ଛତ୍ରପୁର ବଡ଼ ଷ୍ଟେଶନ୍‌ରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

ଛତ୍ରପୁର,୧୮/୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବଡ଼ ଷ୍ଟେଶନ ଠାରେ ଏକମାଲବାହି ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନର ୩ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ରେଳବାଇ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଅନୁଧ୍ୟାନ କରୁଛନ୍ତି l ତେବେ ଟ୍ରେନରେ ଗିଟି ବୋଝେଇ ହୋଇଥିବା ବେଳେ କେଉଁଠାରୁ କେଉଁଠାକୁ ଯାଉଥିଲା ତାହା ସ୍ପଷ୍ଟ ହୋଇନାହିଁ l ଅପରପକ୍ଷେ ବ୍ରହ୍ମପୁରରୁ ଖୋର୍ଦ୍ଧା ଅଭିମୁଖେ ଯାଉଥିବା ଟ୍ରେନ ଚଳାଚଳ ବନ୍ଦ ରହିଛିl ଛତ୍ରପୁର ବଡ଼ ଷ୍ଟେଶନ ଠାରେ ସନ୍ଧ୍ୟା ୭ଟା ସମୟରେ ଟ୍ରେନଟି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି।

Share