ପିଚୁ ପ୍ଲାଣ୍ଟରେ ଲାଗିଲା ନିଆଁ, ଜଳିଗଲା ଲକ୍ଷାଧିକ ଟଙ୍କାର ଯନ୍ତ୍ରପାତି

ଦାରିଙ୍ଗବାଡ଼ି,୧୩ା୬(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା କିରିକୁଟି ପଞ୍ଚାୟତ ଅଲାରୀଠାରେ ଏକ ପିଚୁ ପ୍ଲାଣ୍ଟରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି। ଉକ୍ତ ପ୍ଲାଣ୍ଟର ମୁଖ୍ୟାଂଶ ବ୍ୟାଗରେ କାର୍ଯ୍ୟରତ ମିସ୍ତ୍ରୀ ଓ ଶ୍ରମିକମାନେ ଧୂଆଁ ବାହାରୁଥିବା ଦେଖିଥିଲେ ଏବଂ ନିଆଁକୁ ଆୟତ୍ତ କରିବା ପାଇଁ ପ୍ରଥମେ କ୍ରସରରୁ ବାହାରୁଥିବା ଡଷ୍ଟ ପକାଇ ଲିଭାଇବାକୁ ଉଦ୍ୟମ କରାଯାଇଥିଲା। ତେବେ ସମ୍ଭବ ହୋଇ ନ ଥିବାରୁ ଦାରିଙ୍ଗବାଡ଼ି ଅଗ୍ନିଶମ ବିଭାଗକୁ ଖବର ଦିଆଯାଇଥିଲା। ତୁରନ୍ତ ଅଗ୍ନିଶମ ବିଭାଗର କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ସକ୍ଷମ ହୋଇଥିଲେ। ପ୍ରାୟ ୨ ଘଣ୍ଟା ପରିଶ୍ରମ କରି ପ୍ଲାଣ୍ଟର ଭିତର ଭାଗରେ ଲାଗିଥିବା ନିଆଁକୁ ଲିଭାଇବା ସମ୍ଭବ ହୋଇଥିଲା ବୋଲି ଅଗ୍ନିଶମ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଯନ୍ତ୍ରପାତି ପୋଡ଼ି ନଷ୍ଟ ହୋଇଯାଇଛି। ଯାହାକି ମରାମତିରେ ସମୟ ଲାଗିବ ବୋଲି ପ୍ଲାଣ୍ଟର ମାଲିକ ରବି ସୁବୁଦ୍ଧି କହିଛନ୍ତି। ତେବେ ବଡ଼ ଅଘଟଣରୁ ପ୍ଲାଣ୍ଟର ବହୁତ ଅଂଶ ସମେତ ନିକଟରେ ଥିବା ୨ଟି ପିଚୁ ଭର୍ତ୍ତି ଟ୍ୟାଙ୍କ ସୁରକ୍ଷିତ ରହିଛି। ପିଚୁ ଟ୍ୟାଙ୍କ ନିକଟରେ ଥିବାରୁ ନିଆଁ ବ୍ୟାପିଲେ ବଡ଼ ବିପଦ ସୃଷ୍ଟି ହୋଇଥାନ୍ତା ବୋଲି କୁହାଯାଇଛି।
ସିମନବାଡ଼ିଠାରୁ ବୁଡ଼ାଗୁଡ଼ା ପୂର୍ତ୍ତବିଭାଗର ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଜୋରଦାର ଚାଲିଥିବା ବେଳେ ଏବେ ବର୍ଷା ପୂର୍ବରୁ ଠିକାସଂସ୍ଥା ପକ୍ଷରୁ ପିଚୁ ନେଇ କାର୍ଯ୍ୟ ଚାଲିଥିଲା। ଏବେ ଅଞ୍ଚଳର ଏକ ମାତ୍ର ପ୍ଲାଣ୍ଟ ପୋଡ଼ି ଅଚଳ ହେବାରୁ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଅନିଶ୍ଚିତତା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୯ରୁ ମୁଖ୍ୟମନ୍ତ୍ରୀଙ୍କ ୨ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୨୬ା୧୦(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୯ ଏବଂ ୩୦ ତାରିଖ ୨ ଦିନ ପାଇଁ ନୂଆଦିଲ୍ଲୀ ଗସ୍ତ କରିବେ। ଦିଲ୍ଲୀଠାରେ ଆୟୋଜିତ କେନ୍ଦ୍ର...

ଅତିପ୍ରବଳ ବର୍ଷା ଆଶଙ୍କା: ୪ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୬ା୧୦:ବାତ୍ୟା ‘ଦାନା’ ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହା ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶା ସମେତ...

ପୁଣି ଆସିପାରେ ଆଉ ଏକ ବାତ୍ୟା: ଏହି ଦିନ ହେବ…

ଭୁବନେଶ୍ୱର,୨୬ା୧୦(ଅନିଲ ଦାସ):ବାତ୍ୟା ‘ଦାନା’ ଶୁକ୍ରବାର ଓଡ଼ିଶା ଉପକୂଳ ଅତିକ୍ରମ କରିଯାଇଛି। ଏହାର ବେଗ ଅଧିକ ନ ଥିବାରୁ ଓଡ଼ିଶା ବିପର୍ଯ୍ୟୟରୁ ବର୍ତ୍ତିଯାଇଛି। ତେବେ ରାଜ୍ୟ ଉପରୁ...

ପ୍ରେମିକଙ୍କୁ ଗଛରେ ବାନ୍ଧି କଲେଜ୍‌ ଛାତ୍ରୀଙ୍କୁ ଗଣବଳାତ୍କାର

ନୟାଗଡ଼/ ଭାପୁର, ୨୬।୧୦(ଲୋକନାଥ ମିଶ୍ର/ ଭରତ କୁମାର ବେହେରା):ନୟାଗଡ଼ ପୋଲିସ ଜିଲାର ଫତେଗଡ଼ ଥାନା ଅନ୍ତର୍ଗତ ପିଠାଖାଇ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ...

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri