ଘର ଉପରେ ପଡ଼ିଲା ବିଶାଳକାୟ ଗଛ

ଲେଫ୍ରିପଡ଼ା,୩ା୬(ଦେଶରଞ୍ଜନ ପଟେଲ): ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ବ୍ଲକ ଅଞ୍ଚଳରେ ରବିବାର ସନ୍ଧ୍ୟାରେ କାଳବୈଶାଖୀର ତାଣ୍ଡବ ଯୋଗୁ ବ୍ୟାପକ ମାତ୍ରାରେ ଧନହାନି ହୋଇଛି। ସରପଗଡ଼ ପଞ୍ଚାୟତର କନିଆଘାଟି ଗ୍ରାମର ଚିନ୍ମୟ ପଟେଲ ଓ ସୁରେଶ ଚନ୍ଦ୍ର ପଟେଲଙ୍କ ଘର ଉପରେ ବିଶାଳକାୟ ଗଛ ଉପୁଡ଼ି ପଡ଼ିବାରୁ ଘର ଭାଙ୍ଗି ବହୁମାତ୍ରାରେ କ୍ଷୟକ୍ଷତି ହୋଇଛି। ଏଥିରେ ଅଳ୍ପକେ ବର୍ତ୍ତିଯାଇଛନ୍ତି ପରିବାର ଲୋକେ। ଠିକ୍‌ ସେହିପରି ଭାବେ ବହୁତ ବିଶାଳକାୟ ଗଛ ସବୁ ଉପୁଡ଼ି ପଡିବାରୁ ଗିରିଙ୍ଗକେଲା, ବୈରାଗୀବାହାଲ ଇତ୍ୟାଦି ଗ୍ରାମରେ ରାସ୍ତା ଅବରୋଧ ହୋଇଥିଲା। ସ୍ଥାନୀୟ ଗ୍ରାମବାସୀଙ୍କ ସହଯୋଗ କ୍ରମେ ଗଛକାଟି ରାସ୍ତା ଅବରୋଧକୁ ଖୋଲିଛନ୍ତି। ଅନ୍ୟପକ୍ଷରେ ବହୁତ ଗଛ ଉପୁଡ଼ିବାରୁ ବିଦ୍ୟୁତତାର ଛିଣ୍ଡିପଡ଼ିଛି। ଅଞ୍ଚଳରେ ରାତ୍ରିରୁ ବିଦ୍ୟୁତସେବା ବିଚ୍ଛିନ୍ନ ହୋଇଛି। ଚାଷ କ୍ଷେତ୍ରରେ ଡାଳୁଅ ଧାନ, ଚିନାବାଦାମ ଓ ପନିପରିବା ଚାଷ ବହୁତ ପ୍ରଭାବିତ ହେବା ନେଇ ଚାଷୀମାନେ ଆଶଙ୍କା ପ୍ରକାଶ କରିଛନ୍ତି। ତେଣୁ କ୍ଷୟକ୍ଷତି ନେଇ ପ୍ରଶାସନ ଦୃଷ୍ଟି ଦେବା ପାଇଁ ଅଞ୍ଚଳବାସୀ ପକ୍ଷରୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ ଲାଗୁ ଦାବି

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବିଶ୍ବହିନ୍ଦୁ ପରିଷଦ ଓଡ଼ିଶା ପ୍ରଦେଶର ଆହ୍ବାନକ୍ରମେ ବିଶ୍ବହିନ୍ଦୁ ପରିଷଦ ଭଞ୍ଜନଗର ଶାଖା ପକ୍ଷରୁ ମଙ୍ଗଳବାର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଭଞ୍ଜନଗର ଉପଜିଲାପାଳ...

ହାତ ଗୋଡ଼ ବନ୍ଧା ଅବସ୍ଥାରେ ପୋଖରୀରୁ ମିଳିଲା ବୃଦ୍ଧାଙ୍କ ମୃତଦେହ, ହତ୍ୟା ସନ୍ଦେହ

ନୂଆପଡ଼ା/କୋମନା,୨୨ା୪ (ମକାରୁ ବେମାଲ/ସୋବିନ ଛତ୍ରିଆ): ନୂଆପଡ଼ା ଜିଲା କୋମନା ଥାନା ଟିକ୍ରାପଡ଼ା ଗାଁ ବଡ଼ବନ୍ଧ ପୋଖରୀରୁ ମଙ୍ଗଳବାର ପୋଲିସ ଜଣେ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ...

ଛାଉଣୀ ନଥିବାରୁ ପ୍ରତିବାଦ: ପେଟ୍ରୋଲ ପମ୍ପକୁ ବନ୍ଦ କଲା ନାଗରିକ ମଞ୍ଚ

ବରଗଡ଼, ୨୨।୪(ପ୍ରେମାନନ୍ଦ ଖମାରୀ) : ବରଗଡ଼ ଜିଲାରେ ତାତି ବଢି ଚାଲିଛି। ଏଥିରେ ଜୀବନ ଅସ୍ତବ୍ୟସ୍ତ ହୋଇ ପଡୁଛି। କିନ୍ତୁ ଏଭଳି ସ୍ଥିତିରେ ବରଗଡ଼ ସହରର...

ଅଷ୍ଟ୍ରେଲିଆର ଏହି ପୂର୍ବତନ ଟେଷ୍ଟ କ୍ରିକେଟରଙ୍କୁ ୪ ବର୍ଷ କାରାଦଣ୍ଡ

ମେଲବୋର୍ନ,୨୨ା୪: ଅଷ୍ଟ୍ରେଲିଆର ପୂର୍ବତନ ଟେଷ୍ଟ କ୍ରିକେଟର ମାଇକେଲ ସ୍ଲାଟରଙ୍କୁ ୪ ବର୍ଷର ଜେଲ ଦଣ୍ଡରେ ଦଣ୍ଡିତ କରାଯାଇଛି। କିନ୍ତୁ ପୋଲିସ ହେପାଜତରେ ଏକ ବର୍ଷରୁ ଊର୍ଦ୍ଧ୍ୱ...

ବିଷ୍ଣୁମୁଣ୍ଡା ମନୋଜ ନାଏକଙ୍କ ହତ୍ୟା ମାମଲା: ଭୁବନେଶ୍ବରରୁ ଅଭିଯୁକ୍ତ ଗିରଫ

ବଲାଙ୍ଗୀର,୨୨।୪: ବଲାଙ୍ଗୀର ସହର ବିଷ୍ଣୁମୁଣ୍ଡା ମନୋଜ ନାଏକ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଭୁବନେଶ୍ବରରୁ ପୋଲିସ ଗିରଫ କରିଛି। ମଙ୍ଗଳବାର ବଲାଙ୍ଗୀର ଟାଉନ ଥାନା ଠାରେ...

ସ୍କୁଲ୍‌ ଛୁଟି ଘୋଷଣା କଲେ ଜିଲାପାଳ, ଝାରସୁଗୁଡ଼ାରେ ୪୬ ଟପିଲା ତାତି

ଭୁବନେଶ୍ୱର,୨୨।୪: ଓଡ଼ିଶାରେ ଅସହ୍ୟ ଗରମ ଓ ତାତି ଜନିତ ପରିସ୍ଥିତି ମଧ୍ୟରେ ଝାରସୁଗୁଡ଼ା ଜିଲାରେ ତାପମାତ୍ରା ୪୬ ଡିଗ୍ରୀ ସେଲସିୟସ ଛୁଇଁଛି। ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀଙ୍କ...

ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା: ସ୍ବାମୀ ଫେରାର

ଲକ୍ଷ୍ମୀପୁର,୨୨।୪: କୋରାପୁଟ ଜିଲା ଦଶମନ୍ତପୁର ଥାନା ନେର୍କାଗୁଡ଼ା ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ...

ଡେଲାଙ୍ଗ ରତନପୁର ବର୍ବର ହତ୍ୟାକାଣ୍ଡ: ପୁରୀ ଏସ୍‌ପି କଲେ ବଡ଼ ଖୁଲାସା

ପୁରୀ,୨୨।୪: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ରତନପୁର ଗ୍ରାମରେ ଏକ ନାବାଳକଙ୍କୁ ବର୍ବରୋଚିତ ଭାବେ ହତ୍ୟା ଘଟଣା ସାରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image