ମେଡିକାଲ କର୍ମଚାରୀଙ୍କୁ ମାଡ଼ ମାରି ଜଣେ ଗିରଫ

ହିଞ୍ଜିଳିକାଟୁ,୪ା୧୨(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଆଡ଼ପଡ଼ା ଆଉଟ ପୋଷ୍ଟ ଅଧୀନ ଆଡ଼ପଡ଼ା ମେଡିକାଲରେ ମଙ୍ଗଳବାର ଚିକିତ୍ସାରେ ବିଳମ୍ବ ଅଭିଯୋଗ କରି ୨ଯୁବକ ଉତ୍ତ୍ୟକ୍ତ ହୋଇ ମେଡିକାଲ କର୍ମଚାରୀ ଓ ସୁରକ୍ଷାକର୍ମୀଙ୍କୁ ମାଡ଼ ମାରିଥିଲେ। ଏ ସଂକ୍ରାନ୍ତରେ ମେଡିକାଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ପୋଲିସରେ ଅଭିଯୋଗ କ୍ରମେ ବୁଧବାର ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଗିରଫ ଜଣଙ୍କ ହେଲେ ହିଞ୍ଜିଳି ଥାନା ଆଡ଼ପଡ଼ା ଫାଣ୍ଡି ପେଣ୍ଡୁରାଲୁଣ୍ଡି ଗ୍ରାମର ଶୁଭମ ନାୟକ ଓ ଅନ୍ୟ ଜଣେ ଫେରାର ଅଛନ୍ତି ।

ପ୍ରକାଶ ଯେ, ଏକ ସାଇକେଲ ଦୁର୍ଘଟଣାରେ ଆହତ ୨ ଯୁବକ ମଙ୍ଗଳବାର ସକାଳେ ଚିକିତ୍ସାରେ ଅବହେଳା ଓ ବିଳମ୍ବ ପାଇଁ ପ୍ରଥମେ ପାଟିତୁଣ୍ଡ କରିଥିଲେ। ପରେ ସେମାନେ ଉତ୍ତ୍ୟକ୍ତ ହୋଇ ମେଡିକାଲ ଆଟେଣ୍ଡାଣ୍ଟ ତଥା ପାଟପୁର ଥାନା ବଡିଓସ୍ତା ଗ୍ରାମର ସୁକାନ୍ତ କୁମାର ଆଚାରୀ ଓ ସୁରକ୍ଷାକର୍ମୀ ତଥା ପାଟପୁର ଥାନା ଗୌତୁମୀ ଗ୍ରାମର ନିରଞ୍ଜନ ସେଠୀଙ୍କୁ ଆକ୍ରମଣ କରିଥିଲେ। ଘଟଣା ନେଇ ମଙ୍ଗଳବାର ରାତିରେ ଆଡ଼ପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଚିକିତ୍ସକ ଡାକ୍ତର ଶୁଭ୍ରାଂଶୁ ମୋହନ ସାହୁ ହିଞ୍ଜିଳି ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଭିତ୍ତିରେ ହିଞ୍ଜିଳି ଥାନା କେସ୍‌ ନଂ- ୯୯୦/୨୪ରେ ଏକ ମାମଲା ରୁଜୁ ହୋଇଛି। ଗିରଫ ଅଭିଯୁକ୍ତ ଶୁଭମ୍‌ଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିକ୍ଟୋରିଆ ଯୁଗର ଜୋତା ମିଳିଲା

ଲଣ୍ଡନ: ସମ୍ପ୍ରତି ୱେଲ୍ସ କାଉଣ୍ଟିର ଏକ ଅଜବ ଏବଂ ରହସ୍ୟମୟ ଘଟଣା ସ୍ଥାନୀୟ ଲୋକଙ୍କୁ ବିସ୍ମିତ କରିଦେଇଛି। ଦକ୍ଷିଣ ୱେଲ୍ସର ଗ୍ଲାମୋର୍ଗାନ ଉପତ୍ୟକାର ଓଗମୋର୍‌-ବାଇ-ସି ବିଚ୍‌ରେ...

ଜାଲ୍‌ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ କରିଛି। ଜାଲ୍‌...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri