ଘରୋଇ ଶିକ୍ଷାନୁଷ୍ଠାନରେ ପ୍ରଥମ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ନେଇ ଥାନାରେ ମାମଲା ସମାଧାନ

କେନ୍ଦୁଝର,୨୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ପଣ୍ଡାପଡ଼ା ଥାନା ଅନ୍ତର୍ଗତ ମସିଣାଯୋଡ଼ିସ୍ଥିତ ଏକ ଆବାସିକ ବିଦ୍ୟାଳୟରେ ଜଣେ ଜୁଆଙ୍ଗ ପ୍ରଥମ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ମରାଯିବା ଘଟଣାକୁ ନେଇ ଗ୍ରାମରେ ଅସନ୍ତୋଷ ପ୍ରକାଶ ପାଇଛି। ଅଖିଳ ଜୁଆଙ୍ଗଙ୍କ ପ୍ରଥମ ଶ୍ରେଣୀରେ ପଢୁଥିବା ଛାତ୍ରୀଙ୍କୁ ବିଦ୍ୟାଳୟର ଶିକ୍ଷୟିତ୍ରୀ ମାଡ଼ ମାରିବା ଏବଂ ଛାତ୍ରୀଙ୍କ ଜଣେ ସମ୍ପର୍କୀୟ ଏନେଇ ପଚରାଉଚରା କରିବାରୁ ଗାଳିଗୁଲଜ କରିଥିବା ଅଭିଯୋଗ ହୋଇଛି।
ଅଭିଯୋଗ ଅନୁଯାୟୀ, ଛାତ୍ରୀ ଜଣଙ୍କ ଖାଇବାକୁ ନ ପାଇବାରୁ ବିଦ୍ୟାଳୟ ପରିସରରୁ ବାହାରକୁ ପଳାଇଯାଇଥିଲେ। ତାଙ୍କୁ ଧରିବା ପାଇଁ ବିଦ୍ୟାଳୟର ଦିଦି ଓ କିଛି ପିଲା ଧରିବା ପାଇଁ ଦଉଡ଼ାଇଥିଲେ। ମୁଖ୍ୟଗେଟ୍‌ ସବୁବେଳେ ଖୋଲା ରହୁଥିବାରୁ ଛୋଟ ପିଲାଟି ବାହାରକୁ ପଳାଇ ଯାଇଥିଲା। ଉକ୍ତ ଛାତ୍ରୀଙ୍କୁ ତାଙ୍କୁ ମାମୁ ସୁରେଶ ଜୁଆଙ୍ଗ ବାହାରେ ପଳାଇ ଯାଉଥିବା ଦେଖି ଧରି ବିଦ୍ୟାଳୟକୁ ନେଇଯାଇଥିଲେ। ଏଭଳି ଅବହେଳାକୁ ନେଇ ବିଦ୍ୟାଳୟର ଦିଦିମାନଙ୍କୁ ପଚାରିବାରୁ ଅସଦ୍‌ବ୍ୟବହାର କରିବା ସହ ଝିଅଟିକୁ ପିଟିଥିଲେ। ଫଳରେ ଏହାକୁ ନେଇ ଗ୍ରାମରେ ଅସନ୍ତୋଷ ଦେଖାଦେଇଥିଲା।

ଏନେଇ ବିଦ୍ୟାଳୟ କର୍ତ୍ତୃପକ୍ଷ କିଛି ନ ଶୁଣିବାରୁ ଝିଅର ବାପା ପଣ୍ଡାପଡ଼ା ଥାନାରେ ୨୪ ତାରିଖରେ ଲିଖିତ ଅଭିଯୋଗ କରିଥିଲେ। ତେବେ ଏଭଳି ସମ୍ବେଦନଶୀଳ ଘଟଣାକୁ ପୋଲିସ ଗୁରୁତର ନ ନେଇ ଘଟଣାକୁ ଆପୋଷ ବୁଝାମଣା କରି ରଫାଦଫା କରିଦେବାକୁ ଉଦ୍ୟମ କରୁଥିବାରୁ ସ୍ଥାନୀୟ ଲୋକେ ଘୋର ଅସନ୍ତୋଷ ବ୍ୟକ୍ତ କରୁଛନ୍ତି। କିଛି ବର୍ଷ ପୂର୍ବରୁ ୧୦ମ ଶ୍ରେଣୀର ଝିଅମାନେ ଅନ୍ୟ ଏକ ଗ୍ରାମକୁ ପଳାଇ ଯାଇଥିଲେ ବୋଲି ଅଭିଯୋଗ କରିଛନ୍ତି। ସେହିପରି ଏହି ବିଦ୍ୟାଳୟର ଦୁଇ ଜଣ ପିଲା ମଧ୍ୟ ମରିଯାଇଛନ୍ତି। ଏଣୁ ବ୍ୟପକ ଅବ୍ୟବସ୍ଥା ମଧ୍ୟରେ ଏହି ବିଦ୍ୟାଳୟ ଚାଲିଥିବା ବେଳେ ଏହାକୁ ପ୍ରଶାସନ ଆଖି ବୁଜି ଦେଇଥିବାରୁ ଅବହେଳା ମଧ୍ୟ ଚାଲିଆସୁଛି। ଏଣୁ ବିଦ୍ୟାଳୟର ପରିଚାଳନା ବ୍ୟବସ୍ଥାକୁ ଯାଞ୍ଚ କରି କାର୍ଯ୍ୟାନୁଷ୍ଠାନ ନ ନେଲେ ଆଗାମୀ ଦିନରେ ଅସନ୍ତୋଷ ଗୁରୁତର ରୂପ ଧାରଣ କରିବ ବୋଲି ମତପ୍ରକାଶ ପାଉଛି। ଏନେଇ ସଦର ଏସ୍‌ଡିପିଓ ସୁଦର୍ଶନ ଗଙ୍ଗୋଇ କହିଛନ୍ତି ଯେ, ପଣ୍ଡାପଡ଼ା ଥାନାରେ ଅଭିଯୋଗ ହୋଇଥିଲା। ସେମାନଙ୍କ ମଧ୍ୟରେ ଥିବା ବିବାଦର ଲିଖିତ ଭାବରେ ଆପୋଷ ବୁଝାମଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Top 5 Odishi Dancers in Odisha: ଓଡ଼ିଶୀ ନୃତ୍ୟର ପରମ୍ପରାକୁ ପ୍ରଚାର ପ୍ରସାର କରିବାରେ ୫ ନୃତ୍ୟଶିଳ୍ପୀଙ୍କ ମହତ୍ତ୍ୱପୂର୍ଣ୍ଣ ଭୂମିକା

ଓଡ଼ିଶୀ ନୃତ୍ୟର ପରମ୍ପରାକୁ ସଂରକ୍ଷଣ ଓ ପ୍ରସାର କରିବାରେ ଅନେକ ଓଡ଼ିଶୀ ନୃତ୍ୟଶିଳ୍ପୀଙ୍କ ଭୂମିକା ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ମାତ୍ର ଏମାନଙ୍କ ମଧ୍ୟରୁ ୫ ଶ୍ରେଷ୍ଠ ଓଡ଼ିଶୀ...

ମାଲେସିଆ ବୁଲିବେ ଓଡ଼ିଶା ଚାଷୀ

ଭୁବନେଶ୍ୱର,୧୮।୪: ଓଡ଼ିଶା କୃଷି ବିଭାଗ ପକ୍ଷରୁ ଶୁକ୍ରବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ଶୁକ୍ରବାରଠାରୁ ୭ ଦିନିଆ ମାଲେସିଆ ଗସ୍ତରେ ଯାଇ କୃଷି ଭିତ୍ତିକ ଶିଳ୍ପ...

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ

ଆନନ୍ଦପୁର,୧୮ା୪(ସୁଶାନ୍ତ କୁମାର ସାହୁ): ଚକ୍ରତୀର୍ଥରୁ ନିଜ ଘର ପୁରୁଣାଘାଟି ଫେରୁଥିବା ସମୟରେ କିଷାନ ପ୍ରଧାନ ନାମକ ଜଣେ ଯୁବକ କୁସବଣୀ ଛକ ନିକଟରେ ବାଇକ୍‌ ସ୍ଲିପ୍‌...

Top 5 temples in Western Odisha: ପଶ୍ଚିମ ଓଡ଼ିଶାର ଟପ୍‌-୫ ମନ୍ଦିର

ପଶ୍ଚିମ ଓଡ଼ିଶାରେ ଅନେକ ଐତିହାସିକ ଓ ଧାର୍ମିକ ମନ୍ଦିର ରହିଛି, ଯାହା ସାଂସ୍କୃତିକ ଓ ସ୍ଥାପତ୍ୟ ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ମନ୍ଦିରଗୁଡ଼ିକରେ ଶୈବ, ବୈଷ୍ଣବ...

‘ବିଶ୍ୱରେ ତାଙ୍କ ପରି କେହି ନାହିଁ, ୧୦୦ ପ୍ରତିଶତ ହେବ ଚୁକ୍ତି’, Giorgia Meloniଙ୍କୁ ଭେଟିବା ପରେ ଟ୍ରମ୍ପ କହିଲେ…

ଓ୍ବାଶିଂଟନ,୧୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କୁ ଭେଟିଥିଲେ, ଯିଏ ଗୁରୁବାର ଶୁଳ୍କ ଯୁଦ୍ଧ ମଧ୍ୟରେ ହ୍ବାଇଟ ହାଉସର ଏକ ସରକାରୀ...

ମୁର୍ଶିଦାବାଦ ହିଂସାକୁ ନେଇ ଜ୍ଞାନ ଦେଉଥିଲା Bangladesh ଭାରତ କହିଲା, ପ୍ରଥମେ ନିଜ ଘର ସମ୍ଭାଳ

ନୂଆଦିଲ୍ଲୀ,୧୮।୪: ପଶ୍ଚିମବଙ୍ଗରେ ୱକଫ ଆଇନକୁ ନେଇ ହିଂସା ଉପରେ Bangladeshର ମନ୍ତବ୍ୟକୁ ଭାରତ ଦୃଢ଼ ଭାବରେ ପ୍ରତ୍ୟାଖ୍ୟାନ କରିଛି। ଭାରତ କହିଛି ଯେ ଏହି ମନ୍ତବ୍ୟ...

Houthi ବିଦ୍ରୋହୀଙ୍କ ଉପରେ ପୁଣି ଆମେରିକା ସେନାର ଆକ୍ରମଣ, ବୋମା ମାଡରେ ୩୮ ମୃତ, ୧୦୨ ଆହତ

ଦୁବଇ,୧୮।୪: ୟେମେନର Houthi ବିଦ୍ରୋହୀମାନେ ଦାବି କରିଛନ୍ତି ଯେ ଆମେରିକା ରାସ ଇସା ତୈଳ ବନ୍ଦର ଉପରେ ବିମାନ ଆକ୍ରମଣ କରିଛି। ଏହି ଆକ୍ରମଣରେ ଅତି...

Top 5 Cyclone In Odisha: ଓଡ଼ିଶାବାସୀଙ୍କୁ ଥରାଇ ଦେଇଥିଲା ଏହି ୫ ବାତ୍ୟା,ଆଜି ବି ମନେପଡ଼େ ସେହି କରାଳ ରୂପ…

ଓଡ଼ିଶା ଭାରତର ପୂର୍ବ ଉପକୂଳରେ ଅବସ୍ଥିତ। ଫଳରେ ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟାର ପ୍ରଭାବରେ ବାରମ୍ବାର କ୍ଷତିଗ୍ରସ୍ତ ହୋଇଛି। ଓଡ଼ିଶା ଇତିହାସରେ ଅନେକ ବାତ୍ୟା ଭୟଙ୍କର କ୍ଷୟକ୍ଷତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image