ବିରଳ ବାତ୍ୟା! ଦାନାର ନାହିଁ ଆଖି

ଭୁବନେଶ୍ୱର,୨୪।୧୦: ଭୟଙ୍କର ରୂପ ଦେଖାଇଲାଣି ବାତ୍ୟା ଦାନା। କେନ୍ଦ୍ରାପଡା ଭିତରକନିକା ଓ ଭଦ୍ରକ ଧାମରା ଭିତରେ ଉପକୂଳ ଛୁଇଁବ ଲାଗି ୧୨ କିମି ବେଗରେ ମାଡି ଆସୁଛି ଦାନା। ତେବେ ଏହାରି ଭିତରେ ଦାନାର ଆଖିକୁ ନେଇ ଆସିଛି ବଡ଼ ଖବର। ଆଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏନେଇ ଗଣମାଧ୍ୟମକୁ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବାତ୍ୟା ଦାନାର ଆଖି ସୃଷ୍ଟି ହୋଇନି କି ହେବନି। ଦାନାର ଆଖି ନାହିଁ। ବହୁତ ବଡ଼ ବାତ୍ୟା ହେଲେ ଆଖି ସୃଷ୍ଟି ହୋଇଥାଏ। ଦାନା ଭୀଷଣ ବାତ୍ୟାରେ ସୀମିତ ଥିବାରୁ ଆଖି ସୃଷ୍ଟି ହୋଇନାହିଁ।

ମାଡି ଆସୁଛି ଅତି ଭୀଷଣ ବାତ୍ୟା ଦାନା। ମଝି ରାତିରେ ଛୁଇଁବ ସ୍ଥଳଭାଗ । ଭୀଷଣ ବର୍ତ୍ତମାନ ଏହା ପାରାଦୀପଠାରୁ ୨୧୦ କିମି ଦକ୍ଷିଣ-ପୂର୍ବ ଦିଗରେ ଓ ଧାମରା ବନ୍ଦରଠାରୁ ୨୪୦ କିମି ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। ଘଣ୍ଟାପ୍ରତି ୧୨କିମି ବେଗରେ ଉପକୂଳ ଆଡକୁ ମାଡି ଆସୁଛି ବାତ୍ୟା ଦାନା । କେନ୍ଦ୍ରାପଡା ଜିଲାର ଭିତରକନିକା ଓ ଭଦ୍ରକ ଜିଲାର ଧାମରା ମଧ୍ୟରେ ସ୍ଥଳଭାଗ ମଧ୍ୟକୁ ପ୍ରବେଶ କରିବ ଦାନା । ସ୍ଥଳ ଭାଗ ଛୁଇଁବା ସମୟରେ ପବନର ଘଣ୍ଟାପ୍ରତି ବେଗ ୧୦୦ରୁ ୧୨୦ କିମି ରହିବ। ତେବେ ଏହାରି ଭିତରେ ବଡ଼ ଖବର ସାମ୍ନାକୁ ଆସିଛି ଯେ, ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ ପୂର୍ବରୁ ସାମାନ୍ୟ ଦିଗ ବଦଳାଇପାରେ। ପଶ୍ଚିମ ଓ ପଶ୍ଚିମଦକ୍ଷିଣ ଆଡ଼େ ଟିକେ ଦିଗ ବଦଳାଇପାରେ ବୋଲି ସୂଚନା ଦେଲେ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା। ଏହା ପ୍ରଭାବରେ ୨୬ ବେଳକୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ।

ଭୀଷଣ ରୂପରେ ଆସୁଥିବା ’ଦାନା’ ପ୍ରଭାବରେ ଉତ୍ତର ଉପକୂଳବର୍ତ୍ତୀ ଜିଲାଗୁଡିକୁ ଅତିରୁ ଅତିପ୍ରବଳ ବର୍ଷା ଜାରି ରହିବ। ସଂଲଗ୍ନ ଜିଲାଗୁଡିକୁ ଦୁଇ ଦିନ ଅତି ପ୍ରବଳ ବର୍ଷା ହେବ। ତେବେ ସମୁଦ୍ର ଜୁଆରର ପ୍ରଭାବ ଉପକୂଳରେ ଉପକୂଳବର୍ତ୍ତୀ ଜିଲା ଯଥା କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର ଉପକୂଳରେ ସମୁଦ୍ର ଜୁଆର ୧ରୁ ୨ ମିଟର ଅଧିକ ଉଚ୍ଚ ରହିବ।

ବାତ୍ୟା ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ଆରମ୍ଭ ହୋଇଥିବାବେଳେ ଆଭ୍ୟନ୍ତରୀଣ ଓଡିଶାରେ ମଧ୍ୟ ବର୍ଷା ଆରମ୍ଭ ହୋଇଛି । ସୂଚନା ଅନୁସାରେ, ଏବେ ଏହା ୧୨ କିଲୋମିଟର ବେଗରେ ଆଗଉଛି । ତେବେ ଏହାରି ଭିତରେ ବଡ଼ ଖବର ସାମ୍ନାକୁ ଆସିଛି ଯେ, ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ ପୂର୍ବରୁ ସାମାନ୍ୟ ଦିଗ ବଦଳାଇପାରେ। ପଶ୍ଚିମ ଓ ପଶ୍ଚିମଦକ୍ଷିଣ ଆଡ଼େ ଟିକେ ଦିଗ ବଦଳାଇପାରେ ବୋଲି ସୂଚନା ଦେଲେ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା। ଏହା ପ୍ରଭାବରେ ୨୬ ବେଳକୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ।

Share