Categories: ଗଞ୍ଜାମ

ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ରରେ ଦାୟିତ୍ୱ ନେଲେ ନୂଆ ଡାକ୍ତର

ଗଞ୍ଜାମ,୨୪ା୩(ଡି.ଏନ୍‌.ଏ.): ଗଞ୍ଜାମ ସହରସ୍ଥିତ ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ର(ନୂତନ)ରେ ଡାକ୍ତର ଭାବେ ଜ୍ୟୋତିର୍ମୟୀ ପଣ୍ଡା ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ଧରି ଏହି ପଦବୀ ଖାଲିପଡ଼ିଥିଲା। ଏହି ମେଡିକାଲରେ ଡାକ୍ତର ନିଯୁକ୍ତ ପାଇଁ ଗଞ୍ଜାମ ଏନ୍‌ଏସି ଉପାଧ୍ୟାକ୍ଷ ସୁରେନ୍ଦ୍ର କୁମାର ବାରିକି, ଯୁବ ବିଜେଡି ସଭାପତି ସୁଧୀର କୁମାର ପାଢ଼ୀ ଏବଂ ଛାତ୍ର ସଭାପତି ରାକେଶ ରଞ୍ଜନ ଦାସ ପ୍ରମୁଖ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଫଳରେ ଖୁବ୍‌ କମ ଦିନ ମଧ୍ୟରେ ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି ପାଇଁ ବିଧାୟକ ସହରବାସୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ଏଠାରେ ଡାକ୍ତର ପଣ୍ଡା ଯୋଗଦେବା ଫଳରେ ବିଭିନ୍ନ ମହଲରେ ଖୁସିର ଲହରୀ ଖେଳିଯାଇଛି। ଦାୟିତ୍ୱ ଗ୍ରହଣ କରିବା ପରେ ମେଡିକାଲ ଷ୍ଟାଫ୍‌ ଓ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ତାଙ୍କୁ ଶୁଭେଚ୍ଛା ଜଣାଯାଇଛି। ରୋଗୀ ସେବା ସହିତ ସ୍ଥାନୀୟ ଅଞ୍ଚଳର ବରିଷ୍ଠ ନାଗରିକଙ୍କୁ ପ୍ରାଥମିକତା ଦିଆଯିବ ବୋଲି ସେ ସୂଚନା ଦେଇଛନ୍ତି।