ଘୂର୍ଣ୍ଣିବଳୟ: ଆଉ ୨ ଦିନ ବର୍ଷା

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ):ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଗତ ୧୫ ଦିନ ହେବ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଆସନ୍ତା ୨ ଦିନ ଯାଏ ବିଭିନ୍ନ ଜିଲାରେ ବର୍ଷା ଜାରି ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଘଡଘଡି ସହ ତୁହାକୁ ତୁହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ପକ୍ଷରୁ ଏଲୋଓ୍ବାର୍ଣ୍ଣିଂ ଜାରି କରାଯାଇଛି। ତେବେ ମଙ୍ଗଳବାର ଠାରୁ ରାଜ୍ୟରେ ବର୍ଷାର ପରିମାଣ ସାମାନ୍ୟ କମିବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Share