Advertisement

ଟ୍ରକ୍‌ ସହ ମୁହାଁମୁହିଁ ପିଟିହେଲା ଯାତ୍ରୀବାହୀ ବସ୍‌, ୨୦ ଆହତ

ବୌଦ୍ଧ,୧୫ା୪(ଅଜିତ ବାରିକ) : ବୌଦ୍ଧ ଜିଲା ରାଣୀପଦର ଘାଟିରେ ସୋମବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନାଯୋଗ୍ୟ, ଆଜି ସକାଳେ ବସ୍‌ଟି ଫୁଲବାଣୀ ଅଭିମୁଖେ ଯାଉଥିଲା। ରାଣୀପଦର ଘାଟି ନିକଟରେ ବୀପରିତ ଦିଗରୁ ଆସୁଥିବା ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share