ରାଜପଥରେ ଓଲଟିଲା ସିମେଣ୍ଟ ବୋଝେଇ ଟ୍ୟାଙ୍କର

କୋରାପୁଟ,୧୯।୭(ଅମିତାଭ ବେହେରା): କୋରାପୁଟ ସୁନାବେଡା ଦେଇ ଯାଇଥିବା ୨୬ ନମ୍ବର ଜାତୀୟ ରାଜପଥର କୋରାପୁଟ ଟାଉନ ଥାନା ଅଧୀନ ଡୁମୁରିପୁଟ ନିକଟରେ ଶୁକ୍ରବାର ଭାରସାମ୍ୟ ହରାଇ ଏକ ସିମେଣ୍ଟ ବୋଝେଇ ଟ୍ୟାଙ୍କର ଓଲଟି ପଡିଥିଲା। ଫଳରେ ଦୀର୍ଘ ୬ ଘଣ୍ଟା ସମୟ ଜାତୀୟ ରାଜପଥ ଅବରୋଧ ହୋଇ ରହିଥିଲା। ଏନେଇ ରାଜପଥର ଉଭୟ ପାର୍ଶ୍ୱରେ ଶତାଧିକ ବସ, ଟ୍ରକ ଓ ଚାରି ଚକିଆ ଯାନ ଅଟକି ରହି ଟ୍ରାଫିକ ସମସ୍ୟା ସୃଷ୍ଟି ହୋଇଥିଲା। ଏନେଇ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ।

ମିଳିଥିବା ସୂଚନା ଅନୁଯାୟୀ, ସିମେଣ୍ଟ ଟ୍ୟାଙ୍କର ଗାଡି ଆନ୍ଧ୍ରପ୍ରଦେଶରୁ କୋରାପୁଟ ଅଭିମୁଖେ ଆସୁଥିବା ବେଳେ ଭୋର ୫ଟାରେ ଡୁମୁରିପୁଟ ନିକଟରେ ଭାରସାମ୍ୟ ହରାଇ ରାଜପଥ ଉପରେ ଓଲଟି ପଡ଼ିଥିଲା। ଫଳରେ ଉକ୍ତ ରାସ୍ତାରେ ଯାତାୟତ ସମ୍ପୂର୍ଣ ବନ୍ଦ ରହିଥିବା ବେଳେ କଟକ, ଭୁବନେଶ୍ୱର, ବ୍ରହ୍ମପୁର, ବିଶାଖାପାଟଣା, ସମ୍ବଲପୁର, ବଲାଙ୍ଗୀର, ରାୟପୁରରୁ ଆସୁଥିବା ବସ୍‌ ସମେତ ଶହଶହ ଟ୍ରକ ଓ ଚାରି ଚକିଆ ଗାଡ଼ି ରାସ୍ତାର ଉଭୟ ପାର୍ଶ୍ୱରେ ୬ ଘଣ୍ଟା ଧରି ଛିଡ଼ାହୋଇ ରହିଥିଲା।

ଖବର ପାଇ କୋରାପୁଟ ଟାଉନ ଥାନା ଅଧିକାରୀ ପ୍ରମୋଦ କୁମାର ନାୟକ, ଡୁମୁରିପୁଟ ଫାଣ୍ଡି ଅଧିକାରୀ କେ.ସି ମିଶ୍ର ଓଡ଼ରାଫ ଟିମ୍‌ ସହ ଘଟଣା ସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ମେଶିନ ସାହାର୍ଯ୍ୟରେ ରାସ୍ତାରୁ ହଟାଇ ଥିଲେ। ପରେ ଯାତାୟତ ସ୍ବାଭାବିକ ହୋଇଥିଲା। ଦୁର୍ଘଟଣାରେ ଟ୍ୟାଙ୍କର ଚାଳକ କୌଣସି କ୍ଷତି ହୋଇ ନ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଫଏକ୍ୟୁ ମାନ କୋହଳ ପାଇଁ ଉଠିଲା ଦାବି

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ହେତୁ ଖରିଫ ଧାନ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ କୋହଳ, ଟୋକେନ ଅବଧି ବର୍ଦ୍ଧିତ ଦାବି...

ଖୋଲିଲା ଧାନ ମଣ୍ଡି: ଶୁଭାରମ୍ଭ କଲେ ବିଧାୟକ

ପାଟଣା,୨୩।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଖରିଫ ଋତୁରେ ଧାନ କ୍ରୟ କରିବା ପାଇଁ ପାଟଣା ବ୍ଲକ ଅଧିନରେ ଥିବା ୨ ଶାଖା...

ଜିଲା ରାଇଫଲ ସଂଘର ନୂଆ କର୍ମକର୍ତ୍ତାଙ୍କ ନାମ ଘୋଷଣା କଲେ ବିଧାୟକ କଳିକେଶ ନାରାୟଣ ସିଂଦେଓ

ବଲାଙ୍ଗୀର,୨୩ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ନାରାୟଣ ସିଂଦେଓଙ୍କ ସ୍ପୋର୍ଟ କମ୍ପ୍ଲେକ୍ସଠାରେ ଜିଲା ରାଇଫଲ ସଂଘର ସଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା। ସୋମବାର ବଲାଙ୍ଗୀର ବିଧାୟକ...

ଓଡ଼ିଶାର ଆଉ ଏହି ୩ଟି ସ୍ଥାନରେ ଲାଗିବ ଡପଲର ରାଡାର

ଭୁବନେଶ୍ୱର,୨୩।୧୨: ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର ଲାଗିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର...

କାଲି ଘରୁ ବାହାରକୁ ଯାଇ ଆଉ ଫେରି ନ ଥିଲେ ଯୁବକ, ଆଜି ଟ୍ରେନ୍‌ ଲାଇନ୍‌ରୁ ମିଳିଲା ମୃତଦେହ

ପରଜଙ୍ଗ,୨୩ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନୁଗୋଳ-ଡ଼ୁବୁରୀ ନୂତନ ରେଳପଥର ପରଜଙ୍ଗ ରେଳ ଷ୍ଟେଶନଠାରୁ ଅଳ୍ପ ଦୂରରେ ଟ୍ରେନ୍‌ରେ କଟି ରବିବାର ବିଳମ୍ବିତ ରାତିରେ...

୩୫ ଲକ୍ଷ ଟଙ୍କାରେ ବଜ୍ରକାପ୍ତା ବିକ୍ରି ପାଇଁ ହୋଇଥିଲା ଡିଲ୍‌: ମାଡ଼ିବସିଲା ବନ ବିଭାଗ

ଟିଟିଲାଗଡ଼,୨୩।୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବନାଞ୍ଚଳ ଅଧୀନ ବର୍ଣ୍ଣେଇ ରିଜର୍ଭ ଜଙ୍ଗଲରୁ ଏକ ବଜ୍ରକାପ୍ତା ଧରି ବିକ୍ରି କରୁଥିବା ବେଳେ ବନ ବିଭାଗ ହାତରେ...

ପାଟଣାଗଡ଼ ପାର୍ସଲ ବୋମା ମାମଲା: ଆଜି ସାକ୍ଷୀ ଦେବେ କି ଅରୁଣ ବୋଥ୍ରା

ବଲାଙ୍ଗୀର,୨୩ା୧୨: ବଲାଙ୍ଗୀର ପାଟଣାଗଡ଼ର ବହୁଚର୍ଚ୍ଚିତ ପାର୍ସଲ ବୋମା ମାମଲାରେ ସୋମବାର ପାଟଣାଗଡ଼ ଏଡିଜେ କୋର୍ଟରେ ସାକ୍ଷ୍ୟ ଗହଣ କରାଯିବ। ଏହି ଘଟଣାରେ ତତ୍କାଳୀନ କ୍ରାଇମ୍‌ବ୍ରାଞ୍ଚ ଏଡିଜି...

ଚାଷୀଙ୍କୁ କ୍ଷତିପୂରଣ ଦାଦି କଲା ବିଜେଡି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ଛତ୍ରପୁର,୨୩।୧୨(ସନ୍ତୋଷ ପାଢ଼ୀ ): ଅଦିନିଆ ବର୍ଷାର ପ୍ରକୋପରେ ଗଞ୍ଜାମ ଜିଲାର ୨୨ବ୍ଲକର ପାଖାପାଖି ୩,୩୧,୫୦୦ରୁ ଅଧିକ ଧାନ ଚାଷୀ ପରିବାର ସହ ସମସ୍ତ ବର୍ଗର କୃଷକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri