ରାସ୍ତାକଡ଼ରୁ ଅଧାପୋତା ଶିଶୁକନ୍ୟା ଉଦ୍ଧାର

ବିନିକା, ୧୫ା୧୨(ରାମ ଗୋପାଳ ବାଘ): ଝିଅକୁ ଆଜି ବି ଅନେକେ ଅଲୋଡ଼ା ମନେ କରୁଛନ୍ତି। ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଅଞ୍ଚଳରେ। ଶନିବାର ସକାଳେ ବ୍ଲକ ଅନ୍ତର୍ଗତ ଟୁଲୁଣ୍ଡୁପାଲି ଗାଁ ନିକଟ ରାସ୍ତାକଡ଼ରୁ ଅଧାପୋତା ଅବସ୍ଥାରେ ଏକ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଜନ୍ମ ପରେ ଶିଶୁକନ୍ୟାକୁ କେହି ମାଟିରେ ପୋତି ଚାଲି ଯାଇଥିଲେ। ଟୁଲୁଣ୍ଡୁପାଲି ଗାଁର ସନ୍ତୋଷ ନଇ ଓ ତାଙ୍କ ସ୍ତ୍ରୀ ମାନସୀ ସେହି ବାଟ ଦେଇ ଗଲାବେଳେ ଶିଶୁକୁ ଉଦ୍ଧାର କରି ବିନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅଧିକ ଚିକିତ୍ସା ନିମନ୍ତେ ଡାକ୍ତର ତାଙ୍କୁ ସୋନପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଛନ୍ତି। ସେଠାରେ ସ୍ବତନ୍ତ୍ର ନବଜାତ ଶିଶୁଯତ୍ନ କେନ୍ଦ୍ରରେ ଚିକିତ୍ସା କରାଯାଉଛି।

ହେଲେ ଶିଶୁକନ୍ୟାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଥିବା ଚିକିତ୍ସା କରୁଥିବା ଡାକ୍ତର ଦିଲୀପ ପୁରୋହିତ ଓ ଡାକ୍ତର ନନ୍ଦକିଶୋର ନାୟକ ସୂଚନା ଦେଇଛନ୍ତି। ଅପରପକ୍ଷେ ନିଃସନ୍ତାନ ଥିବା ସନ୍ତୋଷ ଓ ମାନସୀ ଉଦ୍ଧାର କରିଥିବା ଶିଶୁକନ୍ୟାକୁ କୋଳେଇନେବେ ବୋଲି କହିଛନ୍ତି। ଜିଲା ଶିଶୁ ମଙ୍ଗଳ ସମିତି ସଭ୍ୟ ହେମନ୍ତ କୁମାର ସା ଓ ଶାନ୍ତନୁ କର୍ଣ୍ଣ ଡାକ୍ତରଖାନା ଯାଇ ଶିଶୁର ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ତଦାରଖ କରିଛନ୍ତି। ଖବର ପାଇ ବିନିକା ଥାନା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri