ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ରାଜଧାନୀରେ ଛୁଟି ଘୋଷଣା, ଅପରାହ୍ନ ୧ଟାରୁ ଏସବୁ ବନ୍ଦ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଷ୍ଟ୍ରପତି ହେବା ପରେ ଗୁରୁବାର ପ୍ରଥମଥର ପାଇଁ ନିଜ ଗୃହ ରାଜ୍ୟକୁ ଆସୁଛନ୍ତି ଦେଶର ପ୍ରଥମ ଆଦିବାସୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହାକୁ ସମ୍ମାନ ଜଣାଇ ରାଜ୍ୟ ସରକାର ସମଗ୍ର ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଅଧା ଦିନ ସରକାରୀ ଛୁଟି ଘୋଷଣା କରିଛନ୍ତି। ତଦନୁଯାୟୀ ଅପରାହ୍ନ ୧ଟାରୁ ବିଏମ୍‌ସି ଅଧିନରେ ଥିବା ସମସ୍ତ ସରକାରୀ ଅଫିସ, ସରକାରୀ ଓ ବେସରକାରୀ(ସ୍କୁଲ, କଲେଜ), ଶିକ୍ଷାନୁଷ୍ଠାନ ଆଦି ବନ୍ଦ ରହିବ।

ପ୍ରକାଶ ଯେ, ରାଷ୍ଟ୍ରପତି ମୁର୍ମୁ ଗୁରୁବାର ଦିନ ୧୨ଟା ସମୟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ସେଠାରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ସ୍ବାଗତ କରିବେ। ପରେ ସେ ପୁରୀ ଗସ୍ତରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ସେଠାରେ ମହାପ୍ରସାଦ ସେବନ କରିବାର କାର୍ଯ୍ୟକ୍ରମ ରହିଛି।

Share