ଚୌଧୁରୀ ବଜାରର ଏକ ଲୁଗା ଦୋକାନରେ ଅଗ୍ନିକାଣ୍ଡ

କଟକ, ୨୯।୯: କଟକ ଚୌଧୁରୀ ବଜାରର ଏକ ଲୁଗା ଦୋକାନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଦୋକାନରେ ଥିବା ଲୁଗାପଟା ସମ୍ପୂର୍ଣ୍ଣ ଜଳିଯାଇଛି। ଏଥିରେ କିଏ ମୃତାହତ ହୋଇନାହିଁ। ୩ଟି ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛନ୍ତି।
ସକାଳେ ଗ୍ରାଉଣ୍ଡ ଫ୍ଲୋରରେ ଥିବା ଲୁଗା ଦୋକାନରେ ନିଆଁ ଲାଗିଯାଇଥିଲା। ପରେ ନିଆଁଟି ପ୍ରଥମ, ଦ୍ୱିତୀୟ ଓ ତୃତୀୟ ମହଲାକୁ ବ୍ୟାପି ଥିଲା। ନିଆଁ ବ୍ୟାପିବା ପୂର୍ବରୁ ଉପରେ ରହୁଥିବା ଲୋକଙ୍କୁ ଉଦ୍ଧାର କରାଯାଇଥିଲା। ଅନ୍ୟ ବିଲ୍ଡିଂ ଯେପରି ନିଆଁ ନ ବ୍ୟାପିବ ସେନେଇ ଅଗ୍ନିଶମ ବାହିନୀ ଉଦ୍ୟମ ଚଳାଇଛନ୍ତି।

Share