ରାଜ୍ୟରେ ବିରଳ ଘଟଣା ଦେଖିବାକୁ ମିଳୁଛି : ସମୀର

ଭୁବନେଶ୍ବର, ୧୪ା୬(ସୁନୀତ୍‌ ମିଶ୍ର): ବିଜେଡି ରାଜନୀତିକୁ ନେଇ ଭାଜପାର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ପ୍ରଶ୍ନ କରିଛନ୍ତି। ତେବେ ବିଜେଡି କିନ୍ତୁ ସମୀର ତାଙ୍କ ଦଳରେ କୋଣଠେସା ହୋଇପଡ଼ିଥିବା କଥା କହି ପାଲଟା ଟାର୍ଗେଟ କରିଛି। ସମୀର ଟୁଇଟ୍‌ କରି କହିଛନ୍ତି, ଓଡ଼ିଶାରେ କିଛିଦିନ ହେବ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ଦେଖିବାକୁ ମିଳୁଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରେ ରହି ତାଙ୍କ ବ୍ୟକ୍ତିଗତ ସହାୟକଙ୍କୁ ରାଜ୍ୟର ବିକାଶର କାମ ଦେଇଥିବା ନଜରକୁ ଆସୁଛି। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସହାୟକ ରାଜ୍ୟର ବିଭିନ୍ନ ସ୍ଥାନ ବୁଲି ଜନସାଧାରଣଙ୍କୁ ଅବଗତ କରାଉଛନ୍ତି, ଲୋକଙ୍କ କଥାକୁ ମୁଖ୍ୟମନ୍ତ୍ରୀଙ୍କ ପାଖରେ ପହଞ୍ଚାଇବା ପାଇଁ ସେମାନଙ୍କ ନିକଟକୁ ନବୀନ ତାଙ୍କୁ ପଠାଇଛନ୍ତି ା ସାମ୍ବିଧାନିକ ବ୍ୟବସ୍ଥାରେ ମନ୍ତ୍ରୀ, ଏମ୍‌ପି, ବିଧାୟକ, ଜିଲା ପରିଷଦ ଓ ସରପଞ୍ଚ ଜନସାଧାରଣଙ୍କ ସମସ୍ୟା ବୁଝିବା ପାଇଁ ରହିଥାନ୍ତି। ଓଡ଼ିଶାରେ କିନ୍ତୁ ଏହାର ବିପରୀତ ତଥା ବିରଳ ଘଟଣା ଦେଖିବାକୁ ମିଳୁଛି। ଏମ୍‌ପି ଓ ବିଧାୟକମାନେ ବ୍ୟକ୍ତିଗତ ସହାୟକଙ୍କ ପାଇଁ ମଞ୍ଚ ବାନ୍ଧିବାଠାରୁ ଲୋକ ଯୋଗାଡ କାର୍ଯ୍ୟରେ ନିୟୋଜିତ ଅଛନ୍ତି, ଯାହା ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ ବୋଲି ସମୀର କହିଛନ୍ତି।
ତେବେ ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର ଟୁଇଟ୍‌ କରି କହିଛନ୍ତି, ରାଜ୍ୟ ରାଜନୀତିରେ ନିଜ ଦଳରୁ କୋଣଠେସା ହୋଇଥିବା ରାଜ୍ୟ ଭାଜପାର ଜଣେ ବରିଷ୍ଠ ନେତା କିଭଳି ଈର୍ଷାନ୍ବିତ ଓ ନିରାଶ ହୋଇପଡ଼ିଛନ୍ତି ତାହା ତାଙ୍କ ବିବୃତିରୁ ଜଣାପଡିଯାଉଛି। ଯେତେବେଳେ ରାଜ୍ୟ ସରକାର ଭଲ କାମ କରୁଛନ୍ତି ଏବଂ ଲୋକଙ୍କ ନିକଟରେ ପହଞ୍ଚୁଛନ୍ତି ସେତେବେଳେ ଏହି ନେତା ଜଣକ କାହିଁକି ଭୟଭୀତ ଓ ଈର୍ଷାନ୍ବିତ ହେଉଛନ୍ତି କୁହନ୍ତୁ। ଏହି ନେତା କହିପାରିବେ କି ଗତ କିଛି ବର୍ଷ ମଧ୍ୟରେ ଓଡ଼ିଶାରେ କେତୋଟି କେନ୍ଦ୍ରୀୟ ବିଦ୍ୟାଳୟ, କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଏବଂ ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଶନ ଅଫ୍‌ ଏମିନେନ୍ସ ପ୍ରତିଷ୍ଠା କରାଯାଇଛି। ଗତ ୯ ବର୍ଷରେ ସମ୍ବଲପୁରରୁ କଟକ ଏବଂ ଡୁବୁରିରୁ ଚଣ୍ଡିଖୋଲ ପର୍ଯ୍ୟନ୍ତ ଜାତୀୟ ରାଜପଥ ଅତ୍ୟନ୍ତ ଖରାପ ଅବସ୍ଥାରେ ରହିଛି। ଏହି ଜାତୀୟ ରାଜପଥଗୁଡ଼ିକର ନିର୍ମାଣ ସାରିବା ପାଇଁ ଏହି ନେତା ଜଣଙ୍କ କ’ଣ କରିଛନ୍ତି। ସମୀରଙ୍କ କିଛି ଟୁଇଟ୍‌ ମଧ୍ୟ ଅତ୍ୟନ୍ତ ହାସ୍ୟାସ୍ପଦ। ସେ ହୁଏତ ଜାଣି ନ ଥିବେ ତାଙ୍କ ଟୁଇଟର ହ୍ୟାଣ୍ଡେଲରେ କ’ଣ ଟୁଇଟ୍‌ କରାଯାଇଛି ବୋଲି ସସ୍ମିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri