଶଙ୍କର ମନ୍ଦିର ପରିସରରେ ମଙ୍ଗଳବାର ଅନୁଷ୍ଠିତ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image