ଦାୟିତ୍ୱ ନେବାର ଦିନକ ପରେ ବଣପାହାଡ଼ ଘେରା ଅଞ୍ଚଳରେ ପହଞ୍ଚିଲେ ଜିଲାପାଳ

ବୌଦ୍ଧ,୧।୨(ଅଜିତ କୁମାର ବାରିକ ) ବୌଦ୍ଧର ନୂତନ ଜିଲାପାଳ ଜେ.ସୋନାଲ ବୁଧବାର ଦାୟିତ୍ୱ ଗ୍ରହଣ କରିଥିବା ବେଳେ ଗୁରୁବାର ହରଭଙ୍ଗା ବ୍ଳକର ବଣପାହାଡ ଘେରା ଉପାନ୍ତ ଅଞ୍ଚଳ ମହାଲିକପଡା ପଞ୍ଚାୟତ ଗସ୍ତ କରିଛନ୍ତି।

ଜିଲା ସଦର ମହାକୁମା ଠାରୁ ୮୦ କିମି ଦୂର ମହାଲିକପଡା ପଞ୍ଚାୟତରେ ପହଞ୍ଚି ବିଭିନ୍ନ ବିଷୟ ନେଇ ଲୋକଙ୍କ ସହ ଆଲୋଚନା କରିଥିଲେ । ଜିଲାପାଳ ସୋନାଲ ପଞ୍ଚାୟତର ସାତଖଣ୍ଡ, କୁଟିବାରୀ, ହିଞ୍ଜଳ ଆଦି ଗ୍ରାମର ଲୋକଙ୍କ ମୌଳିକ ସୁବିଧା ସମ୍ପର୍କରେ ପଚାରି ବୁଝିଥିଲେ ା ଏଥିସହ ଗମନାଗମନ, ପାନୀୟ ଜଳ, ଶିକ୍ଷା, ସ୍ବାସ୍ଥ୍ୟ, ଭତ୍ତା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ବିଜୁସ୍ବାସ୍ଥ୍ୟ କାର୍ଡ ଓ ସ୍ବୟଂ ସହାୟକ ଗୋଷ୍ଠୀଙ୍କ ଛେଳି ଚାଷ ଉପରେ ବୁଝିଥିଲେ।

ଲୋକମାନେ ହିଞ୍ଜଳ ପ୍ରଧାନ ସାହି ପୋଲ ଓ କୁଟିବାରୀ ଓ ସାତକଣ୍ଡ ଗ୍ରାମରେ ୩୫ ଜଣଙ୍କୁ ମିଳିଥିବା ସରକାରୀ ଜମି ଚିହ୍ନଟ କରିବା ଦିଗରେ ଦୃଷ୍ଟି ଆର୍କଷଣ କରିଥିଲେ । ଏହାସହ ଉପାନ୍ତ ଅଞ୍ଚଳରେ ମୋବାଇଲ ଟାୱାର ନିର୍ମାଣ କରିବାକୁ ଅନୁରୋଧ କରିଥିଲେ। ସାତଖଣ୍ଡଠାରେ ଏକ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ଦିଗରେ ପଦକ୍ଷେପ ନେବାକୁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଭତ୍ତାରୁ ବଞ୍ଚିତ ହେଇଥିବା ଚଞ୍ଚଳା ସେଠୀ, ସୁରମନୀ ବେହେରା, ଚନ୍ଦ୍ରମା ବେହେରା, ଅନିଲ କୁମାର ସାହୁ, ସଞ୍ଚୟ ପ୍ରଧାନଙ୍କୁ ଭତ୍ତା ପ୍ରଦାନ ଦିଗରେ ପଦକ୍ଷେପ ନେବାକୁ ହରଭଙ୍ଗା ବିଡିଓଙ୍କୁ ନିର୍ଦେଶ ଦେଇଥିଲେ।

ଅଞ୍ଚଳର ରାସ୍ତାଘାଟ ଓ ପାନୀୟଜଳ ସମସ୍ୟାନିର୍ଦ୍ଧାରିତ ସମୟରେ ସାରିବାକୁ ଜିଲାପାଳ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଜିଲାପାଳଙ୍କ ଗସ୍ତ ସମୟରେ ଉପଜିଲାପାଳ ରବିନ୍ଦ୍ରନାଥ କହଁର, ହରଭଙ୍ଗା ବିଡିଓ ସ୍ବପ୍ନିତା ନାଏକ ଓ ବହୁ ଅଧିକାରୀ ସାମିଲ ଥିଲେ । ଉପାନ୍ତ ଅଞ୍ଚଳର ଲୋକେ ଜିଲାପାଳଙ୍କୁ ପାଖରେ ପାଇ ଖୁସି ଅନୁଭବ କରିବା ସହ ଏହି ଅବସରରେ ଜିଲାପାଳଙ୍କୁ ବିଭିନ୍ନ ସମସ୍ୟା ନେଇ ଦାବିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ହବିଷ୍ୟାଳିଙ୍କ ମୃତ୍ୟୁ: ଚିକିତ୍ସାରେ ଅବହେଳା ଅଭିଯୋଗ ଆଣିଲେ ପରିବାର ଲୋକେ

ପୁରୀ ୨୬ା୧୦(ଅଜିତ୍‌ କୁମାର ମହାନ୍ତି): ରାଜ୍ୟ ସରକାରଙ୍କ ପକ୍ଷରୁ ହବିଷ୍ୟାଳିଙ୍କ ପାଇଁ ପୁରୀରେ ହବିଷ୍ୟାଳି କେନ୍ଦ୍ର କରାଯାଇଛି। ୪ଟି କେନ୍ଦ୍ରରେ ହବିଷ୍ୟାଳିମାନଙ୍କ ରହିବା ନିମନ୍ତେ ପ୍ରଶାସନ...

ମଣ୍ଡି ବୁଲି ସ୍ଥିତି ଦେଖିଲେ ଜିଲାପାଳ

ଅତାବିରା,୨୬ା୧୦(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ଧାନ ଅମଳ ଆରମ୍ଭ ହୋଇଛି। ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ ବୈଠକ ପରେ ଜିଲାରେ ମଣ୍ଡିଗୁଡ଼ିକରେ ଧାନ ସଂଗ୍ରହ କରାଯିବ।...

ସ୍କ୍ରବ୍‌ ଟାଇଫସ୍‌ରେ ଚାଷୀଙ୍କ ମୃତ୍ୟୁ ଅଭିଯୋଗ

ବରଗଡ଼୨୬।୧୦(ପ୍ରେମାନନ୍ଦ ଖମାରୀ): ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ଶନିବାର ଜଣେ ଚାଷୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ହେଲେ, ବରଗଡ଼ ଜିଲା ପାଇକମାଲ...

ବୁଲେଟରେ ଆସି ଯୁବକଙ୍କ ଉପରକୁ ବୋମା ଫିଙ୍ଗିଲେ ଦୁର୍ବୃତ୍ତ, ଆଉ ତା’ପରେ…

ଦିଗପହଣ୍ଡି,୨୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତାରେ ଥିବା ଏକ ଘରୋଇ ଫାଇନାନ୍ସ କମ୍ପାନୀ ଶାଖା କାର୍ଯ୍ୟାଳୟ ଏବଂ ଜିମ୍‌ ନିକଟରେ ଶନିବାର ସନ୍ଧ୍ୟା...

ଜମି କିଣାବିକାରେ ବଡ଼ ଧରଣର ଜାଲିଆତି: ଧରାପଡ଼ିଲେ ୩ ଅଭିଯୁକ୍ତ, ଏବେ ବି ଅନେକ ଫେରାର

ବରଗଡ଼,୨୬।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଜମି କିଣାବିକାରେ ଜାଲିଆତି କାରବାର ଚର୍ଚ୍ଚାର ବିଷୟ ହୋଇଛି। ବରଗଡ଼ ଜିଲା ଉପ ନିବନ୍ଧକଙ୍କ କାର୍ଯ୍ୟାଳୟ (ଡିଷ୍ଟ୍ରିକ୍ଟ ସବ୍‌ରେଜିଷ୍ଟ୍ରାର ଅଫିସ୍‌)ରେ...

ମାନବୀୟ ମୂଲ ଉପରେ ତର୍କ ଉପସ୍ଥାପନ କରି ଜିଲା ପାଇଁ ଗୌରବ ଆଣିଲେ ଅଧ୍ୟାପକ ପ୍ରତାପ ଚନ୍ଦ୍ର

ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ ଚନ୍ଦ୍ର ଦାଶ...

ବଲାଙ୍ଗୀର ଡବଲ ମର୍ଡର ଘଟଣା: ମିଳିଲା ଯୁବତୀ-ଯୁବକଙ୍କ ପରିଚୟ

ବଲାଙ୍ଗୀର,୨୬ା୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତଣ୍ଡାମୁଣ୍ଡା ଜଙ୍ଗଲର ଡବଲ ମର୍ଡର ଘଟଣାରେ ଶନିବାର ମୃତ ଯୁବତୀ ଯୁବକଙ୍କ ପରିଚୟ ମିଳିଛି। ଉଭୟ ଝାଡ଼ଖଣ୍ଡ ରାଜ୍ୟ...

ବ୍ରିଜ ଉପରେ ସ୍କୁଟିରଖି ନଦୀକୁ ଯୁବକ ଡେଇଁବା ଘଟଣା: ହାଇଦ୍ରାବାଦରେ ଥାଇ ବାପାଙ୍କ ସହ ହେଲେ କଥା

ଗଞ୍ଜାମ,୨୬।୧୦(ବିଦ୍ୟାଧର ସାହୁ ): ଗତ ୨୩ ତାରିଖରେ ଜଣେ ଯୁବକ ନିଜ ସ୍କୁଟି ଓ ଚପଲ ବ୍ରିଜ ଉପରେ ରଖି ନଦୀକୁ ଡେଇଁ ପଡ଼ିଥିବା ଖବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri