ଦୁରହେଲା ଦୀର୍ଘ ଦିନର ସମସ୍ୟା: ଉଦ୍‌ଘାଟନ ହେଲା ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ

ପାଟଣା,୧୨।୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ସାଧୁପଡ଼ାଠାରେ ନିର୍ମିତ ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ମଙ୍ଗଳ ଉଦ୍‌ଘାଟିତ ହୋଇଛି। ୨କୋଟି ୭୬ଲକ୍ଷ ଟଙ୍କା ବ୍ୟୟରେ ଆମ ବସଷ୍ଟାଣ୍ଡ ଯୋଜନାରେ ନିର୍ମିତ ହୋଇଥିବା ଏହି ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡକୁ ପାଟଣା ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ଜଗନ୍ନାଥ ନାଏକ ଉଦ୍‌ଘାଟନ କରିଛନ୍ତି । ଏ ନେଇ ବସଷ୍ଟାଣ୍ଡ ପରିସରରେ ଆୟୋଜିତ ସଭାରେ ବିଜେଡି ବରିଷ୍ଠ ନେତା ମିତ୍ରଭାନୁ ମହାନ୍ତଙ୍କ ସଂଯୋଜନାରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ନାଏକ ଯୋଗଦେଇ ଆମ ବସ୍‌ଷ୍ଟାଣ୍ଡ ପାଟଣା ଅଞ୍ଚଳର ଦୀର୍ଘ ଦିନର ଦାବି ଓ ସମସ୍ୟାର ସମାଧାନ କରିବା ସହ ଲକ୍ଷାଧିକ ଯାତ୍ରୀ ଏହି ଯୋଜନାରେ ଉପକୃତ ହେବେ। ଏହାସହ ଉନ୍ନତ ମାନର ପରିବହନ ସେବା ପାଇପାରିବେ ବୋଲି କହିଛନ୍ତି।
ଏଥିରେ ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ସୁକାନ୍ତି ନାଏକ, ଉପାଧ୍ୟକ୍ଷା ବୀଣାପାଣି ନାୟକ, ଜିଲା ପରିଷଦସଦସ୍ୟ ରୁନୁ ମହାନ୍ତ, ବୁଦ୍ଧଦେବ ମହାକୁଡ, ପାଟଣା ବିଡଓ ଶିବଶଙ୍କର ମୁର୍ମୁ, ଏବିଡିଓ ଚିତ୍ତରଞ୍ଜନ ନାୟକ, ସ୍ଥାନୀୟ ସରପଞ୍ଚ ବିନତି ବାନରା, ସମିତିସଭ୍ୟ ମୋହନ ସୁନ୍ଦର ମହାନ୍ତ, ବିଜେଡି ବ୍ଲକ ସଭାପତି ମାଧବାନନ୍ଦ ପୃଷ୍ଟି, ସାମଜିକକର୍ମୀ ଅଜୟ କୁମାର ଦାଶ, ବଣିକ ସଂଘ ସଭାପତି ବୁଲୁ ଭଞ୍ଜ, ବିଜେଡି ଜିଲା ସାଧାରଣ ସମ୍ପାଦକ ପ୍ରଶାନ୍ତ ଭଞ୍ଜ, ବିଜେଡି ନେତ୍ରୀ ଧରିତ୍ରୀ ମହାନ୍ତ,ବିନ୍ଦୁପାତ୍ର ପ୍ରମୁଖ ଉପସ୍ଥିତଥିଲେ ।
ଅନ୍ୟମାନଙ୍କ ମଧ୍ୟରେ ସହକାରୀ ପ୍ରୋଜେକ୍ଟ ପରିଚାଳକ ପୋଲିସ ହାଉସିଂର ଶାନ୍ତି ରଞ୍ଜନ ସାମଲ, ବିଶ୍ୱଜିତ୍‌ ବେହେରାଙ୍କ ସହ ବିଜେଡି ବରିଷ୍ଠ ନେତା ନିରଞ୍ଜନ ତ୍ରିପାଠୀ, ଦିଲ୍ଲୀପ କୁମାର ଦାଶ, ମହେନ୍ଦ୍ର ମିଶ୍ର, ଭାଗିରଥି ଦାଶ ପ୍ରମୁଖ ଯୋଗ ଦେଇଥିଲେ।
ଏହି ଅତ୍ୟାଧୁନିକ ବସଷ୍ଟାଣ୍ଡରେ ବିଶ୍ରାମଗାର, ଖାଦ୍ୟ ପାନୀୟ ଓ ଶୌଚ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ରହିଛି। ଏହାର ନିର୍ମାମାଣ ପରେ ଅଞ୍ଚଳର ଏକ ଦୀର୍ଘ ଦିନର ପ୍ରମୁଖ ସମସ୍ୟା ସମାଧାନ ହୋଇଛି ବୋଲି ସ୍ଥାନିୟ ସାମାଜିକ କର୍ମୀ ଅଜୟ କୁମାର ଦାଶ ଓ ବୁଲୁ ଭଞ୍ଜ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri