ମାଡ୍‌ପିଟ୍‌ରେ ଜଣଙ୍କ ଜୀବନ ଗଲା

ଜମନକିରା,୩ା୮(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡପଲି ଫାଣ୍ଡି ଅନ୍ତର୍ଗତ ମେଣ୍ଢା ବହାଲ ଗାଁରେ ମାଡ଼ପିଟ୍‌ ଯୋଗୁ ସେହି ଗାଁର କାର୍ତ୍ତିକ ଖଡିଆ(୪୫)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଜଣାଯାଇଛି।
ପୋଲିସ ସୂଚନାନୁଯାୟୀ, ମଙ୍ଗଳବାର ରାତିରେ ମେଣ୍ଢାବାହାଲ ଗ୍ରାମର ୩ ଜଣ ଅଭିଯୁକ୍ତ ସେହି ଗାଁର କାର୍ତ୍ତିକ ସହ କୌଣସି କାରଣରୁ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ସେହି ଗାଁର ୩ ଜଣ ଯୁବକ କାର୍ତ୍ତିକଙ୍କୁ ମାଡ଼ ମାରି ଲହୁଲୁହାଣ କରିଥିଲେ। ଏହି ଖବର ପରିବାର ଲୋକେ ଜାଣିଲା ପରେ ସମ୍ବଲପୁର ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ତେବେ ଅବସ୍ଥା ସଙ୍କଟାପନ୍ନ ହେବାରୁ ବୁର୍ଲା ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିଲେ। କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ କାର୍ତ୍ତିକଙ୍କର ବୁଧବାର ମୃତ୍ୟୁ ହୋଇଥିବା ଜଣାଯାଇଛି। ପୋଲିସ ଏ ନେଇ ଜମନକିରା ଥାନାରେ ଏକ ହତ୍ୟା ମାମଲା ରୁଜୁ କରି ଅଭିଯୁକ୍ତ ୩ ଜଣଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି। ଗୁରୁବାର ହତ୍ୟାକାଣ୍ଡର କାରଣ ଜଣାପଡ଼ିବ ବୋଲି ଥାନା ଆଇଆଇସି ପ୍ରେମଜିତ ଦାସ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିଲା ସ୍କର୍ପିଓ, ଚାଲିଗଲା ୩ ଜୀବନ

କୁଆଁରମୁଣ୍ଡା,୨୬ା୪(ମହେନ୍ଦ୍ର କୁମାର ସାହୁ): ଝାଡ଼ଖଣ୍ଡ ରାଜ୍ୟ ଚତରାରେ ଶନିବାର ଏକ ସ୍କର୍ପିଓ ରାସ୍ତା ପାଶର୍‌ବରେ ଥିବା ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ସୁନ୍ଦରଗଡ଼...

କାଳବୈଶାଖୀ ତାଣ୍ଡବ: ଉପୁଡ଼ିଲା ଗଛ, ଅନ୍ଧାରରେ ଗାଁ

ନନ୍ଦପୁର,୨୫।୪(ତୁଷାରକାନ୍ତ ମହାନ୍ତି): ନବରଙ୍ଗପୁର ଜିଲା ନନ୍ଦପୁରରେ ଶନିବାର କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହୋଇ ଏକାଧିକ ଗଛ ଉପୁଡ଼ି ରାସ୍ତା ଅବରୋଧ...

ମିଳିଲାନି ମୃତ ଯୁବକଙ୍କ ପରିଚୟ, ଶବ ସତ୍କାର କଲେ ସ୍ବେଚ୍ଛାସେବୀ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାରର ସ୍ବେଚ୍ଛାସେବୀମାନେ ଶନିବାର ଜଣେ ଅଚିହ୍ନା ଯୁବକଙ୍କ ମୃତଦେହକୁ ସତ୍କାର କରିଛନ୍ତି । ଗତ ୨୧ତାରିଖ ବରଗଡ଼...

ନାବାଳିକାଙ୍କୁ ବଳାତ୍କାର: ଫେରାର ଅଭିଯୁକ୍ତ ଗିରଫ

ଜୟପୁର,୨୬ା୪(ପବନ ପାଣିଗ୍ରାହୀ)- ନାବାଳିକା ବଳାତ୍କାର ମାମଲାର ଫେରାର ଅଭିଯୁକ୍ତଙ୍କୁ ଶନିବାର ଜୟପୁର ମହିଳା ପୋଲିସ ଗିରଫ କରିଛି। ଅଭିଯୁକ୍ତ ହେଲେ ଘେନୁ ହନ୍ତାଳ। ମିଳିଥିବା ସୂଚନା...

ମୌଳିକ ସେବା ଅପହଞ୍ଚ: ଚଟାଣରେ ଚିକିତ୍ସା, ହାତରେ ସାଲାଇନ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ସହରାଞ୍ଚଳ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ସର୍ବନିମ୍ନ ମୌଳିକା ସୁବିଧା ସୁଯୋଗ ଅପହଞ୍ଚ ହୋଇପଡ଼ିଛି। ଏଠାରେ ଡାକ୍ତର ଅଭାବ ନିତିଦିନିଆ...

ମନ୍ଦାକିନୀଙ୍କ ଉପରେ ପୁଣି ଭରଷା କଲା କଂଗ୍ରେସ

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ସାମାଜିକ କର୍ମୀ ମନ୍ଦାକିନୀ ବାଣୁଆ ପୁଣି ଥରେ ରାଜ୍ୟ ଯୁବ କଂଗ୍ରେସ ସାଧାରଣ ସମ୍ପାଦିକା ଭାବେ...

ରାସ୍ତା ଉପରେ ଟଳି ପଡିଲେ ବୃଦ୍ଧ, ଅଂଶୁଘାତ ଅଭିଯୋଗ

ଦିଗପହଣ୍ଡି,୨୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଜଗନ୍ନାଥପୁର ବସଷ୍ଟାଣ୍ଡ ଛକ ରାସ୍ତା ଉପରେ ଜଣେ ବୃଦ୍ଧ ଶନିବାର ଅପରାହ୍ନ ପ୍ରାୟ ୨ ଟାରେ...

ବାହାଘର ଭୋଜିରେ ଅଘଟଣ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଜଣଙ୍କ ଜୀବନ, ଜଣେ ଗୁରୁତର

ଫୁଲବାଣୀ,୨୬।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଟିକାବାଲି ଥାନା ଅଧୀନ କଇଁଝର ପଞ୍ଚାୟତ କୁଟିଗଡ଼ ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଅନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image