ଟୋଲ୍‌ ଫ୍ରି ନମ୍ବରରୁ ଆସିଲା କଲ୍‌ ରାତାରାତି ବାଳାଶ୍ରମ ଗଲେ ଜିଲାପାଳ, ପରେ ଯାହା କଲେ…

ବାଲେଶ୍ୱର,୨୬।୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ମଥାନୀ ପଞ୍ଚାୟତ ଅନ୍ତର୍ଗତ ମାଗୁଣି ଚରଣ ବାଳାଶ୍ରମରେ ଅବ୍ୟବସ୍ଥା ଦେଖାଦେଇଛି। ଏ ସମ୍ପର୍କରେ ଅଭିଯୋଗ ପାଇ ଜିଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ଶନିବାର ରାତିରେ ଅଚାନକ ବାଳାଶ୍ରମ ପରିଦର୍ଶନ କରିଥିଲେ। ଘଟଣାର ତଦନ୍ତ କରିବା ସହ ବାଳାଶ୍ରମର ପରିଚାଳକଙ୍କ ଉପରେ ଖୁବ ବର୍ଷିଥିଲେ।
ମୁତାବକ, ଉକ୍ତ ଅବାସିକ ବିଦ୍ୟାଳୟରେ ଛାତ୍ରୀଛାତ୍ର ବିଭିନ୍ନ ସମସ୍ୟା ଭିତରେ ରହୁଥିବା, ଶିକ୍ଷକମାନେ ଛାତ୍ରୀଛାତ୍ରମାନଙ୍କୁ ନିର୍ଯାତନା ଦେଉଥିବା ନେଇ ଟୋଲ୍‌ ଫ୍ରି ନମ୍ବରରେ ପିଲାମାନେ ଅଭିଯୋଗ କରିଥିଲେ। ଅଭିଯୋଗ ପାଇ ଜିଲାପାଳଙ୍କ ସମେତ ଆଇପିଏସ୍‌ ପ୍ରୋବେସନର ଅଭିଷେକ, ଜିଲା ଶିଶୁ ସୁରକ୍ଷା ଅଧିକାରିଣୀ ଦେବାଙ୍ଗନା ବାରିକ, ତହସିଲଦାର ରାଧାରଞ୍ଜନ ଦାସ ଓ ଥାନାଧିକାରୀ ଗୋବିନ୍ଦ ଚନ୍ଦ୍ର ବେହେରା ଅଚାନକ ବାଳାଶ୍ରମରେ ପହଞ୍ଚତ୍ ପିଲାମାନଙ୍କର ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ। ଏଥି ସହ ହଷ୍ଟେଲ, ଶ୍ରେଣୀ କକ୍ଷ, ରୋଷେଇ ଘର, ପାଇଖାନା ଇଦ୍ୟାଦି ବୁଲି ଦେଖିଥିଲେ। ବାଳାଶ୍ରମର ପରିଚାଳକ ହରିହର ମହାପାତ୍ର ପିଲାଙ୍କୁ ନାନାଦି ନିର୍ଯାତନା ଦେଉଥିବା ପିଲାଙ୍କଠାରୁ ଅବଗତ ହେବା ପରେ ଜିଲାପାଳ ତାଙ୍କୁ ତାଗିଦା କରିଥିଲେ l
୧୫ ଦିନ ମଧ୍ୟରେ ବିଦ୍ୟାଳୟର ସମସ୍ତ ସମସ୍ୟାର ସାମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ନ ହେଲେ ଛାତ୍ରୀଛାତ୍ରଙ୍କୁ ଅନ୍ୟ ହଷ୍ଟେଲକୁ ସ୍ଥାନାନ୍ତର କରି ବାଳାଶ୍ରମ ବନ୍ଦ କରାଯିବ ବୋଲି ଜିଲାପାଳ ଚେତାବନୀ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ...

ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା...

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ...

ସାହାରା ଜମାକାରୀଙ୍କ ପାଇଁ ଖୁସିଖବର: ଫେରସ୍ତ ରାଶି ସୀମା ୫୦ହଜାରକୁ ବୃଦ୍ଧି

ଭୁବନେଶ୍ୱର,୨୦ା୯(ଅନୁରାଧା ମହାରଣା):ସରକାର ସାହାରା ଗ୍ରୁପ୍‌ ସମବାୟ ସମିତିର କ୍ଷୁଦ୍ର ଜମାକାରୀଙ୍କୁ ଫେରସ୍ତ କରାଯିବାକୁ ଥିବା ଅର୍ଥ ରାଶିର ସୀମା ୧୦ହଜାର ଟଙ୍କାରୁ ୫୦ହଜାର ଟଙ୍କାକୁ ବୃଦ୍ଧି...

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ।...

ଲିଜ୍‌ଧାରୀଙ୍କୁ ୭.୩୮ କୋଟି ଜରିମାନା

ଯାଜପୁର,୨୦ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ ପାହାଡ଼ରେ ପଥର ଧସି ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ଲିଜ୍‌ଧାରୀ ନାରାୟଣ ରାଉତଙ୍କୁ...

ମେଜରଙ୍କ ବାନ୍ଧବୀଙ୍କୁ ଗୁପ୍ତାଙ୍କ ଦେଖାଇଥିଲେ ଥାନା ଆଇଆଇସି

ଭୁବନେଶ୍ୱର,୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ନିର୍ଯାତନା ଓ ଅତ୍ୟାଚାରର ଶିକାର ହୋଇଥିବା ଅଙ୍କିତା ପ୍ରଧାନ ଜାମିନରେ ମୁକୁଳିବା ପରେ ଗଣମାଧ୍ୟମ ଆଗକୁ ଆସି ମୁହଁ ଖୋଲିଛନ୍ତି। ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri