ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର ଭୁଏଙ୍କୁ ପୋଲିସ ଗିରଫ କରିଛି। ତାଙ୍କ ପାଖରୁ ୩ କି.ଗ୍ରା. ୬୦୦ ଗ୍ରାମ୍‌ ଗଞ୍ଜେଇ ଏବଂ ନଗଦ ୩୪ ହଜାର ୬୩୦ ଟଙ୍କା ଜବତ ହୋଇଛି।

ସୂଚନାନୁଯାୟୀ, ଅଭିଯୁକ୍ତ ଚିତ୍ରେଶ୍ୱର ଏକ ବାଇକ୍‌(ନଂ-ଓଡି ୧୭ ଏମ ୦୪୩୩) ଯୋଗେ ଯାଉଥିବାବେଳେ ପିପଲମୁଣ୍ଡାଠାରେ ପୋଲିସ ଯାଞ୍ଚ କରିଥିଲା। ଯାଞ୍ଚବେଳେ ତାଙ୍କଠାରୁ ଗଞ୍ଜେଇ ଜବତ ହୋଇଥିଲା। ଏହାପରେ ପୋଲିସ ଅଭିଯୁକ୍ତଙ୍କ ଘରେ ମଧ୍ୟ ଚଢ଼ାଉ କରିଥିଲା। ମାତ୍ର ଘରୁ କିଛି ପାଇ ପାରି ନ ଥିଲା। ଏ ନେଇ ଭଟଲି ଥାନା ପୋଲିସ କେସ୍‌ ନଂ ୧୫୫/୨୪ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

ବ୍ୟବଚ୍ଛେଦ ପରେ ବାଘର ମୃତଦେହକୁ ପୋଡ଼ିଦେଲେ ବନ କର୍ମଚାରୀ

ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ସମ୍ବରଧରା-ଲଖନପୁର ରାସ୍ତାରେ ମଙ୍ଗଳବାର ଉଦ୍ଧାର ହୋଇଥିବା ମୃତ ବାଘର ବୁଧବାର ଶବ ବ୍ୟବଚ୍ଛେଦ ହୋଇଛି। ଭଟଲି...

ପୁଣି ବିବାଦରେ ଛନ୍ଦିହେଲେ ବରଗଡ଼ ଧନୁଯାତ୍ରାର କଂସ ହୃଷୀକେଶ ଭୋଇ, ଲାଞ୍ଚ ନେଇ…

ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ଆଉମାତ୍ର ଅଢ଼େଇ ମାସ ପରେ ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଏହି ମହୋତ୍ସବ ଆରମ୍ଭ...

ଝିଅଙ୍କୁ ଛୁରି ଭୁସି ହତ୍ୟାକଲେ ବାପା

ଚିତ୍ରକୋଣ୍ଡା,୧୬ା୧୦(ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀ): ବାପା ସାଜିଲେ ସଇତାନ। ଜନ୍ମିତ ଶିଶୁକନ୍ୟାଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି। ଏପରି ଘଟଣା ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ...

ଝିଅ ଆଗରେ ସ୍ତ୍ରୀଙ୍କ ଗଳା କାଟିଦେଲେ ସ୍ବାମୀ, ଆଉ ତା’ ପରେ…

କାଲିମେଳା,୧୬ା୧୦(ଜୀବନକୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଏମ୍‌ପିଭି ୨୩ ଗ୍ରାମରେ ବୁଧବାର ସକାଳେ ଜଣେ ମହିଳାଙ୍କ ଗଳାକୁ ତାଙ୍କ ସ୍ବାମୀ ଛୋଟ ଝିଅ...

ମାଁ ପଁରାପାଟ ଦେବୀଙ୍କ ପାର୍ବଣ ମହୋତ୍ସବ: ଯୁଗାରଯାତ୍ରାରେ ସାମିଲ ହେଲେ ଶତାଧିକ ଶ୍ରଦ୍ଧାଳୁ

ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରାହଗୋଡାସ୍ଥିତ ମାଁ ପଁରାପାଟ ମନ୍ଦିରରେ ପାର୍ବଣ ମହୋତ୍ସବ ଚାଲିଛି। ଏହି କ୍ରମରେ ବୁଧବାର ଯୁଗାରଯାତ୍ରା ହୋଇଥିଲା। ବରାହଗୋଡ଼ା, ଆମସଢ଼ା,...

୫ କୋଟି ଟଙ୍କା ଆତ୍ମସାତ୍‌ କରି ଗିରଫ ହେଲେ ପିଇଓ, ବିଭିନ୍ନ ଯୋଜନାର ଟଙ୍କାକୁ…

ବଲାଙ୍ଗୀର,୧୬ା୧୦(ସୁନୀଲ କୁମାର ମହାନ୍ତି): ପ୍ରାୟ ୫ କୋଟି ଟଙ୍କା ହେର୍‌ଫେର ଅଭିଯୋଗରେ ଭରସୁଜା ଓ ଆଗଲପୁର ପଞ୍ଚାୟତ ନିର୍ବାହୀ ଅଧିକାରୀ ରାଜକିଶୋର ପୋଢ଼ ଗିରଫ ହୋଇଥିବା...

ଅମଳ ପୂର୍ବରୁ ଧାନ ଫସଲରେ ରୋଗପୋକ

ବରଗଡ଼,୧୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଅଧିକ ଧାନଚାଷ ଯୋଗୁ କୃଷି ପ୍ରଧାନ ଜିଲା ଭାବେ ମଧ୍ୟ ଏହି ଜିଲା ପରିଚିତ। ହେଲେ ଏଠାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri