ବାଇକ୍‌ ସହ ମୁହାଁମୁହିଁ ପିଟିହେଲା କାର୍‌, ଚାଲିଗଲା ଜଣଙ୍କ ଜୀବନ

କଣ୍ଟାବାଞ୍ଜି,୫ା୧(ଗୁରୁଦୟାଲ ହଂସ): ରବିବାର ଅପରାହ୍ନରେ ବୁଢ଼ୀବାହାଲ ଗାଁ ନିକଟରେ ଏକ କାର୍‌ ବାଇକକୁ ମୁହାଁମୁହିଁ ଧକ୍କା ଦେଇଥିଲା। ଏଥିରେ ଘଟଣାସ୍ଥଳରେ ବାଇକ୍‌ଚାଳକଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ତୁରେକେଲା ଥାନା ବୁଢ଼ୀବାହାଲ ଗାଁର ତ୍ରିଲୋଚନ ମାଝୀ (୩୨) ବୋଲି ଜଣାପଡ଼ିଛି। ଲାଠୋରରୁ ବଜାର କରି ନିଜ ଗାଁକୁ ବାଇକ୍‌ ଯୋଗେ ଫେରୁଥିବା ବେଳେ ତୁରେକେଲା ପଟୁ ଯାଉଥିବା ଏକ କାର୍‌ ତାଙ୍କୁ ମୁହାଁମୁହିଁ ଧକ୍କା ଦେଇଥିଲା। ଏଥିରେ ଯୁବକଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ଘଟାଇଥିବା କାର୍‌ରେ ଜଣେ ଆଇନଜୀବୀ ଥିଲେ ବୋଲି କୁହାଯାଇଛି। ଉକ୍ତ କାର୍‌ର ଡ୍ରାଇଭରକୁ ଗାଁ ଲୋକେ ତୁରେକେଲା ଜଙ୍ଗଲରୁ ଉଦ୍ଧାର କରି ପୋଲିସ ଜିମା ଦେଇଥିବା ଜଣାଯାଇଛି। ତୁରେକେଲା ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି କଣ୍ଟାବାଞ୍ଜି ଡାକ୍ତରଖାନାକୁ ବ୍ୟବଚ୍ଛେଦ ପାଇଁ ପଠାଇଥିଲେ।ଏ ସଂକ୍ରାନ୍ତରେ ତୁରେକେଲା ପୋଲିସ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri