ଭିତରକନିକାରେ ୩୦ ହଜାର ଦେଶୀୟ ପକ୍ଷୀଙ୍କ ଭିଡ଼

ରାଜନଗର,୨୬।୭(ଭାସ୍କର ରାଉତରାୟ): ବର୍ଷାଋତୁ ଆରମ୍ଭ ହେବା ପରେ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଗହଳି ଲାଗିଛି। ଭିତରକନିକା ଏବେ ଦେଶୀୟ ପକ୍ଷୀଙ୍କ କାକଳିରେ କୋଳାହଳମୟ ହୋଇଉଠିଛି। ଭିତରକନିକାର ମଠଆଡ଼ିଆ, ଦୁର୍ଗାପ୍ରସାଦଡ଼ିଆ ଓ ଲକ୍ଷ୍ମୀପ୍ରସାଦଡ଼ିଆରେ ଏବେ ପ୍ରାୟ ୩୦ ହଜାରରୁ ଅଧିକ ପକ୍ଷୀ ଭିଡ଼ ଜମାଇ ସାରିଲେଣି। ଆଉ ୫ଦିନ ପରେ ଭିତରକନିକା ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଖୋଲିବାକୁ ଯାଉଥିବା ବେଳେ ଦେଶୀୟ ପକ୍ଷୀଙ୍କ ଭିଡ ଭିତରକନିକାର ଶୋଭାକୁ ଦ୍ୱିଗୁଣିତ କରିଛି।
ବର୍ଷାଋତୁ ଆସିଲେ ଭିତରକନିକାକୁ ଦେଶୀୟ ପକ୍ଷୀମାନଙ୍କର ଆଗମନ ହୋଇଥାଏ। ମା’ପକ୍ଷୀମାନେ ବସା ନିର୍ମାଣ କରି ବସାରେ ଅଣ୍ଡା ଦେଇ ଛୁଆ ଫୁଟାଇବା ପରେ ଛୁଆମାନଙ୍କୁ ସାଙ୍ଗରେ ଧରି ଶୀତଋତୁ ଆରମ୍ଭରେ ଫେରି ଯାଇଥାନ୍ତି। ମୌସୁମୀର ଆଗମନରେ ଖାଦ୍ୟ ସଂଗ୍ରହ, ବଂଶ ବିସ୍ତାର ଓ ଭିତରକନିକାରେ ରହିଯାଇଥିବା ବିଦେଶାଗତ ପକ୍ଷୀମାନଙ୍କ ସହ ବନ୍ଧୁତ୍ୱ ସ୍ଥାପନ ପାଇଁ ଦେଶୀୟ ପକ୍ଷୀମାନେ ଏଠାକୁ ଛୁଟି ଆସନ୍ତି। ଭିତରକନିକାର ମଠଆଡ଼ିଆ, ଦୁର୍ଗାପ୍ରସାଦଡ଼ିଆ ଓ ଲକ୍ଷ୍ମୀପ୍ରସାଦଡ଼ିଆରେ ଗେଣ୍ଡାଳିଆ, ପାଣିକୁଆ, ଖଇରା, ଅଞ୍ଜନା, ରାଣୀବଗ, ମଝିଆବଗ, ବଡ଼ବଗ, କାପରଖାଇ, ଅନ୍ଧାରିଆବଗ, ମାଛରଙ୍କା ପ୍ରଭୃତି ୧୦ ପ୍ରକାରର ଦେଶୀୟ ପକ୍ଷୀ ଭିଡ଼ ଜମାଇଛନ୍ତି। ଏହି ଦେଶୀୟ ପକ୍ଷୀ ବନୀ, ଗୁଅଁା, ସିଙ୍ଗଡା, ରାଇ, ସିନ୍ଦୁକା, କେରୁଅଁା ଆଦି ଗଛରେ ବସା ବାନ୍ଧୁଥିବାର ଅପୂର୍ବ ଦୃଶ୍ୟ ଦେଖିବାକୁ ମିଳିଛି। ମଠଆଡ଼ିଆରେ ଅଧିକ ସଂଖ୍ୟାରେ ଗେଣ୍ଡାଳିଆ ବସା କରିଥିବା ବେଳେ ଦୁର୍ଗାପ୍ରସାଦଡ଼ିଆରେ ବଗ ଓ ପାଣିକୁଆ ଅଧିକ ସଂଖ୍ୟାରେ ବସା ବାନ୍ଧିଛନ୍ତି। ଲକ୍ଷ୍ମୀପ୍ରସାଦଡ଼ିଆରେ ସବୁ ପ୍ରଜାତିର ପକ୍ଷୀ ବସା ବାନ୍ଧିଛନ୍ତି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ୨୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଦେଶୀୟ ପକ୍ଷୀ ବଗଗହନରେ ଭିଡ଼ ଜମାଉ ଥିଲେ। ସେହି ସ୍ଥାନରେ ପର୍ଯ୍ୟଟକମାନେ ଦେଶୀୟ ପକ୍ଷୀଙ୍କୁ ଦେଖିବାକୁ ୱାଚଟାୱାର ମଧ୍ୟ ନିର୍ମାଣ କରାଯାଇଥିଲା। ମାତ୍ର ଲଗାତର ୬ ବର୍ଷ ହେଲା ବଗଗହନରେ ଗୋଟିଏ ବି ପକ୍ଷୀ ବସା ବାନ୍ଧୁନାହାନ୍ତି କିମ୍ବା ଭିଡ଼ ଜମାଉନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଚାଲିଗଲା ଜଣଙ୍କ ଜୀବନ

ଲାଞ୍ଜିଗଡ଼,୨୨ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡ଼ା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଅନ୍ୟ...

ଓଡ଼ିଶାରେ ଜନ ଭାଗୀଦାରିରେ ଚାଲୁଛି ସରକାର: ଉପମୁଖ୍ୟମନ୍ତ୍ରୀ

ଜଗତ୍‌ସିଂହପୁର,୨୨।୯ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରସ୍ଥିତ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ପରିସରରେ ଶନିବାର ରାଜ୍ୟର ଭାଜପା ସରକାରଙ୍କ ୧୦୦ ଦିନ ଉପଲକ୍ଷେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।...

ନିମନ୍ତ୍ରଣ ପତ୍ରରେ ନ ଥିଲା ନାଁ, ଉଦ୍‌ଘାଟନ ଘୁଞ୍ଚିଲା

ସୋନପୁର,୨୧।୯(ମୃତ୍ୟୁଞ୍ଜୟ ଶତପଥୀ): ଓମ୍‌ଫେଡ୍‌ର ସୋନପୁର ଡେଏରୀ ପ୍ଲାଣ୍ଟ (ଦୁଗ୍ଧ କାରଖାନା) ଉଦ୍‌ଘାଟନ ଉତ୍ସବସ୍ଥଳ ଶନିବାର ରଣକ୍ଷେତ୍ର ପାଲଟିଥିଲା। ନିମନ୍ତ୍ରଣ ପତ୍ରରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ...

ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ଜାଲ୍‌ ଚିଠି

କଟକ,୨୨ା୯(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ମିଥ୍ୟା ଚିଠି ପ୍ରେରଣ କରାଯାଇଛି। ଉକ୍ତ ଚିଠିରେ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ବାସ୍ଥ୍ୟସେବା କେନ୍ଦ୍ରର...

ଥମୁନି ମହିଳାଙ୍କ ଉପରେ ଅତ୍ୟାଚାର, ଅଙ୍ଗନୱାଡି କେନ୍ଦ୍ରରେ କଙ୍ଗାରୁ କୋର୍ଟ

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ଅଙ୍ଗନୱାଡ଼ି କେନ୍ଦ୍ରରେ ପଶି କଙ୍ଗାରୁ କୋର୍ଟ କରି କର୍ମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri