ରତ୍ନଭଣ୍ଡାର ଯାଞ୍ଚ ପାଇଁ ଏଏସ୍‌ଆଇ ଡିଜିଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୨୪ା୮: ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ଏବଂ ମରାମତି ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏଏସ୍‌ଆଇ ଡିଜିଙ୍କୁ ରାତାରାତି ଚିଠି ଲେଖିଛନ୍ତି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏ ସମ୍ପର୍କରେ ଚିଠି ଲେଖିଥିବା ସୂଚନା ଦେଇଛନ୍ତି। ଖୁବ୍‌ଶୀଘ୍ର ଯାଞ୍ଚ କରି ମରାମତି କାର୍ଯ୍ୟ ପୂର୍ଣ୍ଣାଙ୍ଗ କରିବାକୁ ଚିଠି ଲେଖାଯାଇଛି। ଏଥିସହିତ ଉନ୍ନତମାନର ଅନୁଷ୍ଠାନ ଦ୍ୱାରା ଯାଞ୍ଚ ପ୍ରକ୍ରିୟା କରିବା ପାଇଁ ମୁଖ୍ୟ ପ୍ରଶାସକ ନିବେଦନ ମଧ୍ୟ କରିଛନ୍ତି। ଲେଜର ସ୍କାନିଂ ଓ ଜିପିଆର୍‌ଏସ୍‌ ଦ୍ୱାରା ଯାଞ୍ଚ ପାଇଁ ମୁଖ୍ୟ ପ୍ରଶାସକ ଅନୁରୋଧ କରିଛନ୍ତି। ଯାଞ୍ଚ ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସହଯୋଗ ଯୋଗାଇ ଦିଆଯିବ ବୋଲି ଚିଠିରେ ଉଲ୍ଲେଖ ରହିଛି।

ସୂଚନାଯୋଗ୍ୟ, ଶୁକ୍ରବାର ଶ୍ରୀମନ୍ଦିର ରତ୍ନଭଣ୍ଡାରର ଖାଲି ସିନ୍ଦୁକ ଓ ଆଲମିରା ସ୍ଥାନାନ୍ତର ପ୍ରକ୍ରିୟା  ଶେଷ ହୋଇଥିଲା। ବାହାର ରତ୍ନଭଣ୍ଡାରରେ ଥିବା ଗୋଟିଏ ଲୁହା ସିନ୍ଦୁକ, ଭିତର ରତ୍ନଭଣ୍ଡାରରେ ଥିବା ୨ଟି କାଠ ଆଲମିରା, ଗୋଟିଏ ଲୁହା ଆଲମିରା, ୨ଟି କାଠ ସିନ୍ଦୁକକୁ ମିଶାଇ ମୋଟ ୭ଟି ଆଲମିରା ଓ ସିନ୍ଦୁକକୁ ଶ୍ରୀମନ୍ଦିର ପଶ୍ଚିମଦ୍ବାର ପାର୍ଶ୍ବ ନୀଳାଦ୍ରି ମ୍ୟୁଜିୟମ୍‌ ନିକଟ ଗୃହକୁ ସ୍ଥାନାନ୍ତର  କରାଯାଇଥିଲା। କାଠ ଆଲମିରା ଓ ସିନ୍ଦୁକ ପୋକ ଖାଇ ନଷ୍ଟ ହୋଇଯାଇଛି। ସିନ୍ଦୁକ ବାହାରିବାରେ ଅସୁବିଧା ହେବାରୁ ବାହାର ଭଣ୍ଡାରଘର କାଠ ଦ୍ବାର କଟାଯାଇଥିଲା। ପରେ ଏହାକୁ ମରାମତି କରାଯାଇଛି। ମାର୍ଗଦର୍ଶିକା ଆଧାରରେ ଶ୍ରୀମନ୍ଦିର ଭିତର ଓ ବାହାର ରତ୍ନଭଣ୍ଡାର ସ୍ଥିତି ଅନୁଧ୍ୟାନ ଓ ଆବଶ୍ୟକ ମରାମତି କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ  ଡ. ପାଢ଼ୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧାରେ ମୁଖ୍ୟ ଶାସନ ସଚିବ: ସମୀକ୍ଷା କଲେ…

ଖୋର୍ଦ୍ଧା,୨୬।୪(ପ୍ରଭାତ ପାଣିଗ୍ରାହୀ): ମୁଖ୍ୟ ଶାସନ ସଚିବ ଶୁକ୍ରବାର ଖୋର୍ଦ୍ଧା ଗସ୍ତ କରିଛନ୍ତି। ଖୋର୍ଦ୍ଧା ତହସିଲ କାର୍ଯ୍ୟାଳୟର ମୁଖ୍ୟ ଶାସନସଚିବ ମନୋଜ ଆହୁଜା ପହଞ୍ଚି କୃଷି ବିଭାଗର...

ଶ୍ରମିକ ଦିବସ ପାଳନ ନେଇ ବିଭିନ୍ନ ସଂଗଠନ ପକ୍ଷରୁ ଆଲୋଚନା

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ମେ’ ୧ରେ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି...

ଏହି ମୁସଲିମ ଦେଶ PoKକୁ ଭାରତର ଅଂଶ ବୋଲି ମାନିଥାଏ: ନାଁ ଜାଣି ହୋଇଯିବେ ଆଶ୍ଚର୍ଯ୍ୟ

ଶ୍ରୀନଗର,୨୬।୪: ୨୨ ଏପ୍ରିଲରେ ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ଏକ ଭୟଙ୍କର ଆତଙ୍କବାଦୀ ଆକ୍ରମଣ ଘଟିଥିଲା। ଏହି ଆତଙ୍କବାଦୀ ଆକ୍ରମଣରେ ୨୬ରୁ ଅଧିକ ଲୋକଙ୍କ ମୃତ୍ୟୁ...

କୁଲାଡ ବ୍ୟାଘ୍ରଦେବୀ ମନ୍ଦିରରୁ ଚୋରି: ସିସିଟିଭି ରୁ ….

ଭଞ୍ଜନଗର,୨୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅର୍ନ୍ତଗତ କୁଲାଡ ବ୍ୟାଘ୍ରଦେବୀ ମନ୍ଦିରରୁ ଶୁକ୍ରବାର ରାତିରେ ଚୋରି ହୋଇଛି। ଦେବୀଙ୍କ ୩୫ ଟି ରୂପା ଆଖି,...

ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ: ୨୬ ମୃତକଙ୍କ ମଧ୍ୟରୁ ୨୦ ଜଣଙ୍କ ଟ୍ରାଉଜର ଖୋଲିଥିଲେ ଆତଙ୍କବାଦୀ

ଶ୍ରୀନଗର,୨୬ା୪: ପହଲଗାମ ଆତଙ୍କବାଦୀ ଆକ୍ରମଣର ୨୬ ଜଣ ମୃତକଙ୍କ ପ୍ରାରମ୍ଭିକ ଯାଞ୍ଚରୁ ଏକ ଚାଞ୍ଚଲ୍ୟକର ବା ଆଶ୍ଚର୍ଯ୍ୟକର ତଥ୍ୟ ସାମ୍ନାକୁ ଆସିଛି, ଅଧିକାରୀମାନେ ଜାଣିବାକୁ ପାଇଛନ୍ତି...

ପହଲଗାମ ଆକ୍ରମଣ ପ୍ରତିବାଦରେ ଶୋଭାଯାତ୍ରା

ନୂଆପଡ଼ା,୨୬।୪ (ମକାରୁ ବେମାଲ): ଜମ୍ମୁ କଶ୍ମୀରର ପହଲଗାମଠାରେ ଆତଙ୍କବାଦୀ ଆକ୍ରମଣ ଘଟଣା ପ୍ରତିବାଦରେ ଶୁକ୍ରବାର ନୂଆପଡ଼ା ହିନ୍ଦୁ ଏକତା ମଞ୍ଚ ପକ୍ଷରୁ ଶୋଭାଯାତ୍ରା କରାଯାଇଥିଲା। ଗାୟତ୍ରୀ...

ସୌରଶକ୍ତି ଚାଳିତ ଫ୍ଲୋରାଇଡ ଅପସାରଣ ପ୍ରକଳ୍ପ ଉଦ୍‌ଘାଟିତ

ନୂଆପଡ଼ା,୨୬ା୪ (ମକାରୁ ବେମାଲ): ନୂଆପଡା ଜିଲା କୋମନା ବ୍ଲକ ରଜନା ପଞ୍ଚାୟତ ବେଲଗାଁର ବାଗପଡାଠାରେ ଶୁକ୍ରବାର ସୌରଶକ୍ତି ଚାଳିତ ଫ୍ଲୋରାଇଡ ଅପସାରଣ ପ୍ରକଳ୍ପର ଶୁଭ ଉଦ୍‌ଘାଟନ...

ପ୍ରବଳ ଗରମରେ ପିଉଛନ୍ତି କି ଆଖୁରସ? ସ୍ବାସ୍ଥ୍ୟ ପ୍ରତି ହୋଇପାରେ ଘାତକ, ଜାଣି ରଖନ୍ତୁ…

ଆଖୁରସ ଏମିତି ଏକ ପାନୀୟ, ଯାହା ଶରୀରକୁ ତୁରନ୍ତ ଶକ୍ତି ପ୍ରଦାନ କରେ। ସେଥିପାଇଁ ଆମ ମଧ୍ୟରୁ ଅନେକ ଏହାକୁ ପିଇବାକୁ ପସନ୍ଦ କରନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image