ପଣ୍ୟ ବୋଝେଇରେ ନୂତନ ରେକର୍ଡ

ଭୁବନେଶ୍ୱର,୨୫ା୩: ଭାରତୀୟ ରେଲଓ୍ବେର ପ୍ରମୁଖ ଜୋନ୍‌ ପୂର୍ବତଟ ରେଳପଥ ପଣ୍ୟ ବୋଝେଇରେ ନୂତନ ରେକର୍ଡ ହାସଲ କରିଛି। ବିଶେଷକରି ଚଳିତ ଆର୍ଥିକ ବର୍ଷ ଶେଷ ହେବା ପୂର୍ବରୁ ପୂର୍ବତଟ ରେଳପଥ ୨୩୨.୨୩ ନିୟୁତ ଟନ୍‌ ପଣ୍ୟ ପରିବହନ କରିଥିଲା ବୋଲି ରେଲଓ୍ବେ ପକ୍ଷରୁ କୁହାଯାଇଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷ ଶେଷ ହେବାର ୧୧ଦିନ ପୂର୍ବରୁ ପୂର୍ବତଟ ରେଳପଥ ତା’ର ପରିସୀମା ମଧ୍ୟରୁ ଉକ୍ତ ପରିମାଣର ପଣ୍ୟ ବୋଝେଇକରି ଏହି ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସେହିଭଳି ଗତ ଆର୍ଥିକ ବର୍ଷର ସମାନ ସମୟ ମଧ୍ୟରେ ପୂର୍ବତଟ ରେଳପଥ ୨୨୩.୬୪ ନିୟୁତ ଟନ୍‌ ପଣ୍ୟ ପରିବହନ କରିଥିଲା ବେଳେ ୨୦୨୧-୨୨ ଆର୍ଥିକ ବର୍ଷରେ ମୋଟ ୨୩୨.୧୩ ନିୟୁତ ଟନ୍‌ ପଣ୍ୟ ପରିବହନ କରିଥିଲା। ଉଲ୍ଲେଖଯୋଗ୍ୟ, ପୂର୍ବତଟ ରେଳପଥ ୨୨୦ ନିୟୁତ ଟନ୍‌ ଏବଂ ୨୩୦ ନିୟୁତ ଟନ୍‌ର ମାଇଲଖୁଣ୍ଟ ଅତିକ୍ରମ କରିସାରିଥିବାବେଳେ ଚଳିତ ଆର୍ଥିକ ବର୍ଷରେ ୨୪୦ନିୟୁତ ଟନ୍‌ ଅତିକ୍ରମ କରିବାକୁ ପୂର୍ବତଟ ରେଳପଥ ଦୃଢ଼ ବିଶ୍ୱାସ ରଖିଛି। ପୂର୍ବତଟ ରେଳପଥ ପାଇଁ ଚଳିତ ଆର୍ଥିକ ବର୍ଷରେ ୨୪୦.୬୦ନିୟୁତ ଟନ୍‌ ପଣ୍ୟ ବୋଝେଇ କରିବାକୁ ରେଳ ମନ୍ତ୍ରଣାଳୟ ପକ୍ଷରୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ସେହିପରି ପଣ୍ୟ ପରିବହନ କ୍ଷେତ୍ରରୁ ପୂର୍ବତଟ ରେଳପଥ ୨୦୨୨-୨୩ ଆର୍ଥିକ ବର୍ଷର ଉପରୋକ୍ତ ସମୟ ମଧ୍ୟରେ ୨୩,୮୭୨.୬୯ କୋଟି ଟଙ୍କା ଆୟ କରିଛି, ଯାହା ଗତ ଆର୍ଥିକ ବର୍ଷରେ ସମୁଦାୟ ଆୟ ୨୨,୧୮୪.୮୫ କୋଟି ଟଙ୍କାକୁ ଅତିକ୍ରମକରି ପ୍ରାୟ ୭.୬% ବୃଦ୍ଧି ଆଣି ପାରିଛି। ଅପରପକ୍ଷରେ ପଣ୍ୟ ବୋଝେଇ ଏବଂ ଟ୍ରେନ୍‌ ଚଳାଚଳ କ୍ଷେତ୍ରରେ ଅନେକ ପ୍ରତିବନ୍ଧକ ଏବଂ ପ୍ରତିକୂଳ ପ୍ରଭାବ ସତ୍ତ୍ୱେ ପୂର୍ବତଟ ରେଳପଥ ଉକ୍ତ ରେକର୍ଡ ହାସଲ କରିଛି। ରେଳ ମନ୍ତ୍ରଣାଳୟର ଅଭିନବ ପଦକ୍ଷେପ ଏବଂ ପ୍ରମୁଖ ହସ୍ତକ୍ଷେପ ଉପରେ ଧ୍ୟାନଦେଇ ଗତ ଆର୍ଥିକ ବର୍ଷର ପଣ୍ୟ ବୋଝେଇକୁ ଅତିକ୍ରମ କରି ପୂର୍ବତଟ ରେଳପଥ ରେକର୍ଡ ହାସଲ ସହ ଫାଷ୍ଟ-ଟ୍ରାକ୍‌ରେ ପହଞ୍ଚାଇବାରେ ସାହାଯ୍ୟ କରିଛି। ପୂର୍ବତଟ ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମା ଉକ୍ତ ସଫଳତା ପାଇଁ ପୂର୍ବତଟ ରେଳପଥର ୩ ରେଳ ମଣ୍ଡଳ ଓ ଉତ୍ସର୍ଗୀକୃତ କର୍ମଚାରୀଙ୍କୁ ସମ୍ପୂର୍ଣ୍ଣ ଶ୍ରେୟ ଦେଇଛନ୍ତି। ଏହା ସହିତ ସେ ରେଳପଥର ସହଭାଗୀ କୋଲିୟାରୀ, ବନ୍ଦର, ଇସ୍ପାତ କାରଖାନା, ସିମେଣ୍ଟ, ଆଲୁମିନା ପ୍ଲାଣ୍ଟ, ପେଟ୍ରୋଲିୟମ କମ୍ପାନୀ ଏବଂ ଖାଦ୍ୟ ନିଗମ ସମେତ ସମସ୍ତ ହିତାଧିକାରୀଙ୍କ ଉଦ୍ୟମ ଏବଂ ସହଯୋଗ ଯୋଗୁ ଏହି ସଫଳତା ମିଳିପାରିଛି ବୋଲି ଶର୍ମା ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀଙ୍କ ବଡ଼ ଘୋଷଣା, ଏଣିକି ଶସ୍ତାରେ ବୁକ୍‌ କରିପାରିବେ ଟ୍ରେନ-ବସ୍‌ ଟିକେଟ୍‌

ନୂଆଦିଲ୍ଲୀ,୧୯।୧୦: ଯଦି ଆପଣ ସବୁବେଳେ ଯାତ୍ରା କରିବାକୁ ପସନ୍ଦ କରୁଛନ୍ତି, ଆପଣଙ୍କ ପାଇଁ ଖୁସି ଖବର। ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀ ଦ୍ୱାରା ଏକ ଏପରି...

ତନିସ୍କର ସ୍ବତନ୍ତ୍ର ଅଫର୍‌: ସୁନା-ହୀରା ମୂଲ୍ୟରେ…

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଟାଟାର  ଗହଣା ରିଟେଲ ବ୍ରାଣ୍ଡ ତନିସ୍କ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୩ଟି  ନୂଆ ଷ୍ଟୋରର ଶୁଭାରମ୍ଭ କରିଛି। ଶୁକ୍ରବାର ଭୁବନେଶ୍ୱରର ପାତ୍ରପଡ଼ା ଓ...

୨୫ ରାଜ୍ୟ, ୧୩ ଦେଶର ଉତ୍ପାଦ ଗୋଟିଏ ସ୍ଥାନରେ

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଦଶମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା- ୨୦୨୪ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପକ୍ଷରୁ ଶୁକ୍ରବାର ଉଦ୍‌ଘାଟନ ହୋଇଯାଇଛି। ଏହି ମେଳାର...

ଓଡ଼ିଶାରେ ୧ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ:୨ ଲକ୍ଷ ନୂଆ ନିଯୁକ୍ତି ଆଶା

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ବେଦାନ୍ତ ଗତ ୨୦ ବର୍ଷ ମଧ୍ୟରେ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ କରିବା ସହ ରାଜ୍ୟରେ ୧ ଲକ୍ଷରୁ ଅଧିକ ନିଯୁକ୍ତି...

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri