କନଷ୍ଟେବଳଙ୍କ ବୁଲେଟ ଧକ୍କାରେ ଜଣେ ଯାତ୍ରୀଙ୍କ ଚାଲିଗଲା ଜୀବନ

ପାଟଣା,୧୫।୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ୪୯ ନମ୍ବର ଜାତୀୟ ରାଜପଥ ବାଉଁଶୁଳି ନିକଟରେ ମଙ୍ଗଳବାର ୨ ପୋଲିସ କନଷ୍ଟେବଳଙ୍କର ବୁଲେଟ ଧକ୍କାରେ ଜଣେ ବସ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ପାଟଣା ଥାନା ଦୁବେଇ ପେଣ୍ଠ ଗ୍ରାମର ଜଗବନ୍ଧୁ ମହାରଣା।

ସୂଚନା ଅନୁଯାୟୀ, ଜଗବନ୍ଧୁ ବାଉଁଶୁଳି ଛକ ନିକଟରେ ଏକ ବସରୁ ଓହ୍ଲାଇ ରାସ୍ତା କଡ ରେ ଛିଡ଼ା ହୋଇଥିବା ସମୟରେ ତୁରୁମୁଙ୍ଗା ଥାନା କନଷ୍ଟେବଳ ବିଶ୍ୱରଞ୍ଜନ ଭଞ୍ଜଦେଓ ଓ ବଲାଣି ଥାନା କନଷ୍ଟେବଳ ପୁରୁଷୋତ୍ତମ ମହାନ୍ତ ଏକ ବାଇକରେ ତୁରୁମୁଙ୍ଗାରୁ କେନ୍ଦୁଝରକୁ ଡ୍ୟୁଟି କରିବାକୁ ଯାଉଥିବାବେଳେ ଜଗବନ୍ଧୁଙ୍କୁ ଧକ୍କା ଦେଇଥିଲେ। ଜଗବନ୍ଧୁ ଗୁରୁତର ହୋଇ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ ହେଁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ବଲାଣି ଥାନା କନେଷ୍ଟବଳ ପୁରୁଷୋତ୍ତମ ମହାନ୍ତ ଏହି ଦୁର୍ଘଟଣାରେ ଗୁରୁତର ହୋଇ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି।

ଦୁର୍ଘଟଣା ପରେ ସ୍ଥାନୀୟ ଉତ୍ୟକ୍ତ ଲୋକ ୨ କନଷ୍ଟେବଳ ମଦ୍ୟପାନ କରି ଗାଡ଼ି ଦୁର୍ଘଟଣା କରିଥିବା ଅଭିଯୋଗ ଆଣି କନଷ୍ଟେବଳଙ୍କୁ ଘେରିଥିଲେ। ତେବେ ତୁରୁମୁଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ମେଡିକାଲକୁ ପଠାଇଛି। ଜଗବନ୍ଧୁ ପାଟଣା ବ୍ଲକ ବାଉଁଶୁଳୀସ୍ଥିତ ଭଉଣୀ ଘରକୁ ଆସୁଥିବାବେଳେ ଦୁର୍ଘଟଣାର ଶିକାର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ବିଜେଡିରେ ଚହଳ: ଏମପି ପ୍ରାର୍ଥୀ ରଂଜିତାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଲେ ଲତିକା, ଭାଜପା ସହ ହାତ ମିଳାଇ…

ଗଞ୍ଜାମ ବିଜେଡିରେ ହଲଚଲ। ଆସ୍କା ଏମପି ପ୍ରାର୍ଥୀ ରଂଜିତା ସାହୁଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି କବିସୂର୍ଯ୍ୟନଗର ପୂର୍ବତନ ବିଧାୟକ ଲତିକା ପ୍ରଧାନ। ସେ କହିଛନ୍ତି,...

୫ବର୍ଷର ଝିଅ ପେଟରେ ଛୁରି ଭୁସି ମାରିଦେଲେ ବାପା

ଚିତ୍ରକୋଣ୍ଡା,୧୬।୧୦: ବାପା କଲେ ଏମିତି, ସାବତ ମା’ଙ୍କ କଥାରେ ପଡ଼ି ନିଜର ୫ବର୍ଷର ଝିଅକୁ ଛୁରି ଭୁସି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏପରି ଘଟଣା...

ନବୀନଙ୍କ ଜନ୍ମଦିନରେ ସମୁହ ଦୀପଦାନ

ଛତ୍ରପୁର,୧୬।୧୦(ଦିଲ୍ଲୀପ ସାମଲ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଆଜି ୭୯ ବର୍ଷରେ ପାଦ ଥାପିଛନ୍ତି। ବୁଧବାର ତାଙ୍କ ଜନ୍ମଦିନ ।...

ଟ୍ରାଙ୍କୁଲାଇଜ ହୋଇ ହାତୀ ଛୁଆକୁ ନନ୍ଦନକାନନ ଅଣାଯାଉଛି

ଖୋର୍ଦ୍ଧା,୧୬।୧୦: ରାଉରକେଲାରେ ହାତୀ ପଲଙ୍କୁ ଟ୍ରେନ ଧକ୍କା ଦେବା ଘଟଣାରେ ଆହତ ହାତୀ ଛୁଆକୁ ଚିକିତ୍ସା ପାଇଁ ନନ୍ଦନକାନନ ଅଣାଯାଉଛି। ଟ୍ରାଙ୍କୁଲାଇଜ ପରେ ଆହତ ହାତୀକୁ...

ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼: ଏକ ପ୍ଲାଟୁନ ଫୋର୍ସ ମୁତୟନ

ବ୍ରହ୍ମପୁର, ୧୬।୧୦ (ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ଫୁଲଟା ଗାଁ’ରେ ପୁଣି ଥରେ ଗୋଷ୍ଠୀ ସଂଘର୍ଷକୁ କେନ୍ଦ୍ର କରି ବୋମାମାଡ ହୋଇଛି। ବୁଧବାର...

ଶ୍ୱଶୁର ଘରେ ଜ୍ୱାଇଁଙ୍କ ଉନ୍ମୁକ୍ତ କାଣ୍ଡ: ସ୍ତ୍ରୀ-ପୁତୁରାଙ୍କୁ ହାଣିଲେ

ବ୍ରହ୍ମଗିରି, ୧୬।୧୦(ସ୍ବାଧୀନ ଚମ୍ପତ୍ତିରାୟ): ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ କୁସୁବେଣ୍ଟି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ନିଜ ଶ୍ୱଶୁର...

ଅମଳ ପୂର୍ବରୁ ଧାନ ଫସଲରେ ରୋଗପୋକ

ବରଗଡ଼,୧୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଅଧିକ ଧାନଚାଷ ଯୋଗୁ କୃଷି ପ୍ରଧାନ ଜିଲା ଭାବେ ମଧ୍ୟ ଏହି ଜିଲା ପରିଚିତ। ହେଲେ ଏଠାରେ...

ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ପୂର୍ବତନ ବିଧାୟକଙ୍କ ଝିଅ

ଆଳି,୧୬।୧୦(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଝିଅ ଡା. ଦେବସ୍ମିତା ଶର୍ମାଙ୍କୁ ତାଙ୍କ ଶାଶୁଘର ଲୋକ ଯୌତୁକ ଲାଗି ନିର୍ଯାତନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri