ଗାଈକୁ ଘଉଡ଼ାଉଥିଲେ: ଗରମ ଡାଲିହଣ୍ଡାରେ ପଡ଼ି ଗଲେ ରୋଷେୟା

ଜି.ଉଦୟଗିରି,୧୬।୨(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଘୁମୁସର ଉଦୟଗିରି ବ୍ଲକ ଅଧୀନ ରଟିଙ୍ଗିଆ ପଞ୍ଚାୟତ ଡଡ଼ାପଡ଼ା ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଗାଁରେ ଚାଲିଥିବା ଅଷ୍ଟପ୍ରହର ନାମଯଜ୍ଞ ରୋଷେଇ ଶାଳ ଡାଲିହଣ୍ଡାରେ ପଡ଼ି ଜଣେ ରୋଷେୟା ଗୁରୁତର ହୋଇଛନ୍ତି। ସେ ହେଲେ କାହ୍ନା ପ୍ରଧାନ(୨୫)।

ମିଳିଥିବା ସୂଚନା ମୁତାବକ, ଡଡ଼ାପଡ଼ାରେ ଗୁରୁବାର ଅଷ୍ଟପ୍ରହରୀ ନାମ ଯଜ୍ଞ ଆରମ୍ଭ ହୋଇଥିଲା। ଏନେଇ ଗାଁରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଥିଲା। ଶୁକ୍ରବାର ଅଷ୍ଟପ୍ରହର ରୋଷେଇ ଶାଳରେ ଶ୍ରଦ୍ଧାଳୁଙ୍କ ପାଇ ପ୍ରସାଦ ଶେବନର ବ୍ୟବସ୍ଥା ହେବା ସହ ରୋଷେଇ କାର୍ଯ୍ୟ ଚାଲିଥିଲା। ରୋଷେୟା କାହ୍ନା ଏଥିରେ ନିୟୋଜିତ ହୋଇଥିଲେ।

ହେଲେ ରୋଷେଇ ଚାଲିଥିବା ବେଳେ ଏକ ଗାଈ ରୋଷେଇ ଶାଳ ଆଡ଼କୁ ଚାଲି ଆସିଥିଲା। ହେଲେ କାହ୍ନା ଗାଈକୁ ଘଉଡାଇବାକୁ ଯାଇଥିଲେ। ସେତିକିବେଳେ କାହ୍ନା କୌଣସି କାରଣ ବଶତଃ ଭାରସାମ୍ୟ ହରାଇ ଡାଲିହଣ୍ଡା ଭିତରେ ପଡ଼ିଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ତୁରନ୍ତ ଏକ ଅଟୋ ଯୋଗେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତ କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri