ବିଦ୍ୟୁତ ଆଘାତରେ ମିସ୍ତ୍ରୀଙ୍କ ମୃତ୍ୟୁ

ହିଞ୍ଜିଳିକାଟୁ,୮।୬(ଡିଏନଏ): ହିଞ୍ଜିଳି ଥାନା ପିତଳରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ମିସ୍ତ୍ରୀଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ହେଲେ ବ୍ରାହ୍ମଣଛାଇ ଗ୍ରାମର ସୂର୍ଯ୍ୟ ରାଉତ। ପ୍ରକାଶ ଯେ, ହିଞ୍ଜିଳି ଥାନା ଅନ୍ତର୍ଗତ ବ୍ରାହ୍ମଣଛାଇ ଗ୍ରାମର ସୂର୍ଯ୍ୟ ପିତଳଗ୍ରାମକୁ ଜଣେ ବ୍ୟକ୍ତିଙ୍କ ବେରୱେଲ କାମ କରୁଥିବା ବେଳେ ପାଣି ଉଠା ମୋଟରର ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ। ଘଟଣାସ୍ଥଳରେ ସେ ଗୁରୁତର ହୋଇପଡିଥିଲେ। ତାଙ୍କୁ ଉଦ୍ଧାର କରି ହିଞ୍ଜିଳିକାଟୁ ଡାକ୍ତରଖାନାକୁ ଅଣାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ହିଞ୍ଜିଳି ପୋଲିସ ମେଡିକାଲରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ନଂ- ୯/୨୩ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ବ୍ରହ୍ମପୁର ଡାକ୍ତରଖାନାରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଥିବା ହିଞ୍ଜିଳି ଥାନା ଅଧିକାରୀ ଅଭିମନ୍ୟୁ ଦାସ ସୂଚନା ଦେଇଛନ୍ତି।

Share