ଚାଷୀଙ୍କ ଜୀବନ ନେଲା ବଜ୍ରପାତ

ପୁରୁଷୋତ୍ତମପୁର,୩ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ପଞ୍ଚାୟତ ଅଲାଡ଼ି ଗାଁରେ ଶନିବାର ଅପରାହ୍ନରେ ବଜ୍ରପାତରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଅଭିରାମ ସେଠୀ(୫୪)। ଅଭିରାମ ଗ୍ରାମ ନିକଟସ୍ଥ ବାଲିଚିରା ଜମିକୁ ଧାନ ତଳି ଦେଖିବା ଲାଗି ଯାଇଥିବା ବେଳେ ବଜ୍ରପାତର ଶିକାର ହୋଇ ତଳେ ପଡ଼ିଯାଇଥିଲେ। ଏହା ଦେଖି ରାସ୍ତାରେ ଯାଉଥିବା ଲୋକେ ଗ୍ରାମବାସୀଙ୍କୁ ଖବର ଦେବା ସହ ୧୦୮ ଆମ୍ବୁଲାନ୍ସ ଯୋଗେ ଚିକିତ୍ସା ନିମନ୍ତେ ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ମୃତଦେହ ଜବତ କରିଛି।

Share