କଲେଜ ଛାତ୍ରୀଙ୍କ ଉପରେ ମାଡିଗଲା କାର୍‌

ତିହିଡ଼ି,୧୧ା୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାସ୍ତାର ନନ୍ଦପୁର ବଜାରରେ ସୋମବାର ପୂର୍ବାହ୍ନରେ କାର୍‌ ଧକ୍କାରେ ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତା ଛାତ୍ରୀଙ୍କ ନାଁ ପ୍ରଭାସିନୀ ନାୟକ ଏବଂ ସେ ତିହିଡ଼ି ଥାନା ଅଚକ ପଞ୍ଚାୟତ ଅଧୀନ ଖପରାବାଙ୍କ ଗ୍ରାମର ରମାକାନ୍ତ ନାୟକଙ୍କ ଝିଅ ବୋଲି ଜଣାଯାଇଛି। ଏହି ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ସେମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ପରେ ତାଳପଦାସ୍ଥିତ ମାଣିକଲାଲ ମହିଳା କଲେଜର ଛାତ୍ରୀମାନେ ରାସ୍ତାରୋକୋରେ ସାମିଲ ହୋଇଛନ୍ତି। ଛାତ୍ରୀଜଣକ ଘରୁ କଲେଜ ଯାଉଥିବା ବେଳେ ନନ୍ଦପୁର ବଜାରରେ ଭଦ୍ରକରୁ ଚାନ୍ଦବାଲି ଅଭିମୁଖେ ଯାଉଥିବା ଏକ ଦ୍ରୁତଗାମୀ କାର୍‌ ତାଙ୍କୁ ଧକ୍କା ଦେଇଥିଲା। ଛାତ୍ରୀଜଣକ ଗୁରୁତର ହେବାରୁ ତାଙ୍କୁ ଚିକିତ୍ସା ନିମନ୍ତେ ତିହିଡ଼ି ଡାକ୍ତରଖାନାକୁ ନିଆଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣା ସମ୍ପର୍କରେ ଖବର ପାଇ ତିହିଡ଼ି ଥାନା ଆଇଆଇସି ପ୍ରସନ୍ନ କୁମାର ନାୟକ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ପରେ ତହସିଲଦାର ଜୟଦ୍ରଥ ଆଚାର୍ଯ୍ୟ, ଅତିରିକ୍ତ ତହସିଲଦାର ନମିତା ଧଳ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚିଥିଲେ। ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡି ବୁଲି ସ୍ଥିତି ଦେଖିଲେ ଜିଲାପାଳ

ଅତାବିରା,୨୬ା୧୦(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ଧାନ ଅମଳ ଆରମ୍ଭ ହୋଇଛି। ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ ବୈଠକ ପରେ ଜିଲାରେ ମଣ୍ଡିଗୁଡ଼ିକରେ ଧାନ ସଂଗ୍ରହ କରାଯିବ।...

ସ୍କ୍ରବ୍‌ ଟାଇଫସ୍‌ରେ ଚାଷୀଙ୍କ ମୃତ୍ୟୁ ଅଭିଯୋଗ

ବରଗଡ଼୨୬।୧୦(ପ୍ରେମାନନ୍ଦ ଖମାରୀ): ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ଶନିବାର ଜଣେ ଚାଷୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ହେଲେ, ବରଗଡ଼ ଜିଲା ପାଇକମାଲ...

ବୁଲେଟରେ ଆସି ଯୁବକଙ୍କ ଉପରକୁ ବୋମା ଫିଙ୍ଗିଲେ ଦୁର୍ବୃତ୍ତ, ଆଉ ତା’ପରେ…

ଦିଗପହଣ୍ଡି,୨୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତାରେ ଥିବା ଏକ ଘରୋଇ ଫାଇନାନ୍ସ କମ୍ପାନୀ ଶାଖା କାର୍ଯ୍ୟାଳୟ ଏବଂ ଜିମ୍‌ ନିକଟରେ ଶନିବାର ସନ୍ଧ୍ୟା...

ଜମି କିଣାବିକାରେ ବଡ଼ ଧରଣର ଜାଲିଆତି: ଧରାପଡ଼ିଲେ ୩ ଅଭିଯୁକ୍ତ, ଏବେ ବି ଅନେକ ଫେରାର

ବରଗଡ଼,୨୬।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଜମି କିଣାବିକାରେ ଜାଲିଆତି କାରବାର ଚର୍ଚ୍ଚାର ବିଷୟ ହୋଇଛି। ବରଗଡ଼ ଜିଲା ଉପ ନିବନ୍ଧକଙ୍କ କାର୍ଯ୍ୟାଳୟ (ଡିଷ୍ଟ୍ରିକ୍ଟ ସବ୍‌ରେଜିଷ୍ଟ୍ରାର ଅଫିସ୍‌)ରେ...

ମାନବୀୟ ମୂଲ ଉପରେ ତର୍କ ଉପସ୍ଥାପନ କରି ଜିଲା ପାଇଁ ଗୌରବ ଆଣିଲେ ଅଧ୍ୟାପକ ପ୍ରତାପ ଚନ୍ଦ୍ର

ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ ଚନ୍ଦ୍ର ଦାଶ...

ବଲାଙ୍ଗୀର ଡବଲ ମର୍ଡର ଘଟଣା: ମିଳିଲା ଯୁବତୀ-ଯୁବକଙ୍କ ପରିଚୟ

ବଲାଙ୍ଗୀର,୨୬ା୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତଣ୍ଡାମୁଣ୍ଡା ଜଙ୍ଗଲର ଡବଲ ମର୍ଡର ଘଟଣାରେ ଶନିବାର ମୃତ ଯୁବତୀ ଯୁବକଙ୍କ ପରିଚୟ ମିଳିଛି। ଉଭୟ ଝାଡ଼ଖଣ୍ଡ ରାଜ୍ୟ...

ବ୍ରିଜ ଉପରେ ସ୍କୁଟିରଖି ନଦୀକୁ ଯୁବକ ଡେଇଁବା ଘଟଣା: ହାଇଦ୍ରାବାଦରେ ଥାଇ ବାପାଙ୍କ ସହ ହେଲେ କଥା

ଗଞ୍ଜାମ,୨୬।୧୦(ବିଦ୍ୟାଧର ସାହୁ ): ଗତ ୨୩ ତାରିଖରେ ଜଣେ ଯୁବକ ନିଜ ସ୍କୁଟି ଓ ଚପଲ ବ୍ରିଜ ଉପରେ ରଖି ନଦୀକୁ ଡେଇଁ ପଡ଼ିଥିବା ଖବର...

ଅନ୍ଧାରରେ କୁମ୍ଭକାରଙ୍କ କୌଳିକ ବୃତ୍ତି: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

କୋକସରା,୨୬ା୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଆଲୋକର ପର୍ବ ଦୀପାବଳି ଆସିଲେ ଗାଁଠୁ ସହର ଚଳଚଞ୍ଚଳ ହୋଇଉଠେ। ଏହି ପର୍ବରେ ସବୁଠୁ ଅଧିକ ଆବଶ୍ୟକ ହୁଏ ଦୀପ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri