ମୋ’ ବସ୍‌ ଧକ୍କାରେ ଜଣେ ମୃତ

କଟକ ସଦର, ୪।୬(ଡି.ଏନ୍‌.ଏ.): ୪୨ ମୌଜା ଥାନା ଅନ୍ତର୍ଗତ ଦଧିବାମନପୁର ଛକରେ ଶନିବାର ସନ୍ଧ୍ୟାରେ ମୋ’ ବସ୍‌ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଏହି ଥାନା ଅନ୍ତର୍ଗତ ଦଧିବାମନପୁର ଗ୍ରାମର ନୀରୋଦ ସାମଲ(୪୫)। ପ୍ରତ୍ୟକ୍ଷଦର୍ଶୀଙ୍କ କହିବାନୁଯାୟୀ, ମୋ’ ବସ୍‌ (ନଂ. ଓଡ଼ି୦୫ଟି-୭୦୩୬)ଟି ଯାତ୍ରୀ ନେଇ କନ୍ଦରପୁରରୁ କଟକ ଭାୟା ୪୨ ମୌଜା ଦେଇ ଯାଉଥିବାବେଳେ ଦଧିବାମନପୁରଠାରେ ନୀରୋଦଙ୍କୁ ପଛରୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। କ୍ଷତିପୂରଣ ପ୍ରଦାନ ଦାବିରେ ସ୍ଥାନୀୟ ଲୋକେ ସନ୍ଧ୍ୟା ୭ଟାରୁ ଟାୟାରଜାଳି ରାସ୍ତାରୋକୋ କରିଥିଲେ। ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଦୁର୍ଘଟଣା ଘଟାଇଥିବା ବସ୍‌କୁ ହେପାଜତକୁ ନେଇଛି। ରିପୋର୍ଟ ଲେଖାଯିବାବେଳକୁ ପୋଲିସ ସହ ଆଲୋଚନା ଚାଲିଥିଲେ ମଧ୍ୟ ରାସ୍ତାରୋକୋ ଜାରି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉଜୁଡା ଫସଲ ଦେଖି ଧାନ କ୍ଷେତରେ ଟଳିପଡିଲେ ଚାଷୀ

ସାକ୍ଷୀଗୋପାଳ, ୨୩।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଅଦିନିଆ ବର୍ଷା ପାଣିରେ ଧାନ ଫସଲ ପଡିଥିବା ଦେଖି ଜଣେ ଚାଷୀ ସୋମବାର ଧାନ କ୍ଷେତରେ ଟଳି ପଡ଼ିଛନ୍ତି।...

ଥାନା ଅଞ୍ଚଳରେ ସିରିଜ ଚୋରି: ବଢିଲା ପୋଲିସର ମୁଣ୍ଡବ୍ୟଥା

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଇଲାକାରେ ସିରିଜ ଚୋରି ପୋଲିସର ମୁଣ୍ଡବ୍ୟଥା ବଢାଇ ଦେଇଛି। ଦୁର୍ବୃତ୍ତମାନେ ଲଗାଣ ବର୍ଷା ଓ ଶୀତ ରାତିର ସୁଯୋଗ...

ଜିନ୍ନତକୁ ଟ୍ରାଙ୍କୁଲାଇଜ ପାଇଁ ଚାଲିଛି ଉଦ୍ୟମ

ଭୁବନେଶ୍ୱର,୨୩।୧୨: ଶିମିଳିପାଳରୁ ଖସି ପଳାଇଥିବା ବାଘୁଣୀ ଜିନ୍ନତକୁ ଓଡ଼ିଶା ଫେରାଇ ଆଣିବାକୁ ବନ ବିଭାଗ କସରତ ଆରମ୍ଭ କରିଦେଇଛି। ବାଘୁଣୀ ଜିନ୍ନତ ଏବେ ପଶ୍ଚିମବଙ୍ଗ ପୁରୁଲିଆରେ...

ଖବରକାଗଜ ବିତରକଙ୍କ ଉପରକୁ ଡେଇଁଲା ମାଙ୍କଡ଼: ଆଉ ତା’ପରେ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ସଦରମହାକୁମା ଛତ୍ରପୁରରେ ମାଙ୍କଡ଼ ମାନଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ଜଣେ ଖବରକାଗଜ ବିତରକ ଏହାର ଏହାର ଶିକାର ହୋଇଛନ୍ତି।...

ଏଫଏକ୍ୟୁ ମାନ କୋହଳ ପାଇଁ ଉଠିଲା ଦାବି

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ହେତୁ ଖରିଫ ଧାନ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ କୋହଳ, ଟୋକେନ ଅବଧି ବର୍ଦ୍ଧିତ ଦାବି...

ରୁବେନ ବାନାର୍ଜୀଙ୍କ ବହିକୁ ନେଇ ବିଜେଡିରେ କମ୍ପନ: ମୁହଁ ଖୋଲିଲେ ଅରୁଣ ସାହୁ

ଭୁବନେଶ୍ୱର,୨୩।୧୨: ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ପୁସ୍ତକ ‘ନବୀନ ପଟ୍ଟନାୟକ-ଦ ଅଥରେଟିଭ୍‌ ବାୟୋଗ୍ରାଫି ରିଭାଇଜ୍‌ଡ୍‌ ଆଫ୍ଟର ୨୦୨୪ ଇଲେକ୍ସନ’କୁ ନେଇ ବିଜେଡିରେ କମ୍ପନ ସୃଷ୍ଟି ହୋଇଛି।...

ଖୋଲିଲା ଧାନ ମଣ୍ଡି: ଶୁଭାରମ୍ଭ କଲେ ବିଧାୟକ

ପାଟଣା,୨୩।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଖରିଫ ଋତୁରେ ଧାନ କ୍ରୟ କରିବା ପାଇଁ ପାଟଣା ବ୍ଲକ ଅଧିନରେ ଥିବା ୨ ଶାଖା...

ଜିଲା ରାଇଫଲ ସଂଘର ନୂଆ କର୍ମକର୍ତ୍ତାଙ୍କ ନାମ ଘୋଷଣା କଲେ ବିଧାୟକ କଳିକେଶ ନାରାୟଣ ସିଂଦେଓ

ବଲାଙ୍ଗୀର,୨୩ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ନାରାୟଣ ସିଂଦେଓଙ୍କ ସ୍ପୋର୍ଟ କମ୍ପ୍ଲେକ୍ସଠାରେ ଜିଲା ରାଇଫଲ ସଂଘର ସଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା। ସୋମବାର ବଲାଙ୍ଗୀର ବିଧାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri