ଦିନକ ପରେ ମା’ ଲଙ୍କେଶ୍ବରୀଙ୍କ ଖଣ୍ଡାବସା

ଭବାନୀପାଟଣା,୨୩ା୯(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ)- କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ମଙ୍ଗଳବାର ଅନୁଷ୍ଠିତ ହେବ। ଏଥିପାଇଁ ସୋମବାର ଦେବୀପୀଠ ଉତ୍ସବମୁଖର ହୋଇଉଠିଛି। ମା’ଙ୍କ ଦର୍ଶନ ପାଇଁ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥିଲା। କେତେଜଣ ଭକ୍ତ ମାନସିକ ପୂରଣ ପାଇଁ ମା’ଙ୍କ ନିକଟରେ ଭୋଗ ଲଗାଇଥିଲେ। ମଙ୍ଗଳବାର ସନ୍ଧ୍ୟା ୬ରୁ ୬ଟା ୩୦ ମଧ୍ୟରେ ମା’ଙ୍କ ଖଣ୍ଡା ଡାକବଙ୍ଗଳା ଅଭିମୁଖେ ଶୋଭାଯାତ୍ରାରେ ବାହାରିବ ଓ ରାତି ୯ଟା ୩୦ରେ ମା’ଙ୍କ ଖଣ୍ଡାବସା ପର୍ବ ହେବ ବୋଲି ପୂଜକ ଅଶ୍ୱିନ ପଣ୍ଡା ପ୍ରକାଶ କରିଛନ୍ତି।

ସୋମବାର ରାତିରେ ଆଲୋକମାଳାରେ ଝଲସିଉଠୁଛି ଇଷ୍ଟଦେବୀଙ୍କ ମନ୍ଦିର ସମେତ ମୁଖ୍ୟ ଦ୍ୱାର ଓ ଆଖପାଖ ଅଞ୍ଚଳ। ଖଣ୍ଡାବସା ପର୍ବ ଯେମିତି ଶାନ୍ତିଶୃଙ୍ଖଳା ସହ ହେବ ସେ ନେଇ ଜୁନାଗଡ଼ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ଏହି ପର୍ବରେ ୧ ପ୍ଲାଟୁନ ପୋଲିସ ମୁତୟନ ସହ ଧର୍ମଗଡ଼ ଉପଖଣ୍ଡ ଅଞ୍ଚଳର ସମସ୍ତ ଥାନାର ଏସ୍‌ଆଇ ଓ ଏଏସ୍‌ଆଇ ଯୋଗଦେଇ ଶାନ୍ତି ଶୃଙ୍ଖଳା ନିୟନ୍ତ୍ରଣ କରିବେ। ସେହିପରି ଜୁନାଗଡ଼ ଆଇଆଇସି ଉଲ୍ଲାସ ରାଉତ, ଧର୍ମଗଡ ଏସ୍‌ଡିପିଓ ମନୋଜ ବେହେରା ପ୍ରମୁଖ ଉପସ୍ଥିତ ଏହି ଆଇନଶୃଙ୍ଖଳା ତଦାରଖ କରିବେ। ପ୍ରଶାସନିକ ସ୍ତରରେ ଜୁନାଗଡ଼ ତହସିଲଦାର ସୁର୍ମି ସୋରେନ, ବିଡିଓ ଦେବାଶିଷ କର, ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ ଖିଲୋ ପ୍ରମୁଖ ଦାୟିତ୍ୱ ତୁଲାଇବେ।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ବିଜେଡି ଛାଡିଲେ ପ୍ରଦୀପ ଦାସ, ନବୀନଙ୍କୁ ଲେଖିଲେ ଚିଠି

ଭବାନୀପାଟଣା,୨୩।୯( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ବରିଷ୍ଠ ନେତା ପ୍ରଦୀପ ଦାସ ମଙ୍ଗଳବାର ବିଜେଡି ଛାଡିଛନ୍ତି। ଏ ନେଇ ତାଙ୍କ ଇସ୍ତଫା...

ରାସ୍ତା ଖରାପ: ଚିକିତ୍ସାଳୟକୁ ଯିବା ପୂର୍ବରୁ ଆମ୍ବୁଲାନ୍ସରେ ପ୍ରସବ କଲେ ଗର୍ଭବତୀ

ଗଜପତି୨୩।୯(ଗିରିଧାରୀ ପରିଛା): ରାସ୍ତା ଖରାପ ଥିବାରୁ ହସପିଟାଲରେ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ। ଶେଷରେ ଆମ୍ବୁଲାନ୍ସରେ ହିଁ ପ୍ରସବ କଲେ ଗର୍ଭବତୀ ମହିଳା। ଏମିତି ଏକ ଅଭାବନୀୟ...

ପୋଲିସକୁ ବଡ଼ ସଫଳତା: ୪୪୭୫ ବୋତଲ କଫ୍‌ ସିରପ୍‌ ଜବତ, ୧୭ ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି। ବରଗଡ଼ ସହର ଉପକଣ୍ଠ ପୁରୁଣା ରିଜର୍ଭ ସମ୍ମୁଖ ରାସ୍ତାରେ ଅତର୍କିତ...

ସମ୍ବଲପୁରୀ ଗାୟିକା ରୁକ୍ସାନା ବାନୋଙ୍କ ମୃତ୍ୟୁ ଘଟଣା: ଗାୟକଙ୍କ ବିରୋଧରେ ଏତଲା ଦେଲେ ମା’, ଭଉଣୀ

ଭବାନୀପାଟଣା,୨୩।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାର ଜଣାଶୁଣା ସମ୍ବଲପୁରୀ ଗାୟିକା ତଥା ଅଭିନେତ୍ରୀ ରୁକ୍ସାନା ବାନୋ (୨୭)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ...

ଏଏନଏମଙ୍କୁ ମରଣାନ୍ତକ ଆକ୍ରମଣ ପରେ ନିଜେ ଆତ୍ମହତ୍ୟା କଲେ ପୁରୁଷ ବନ୍ଧୁ, କାରଣ ଖୋଜୁଛି ପୋଲିସ

ବାଲିଗୁଡ଼ା, ୨୩।୯: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ଥାନା କୁଡ଼ୁତୁଲିରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ଏଏନଏମଙ୍କୁ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ: ଖୋଜୁଛି ପୋଲିସ

ଦିଗପହଣ୍ଡି,୨୩ା୯(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ଥାନା ଅଞ୍ଚଳରେ ଜଣେ ୮ମ ଶ୍ରେଣୀରେ ପଢୁଥିବା ନାବାଳିକା ଛାତ୍ରୀଙ୍କୁ ଯୁବକ ବଳିଅର ବାଡ଼ତ୍ୟା ଅପହରଣ କରି ନେଇଥିବା ଅଭିଯୋଗ ହୋଇଛି।...

ଶୋଇଥିବାବେଳେ କାମୁଡିଲା ସାପ: ଗାଁକୁ ରାସ୍ତା ନ ଥିବାରୁ ଚାଲିଗଲା ଜୀବନ

ବାଲିଗୁଡା, ୨୩।୯: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ମିଡିଆକିଆ ପଞ୍ଚାୟତର ଡଙ୍ଗାମିଲା ଗ୍ରାମର ଉଷପ ମଲ୍ଲିକ (୩୫) ରବିବାର ରାତିରେ...

ପଦ୍ମପୁରକୁ ନୂତନ ବ୍ଲକ ଗଠନ ପାଇଁ ଦାବି: ଶୁଣିନଥିଲେ ପୂର୍ବ ସରକାର, ଏବେ ମୁଖ୍ୟମନ୍ତ୍ରୀକୁ ପୁଣି ଦେଲେ ଦାବିପତ୍ର

କେନ୍ଦୁଝର,୨୩।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁରକୁ ନୂତନ ବ୍ଲକ ଗଠନ ମାନ୍ୟତା ଦାବିରେ ଶକ୍ତି ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri