ସାପ କାମୁଡ଼ାରେ ମେଧାବୀ ଛାତ୍ରୀଙ୍କ ଜୀବନ ଗଲା

କୋକସରା,୮ା୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ବେହେରା କଲେଜରେ ଯୁକ୍ତ ୨ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରୀ ଝାନ୍‌ସୀ ନାଏକ(୧୭) ସାପ କାମୁଡ଼ାରେ ପ୍ରାଣ ହରାଇଛନ୍ତି। ଝାନ୍‌ସୀ ଗୁରୁବାର ରାତିରେ ଘରେ ଶୋଇଥିବା ସମୟରେ ଏକ ସାପ ତାଙ୍କୁ କାମୁଡ଼ି ଦେଇଥିଲା।

ଏହା ଜାଣିବା ପରେ ପରିବାର ଲୋକେ ତାଙ୍କୁ ଧର୍ମଗଡ ମେଡ଼ିକାଲ ଓ ପରେ ଭବାନୀପାଟଣାସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବୁର୍ଲା ନେବା ପାଇଁ ଡାକ୍ତର ପରାମର୍ଶ ଦେଇଥିଲେ। ତେବେ ବୁର୍ଲାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ କୋକସରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ମୃତଦେହ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସୂଚନା ଯୋଗ୍ୟ, ସେ ଜଣେ ମେଧାବୀ ଛାତ୍ରୀ ଥିବା ବେଳେ ଉଚ୍ଚଶିକ୍ଷା ଲାଭ କରି ଚାକିରି କରିବାକୁ ଆଶା ରଖିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦାଉ ସାଧୁଛି ବର୍ଷା, ଚିନ୍ତାରେ ଚାଷୀ

ଜଗତସିଂହପୁର ଅଫିସ, ୨୨ା୧୨ (ପ୍ରମୋଦ କୁମାର ନାୟକ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲାରେ ମାତ୍ରାଧିକ ବର୍ଷା...

ଆଜି ଶିମିଳିପାଳ ବନ୍ଦ

ବାରିପଦା,୨୨।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଲଗାଣ ବର୍ଷା ଯୋଗୁ ରବିବାର ଶିମିଳିପାଳ ଅଭୟାରଣ୍ୟକୁ ପର୍ଯ୍ୟଟକଙ୍କ ନିମନ୍ତେ ବନ୍ଦ କରାଯାଇଛି। ଶିମିଳିପାଳର ପିଠାବଟା ଓ କାଳିକାପ୍ରସାଦ ଦୁଇଟି ଗେଟ୍‌...

ଧାନ କିଣାକୁ ନେଇ ଅଭିନୟ କରାଯାଉଛି: କୃଷକ କଲ୍ୟାଣ ମଞ୍ଚ

କୁନ୍ଦୁରା,୨୧ା୧୨(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ୍‌ରେ ଚଳିତ ଖରିଫ ଋତୁରେ ଧାନମଣ୍ଡି ବିଭିନ୍ନ ସ୍ଥାନରେ ଶୁଭାରମ୍ଭ ହୋଇଥିବା ବେଳେ ମିଲର୍ସଙ୍କ ଦ୍ୱାରା ଧାନ ଉଠାଯାଉ...

ଚମାଖଣ୍ଡି ବିଭବ କେନ୍ଦ୍ରକୁ ବୁଲି ଦେଖିଲେ ୫ଟି ରାଜ୍ୟର ପ୍ରତିନିଧି ଦଳ

ଛତ୍ରପୁର, ୨୧ା୧୨(ଦିଲ୍ଲୀପ ସାମଲ): ଝାଡ଼ଖଣ୍ଡ, ବିହାର, ଗୁଜରାଟ, ୟୁପି ଓ ମଧ୍ୟପ୍ରଦେଶ ର ପ୍ରତିନିଧୀ ଦଳ ଶନିବାର ଗଂଜାମ ଜିଲା ଚମାଖଣ୍ଡି ଗ୍ରାମ ପଂଚାୟତ ଅନ୍ତର୍ଗତ...

ଗାଁରେ ପହଞ୍ଚିଲା ଓଡ଼ିଆ ଶହୀଦ ଯବାନଙ୍କ ମୃତଦେହ

କୋରାପୁଟ,୨୧।୧୨(ଅମିତାଭ ବେହେରା): ଓଡ଼ିଆ ଶହୀଦ ଯବାନ ଈଶ୍ୱରଙ୍କ ମରଶରୀର ଶନିବାର ନିଜ ଜନ୍ମମାଟିରେ ପହଞ୍ଚିଛି। ମରଶରୀର ଗାଁରେ ପହଞ୍ଚିବା ପରେ ଶହୀଦ ଯବାନ ଅମର ରହେ...

ଭାଇଚାରା ସହ ବଡ଼ଦିନ ପାଳନ ପାଇଁ ବାର୍ତ୍ତା ଦେଲେ ଯୁବସଂଘ

ବ୍ରାହ୍ମଣୀଗାଁ,୨୧।୧୨(ମନୋରଞ୍ଜନ ରଣା)- ବଡ଼ଦିନ ପାଳନ ପାଇଁ କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି । ଏହି ପର୍ବ ପାଳନ ପାଇଁ ବିଭିନ୍ନ ସମ୍ପ୍ରଦାୟ...

ଡାବୁଲୁମାହାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ଜଣେ ନାବାଳକଙ୍କ ଜୀବନ, ୨ ଗୁରୁତର

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ୫୯ ନଂ ଜାତୀୟ ରାଜପଥର ଡାବୁଲୁମାହାଠାରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇ ଜଣଙ୍କ ମୃତ୍ୟୁ...

ବର୍ଷା ପାଣିରେ ବୁଡିଲା ଅମଳ ଧାନ

ଛତ୍ରପୁର,୨୧ା୧୨(ସନ୍ତୋଷ ପାଢୀ): ଗଞ୍ଜାମ ଜିଲାରେ ଗତ ୩ଦିନ ହେଲା ଅଦିନିଆ ବର୍ଷା ଲାଗି ରହିଥିବାରୁ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଅନ୍ୟପକ୍ଷରେ ଅମଳ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri