କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ

ରୁପ୍ରା ରୋଡ, ୧୮।୧୨ (ସଞ୍ଜିବ ଦାସ): କଳାହାଣ୍ଡି ଜିଲା ରୁପ୍ରା ରୋଡ ରେଳ ଷ୍ଟେଶନଠାରେ ସକାଳ ଛଅ ଘଣ୍ଟା ସମୟରେ ଏକ ମାଲ ବୋଝେଇ ଟ୍ରେନର ଏକ ବଗି ନିଆଁ ଲାଗିଥିବା କାର୍ଯ୍ୟରତ ରେଳ ବିଭାଗ କର୍ମଚାରୀ ଧନମତ ବାଗ ଦେଖିବାକୁ ପାଇଥିଲେ।
ଷ୍ଟେଶନ ମାଷ୍ଟର ତ୍ରିଲୋଚନ ସାହୁଙ୍କୁ ଖବର ଦେଇଥିଲେ। ତୁରନ୍ତ ନର୍ଲା ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଷ୍ଟେଶନ ମ୍ୟାନେଜର ଧ୍ୟାବେଳେଶ୍ବର ମାଝୀ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ ଯେ, ମାଲ ବୋଝେଇ ଟ୍ରେନଟି ଟିଟିଲାଗଡ଼ ପଟୁ ବିଶାଖାପାଟଣା ଅଭିମୁଖେ ଯାଉଥିଲା। ଖବର ଲେଖା ପର୍ଯ୍ୟନ୍ତ କେଉଁ କାରଣରୁ ବଗିରେ ନିଆଁ ଲାଗିଥିଲା ତାର କାରଣ ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ପୁଣି ଗଡ଼ିଲା ମୁଣ୍ଡ: ଗ୍ରୋସରୀ ଦୋକାନୀଙ୍କୁ ହାଣି ହତ୍ୟା

ବଲାଙ୍ଗୀର,୧୩।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ୨ ଦିନରେ ଗଡିଛି ୨ ମୁଣ୍ଡ। ଶନିବାର ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ଟାଙ୍ଗିଆରେ ହାଣି ଅତି ବିଭତ୍ସ...

ଲୋହରଖଣ୍ଡି ସାହିତ୍ୟ ସଂସଦର ବିଷୁବ ଆସର: କଳ୍ପନାଙ୍କ ମଙ୍ଗଳା ଭଜନ ଉନ୍ମୋଚିତ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଲୋହରଖଣ୍ଡି ସାହିତ୍ୟ ସଂସଦର ବିଷୁବ ଆସର ରବିବାର ସଂଧ୍ୟାରେ ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପରିସରରେ ଅନୁଷ୍ଟିତ ହୋଇଯାଇଛି । ଏହି...

ପଶ୍ଚିମବଙ୍ଗ ପରେ ଆସାମକୁ ବ୍ୟାପିଲା ଓ୍ବକ୍‌ଫ ନିଆଁ : ବିକ୍ଷୋଭକାରୀଙ୍କ ଟେକାମାଡ଼, ପୋଲିସର ଲାଠିଚାର୍ଜ

ଗୁଆହାଟୀ,୧୩ା୪: ପଶ୍ଚିମବଙ୍ଗରେ ଲାଗିଥିବା ଓ୍ବକ୍‌ଫ ଆଇନ ବିରୋଧୀ ଆନ୍ଦୋଳନର ନିଆଁ ରବିବାର ଆସାମକୁ ବ୍ୟାପିଛି। କେନ୍ଦ୍ର ସରକାରଙ୍କ ଏହି ସଂଶୋଧିତ ଆଇନ ବିରୋଧରେ ଆସାମର ଚମରାଗୁଡ଼ମ୍‌,...

୫ ସରପଞ୍ଚ, ୨ ସମିତି ସଭ୍ୟ, ୯ ଓ୍ବାର୍ଡ ସଭ୍ୟ ଲାଗି ହେବ ଉପନିର୍ବାଚନ

ଛତ୍ରପୁର,୧୩ା୪(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାର ୫ ପଞ୍ଚାୟତର ସରପଞ୍ଚ, ୨ ପଞ୍ଚାୟତ ସମିତିସଭ୍ୟ ଏବଂ ୯ ଓ୍ବାର୍ଡ ସଭ୍ୟ ପଦବୀ ଖାଲି ରହିଛି। ଏହି ପଦବୀଗୁଡ଼ିକ...

ଖବର ପ୍ରସାରଣ ପରେ ଗାଁରୁ ଦୂର ହେଲା ଜଳ ସଙ୍କଟ

ମୋହନା,୧୩ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକଠାରୁ ମାତ୍ର ୩ କି.ମି. ଦୂରରେ ଥିବା ଖାରିକୁଆରେ ୨୫ ପରିବାର ରହନ୍ତି। ଗ୍ରାମରେ ରହିଛି ଗୋଟିଏ ମାତ୍ର...

ପ୍ରଥମ ଥର ଶକ୍ତିଶାଳୀ ଲେଜର୍ ବେସଡ୍ ଓ୍ୱିପନ୍ ପ୍ରଦର୍ଶନ କଲା ଭାରତ, ଚମକି ପଡ଼ିଲା ବିଶ୍ୱ

ନୂଆଦିଲ୍ଲୀ,୧୩।୪: ଭାରତ ପ୍ରଥମ ଥର ପାଇଁ ଏକ ଡ୍ରୋନକୁ ଖସାଇ ଦେବା ପାଇଁ ଉଚ୍ଚ-ଶକ୍ତିଶାଳୀ ଲେଜର-ବେସଡ୍ ଓ୍ୱିପନ୍ ବ୍ୟବହାର କରି ଏକ ଭବିଷ୍ୟତରେ ଆବଶ୍ୟକ ଅସ୍ତ୍ରର...

୧୩ ଦିନିଆ ଯାତ୍ରା ସାରି ମନ୍ଦିର ଫେରିଲେ ମା’ ଦକ୍ଷିଣକାଳୀ

ବାଲିଗୁଡା,୧୩ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ତଥା ଆଖପାଖ ଅଞ୍ଚଳରେ ଚଳିତ ମାସ ୧ ତାରିଖ ଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ...

ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା: ଜେଲ୍ ଗଲେ ଅଭିଯୁକ୍ତ, ଖଣ୍ଡା ଜବତ   

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବଡ଼ଡୁମ୍ବୁଳା ଗ୍ରାମର ପ୍ରସାଦ ଗୌଡ଼ଙ୍କୁ ହତ୍ୟାଉଦ୍ୟମ ଘଟଣାରେ ସମ୍ପୃକ୍ତ ତେଣ୍ଟୁଆପଡ଼ା ଗ୍ରାମର ଲାଲୁ ପ୍ରସାଦ ସେଠୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image