ହାତ ପାହାନ୍ତାରେ ମିଳିଲା ସରକାରୀ ସୁବିଧା, ୬୦ରୁ ଊର୍ଦ୍ଧ୍ୱ ଖାଦ୍ୟ ବ୍ୟବସାୟୀଙ୍କ ପଞ୍ଜୀକରଣ କଲା ବିଭାଗ

ଦାରିଙ୍ଗବାଡି, ୧୨।୩ (ଅରୁଣ ସାହୁ )-କନ୍ଧମାଳ ଜିଲାରେ ଖାଦ୍ୟ ନିରାପତ୍ତାକୁ ଅଧିକା ଗୁରୁତ୍ୱ ଦିଆଯାଇଛି। ସମସ୍ତ ଖାଦ୍ୟ ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କୁ ଖାଦ୍ୟ ନିରାପତ୍ତାକୁ କିଭଳି ପାଳନ କରିବେ ସେନେଇ ସଚେତନ କରାଯିବା ସହ ସେମାନଙ୍କୁ ଏହି ବ୍ୟବସାୟ କରିବା ପାଇଁ ନାମ ପଞ୍ଜୀକରଣ ବ୍ୟବସ୍ଥା କରାଯାଇଛି। ବୁଧବାର ଜାଗୃତି ସଭଗୃହ ପରିସର ମଧ୍ୟରେ ଜିଲା ସ୍ବାସ୍ଥ୍ୟ ସମିତି ପକ୍ଷରୁ ପଞ୍ଜୀକରଣ ମେଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ଖାଦ୍ୟ ନିରାପତ୍ତା ପ୍ରାଧିକାରଣର ଅଧିକାରୀ ସତ୍ୟବ୍ରତ ଷେଣ୍ଢ ସମସ୍ତ ବ୍ୟବସାୟୀମାନଙ୍କୁ ଖାଦ୍ୟ ସୁରକ୍ଷା ସମ୍ପର୍କରେ ସଚେତନ କରାଇବା ସହ ଅନଲାଇନ ପଞ୍ଜୀକୃତ କରାଇଥିଲେ। ଯେଉଁ ମାନେ ଏହି ଶିବିରରେ ପଞ୍ଜୀକୃତ କରିବାରୁ ବଞ୍ଚିତ ହୋଇଛନ୍ତି ସେମାନେ ଅନଲାଇନରେ ପଞ୍ଜୀକୃତ କରାଇପାରିବେ ବୋଲି ସେ କହିଛନ୍ତି।

ପ୍ରକାଶ ଯେ, ଜିଲା ଖାଦ୍ୟ ନିରାପତ୍ତା ଅଧିକାରୀ ଷେଣ୍ଢ କହିଛନ୍ତି ଯେ ଜିଲାର ବିଭିନ୍ନ ବ୍ଲକରେ ଏଭଳି ଶିବିର କରାଯାଇ ପଞ୍ଜୀକୃତ କରାଯାଉଛି। ପ୍ରଥମେ ଜି.ଉଦୟଗିରି ବ୍ଲକରେ ଏହି ମେଳା ଅନୁଷ୍ଠିତ ହୋଇଥିବା ବେଳେ ଦିତୀୟ ବ୍ଲକ ଭାବେ ଦାରିଙ୍ଗବାଡିରେ ଏହି ମେଳା ର ଆୟୋଜନ କରାଯାଇଥିବା ସେ କହିଛନ୍ତି। ହାତ ପାହାନ୍ତାରେ ବ୍ୟବସାୟୀମାନଙ୍କ ପଞ୍ଜୀକୃତ ହୋଇଥିବାରୁ ଦାରିଙ୍ଗବାଡ଼ି ବଣିକ ସଙ୍ଘ ସମେତ ବ୍ରାହ୍ମଣୀଗାଁ, ସିମନବାଡି, ଗଦାପୁର, ବୁଡଗୁଡା ଆଦି ପଞ୍ଚାୟତ ଅଞ୍ଚଳର ବ୍ୟବସାୟୀମାନେ ଜିଲା ପ୍ରଶାସନ ଓ ଖାଦ୍ୟ ନିରାପତ୍ତା ପ୍ରାଧିକରଣ ବିଭାଗକୁ ସାଧୁବାଦ ଜଣାଇଛନ୍ତି। ଏହାଦ୍ୱାରା ବ୍ୟବସାୟୀ ଏବଂ ଜିଲାପ୍ରଶାସନ ସହ ଉତ୍ତମ ସମ୍ପର୍କ ସ୍ଥାପନ ହୋଇପାରିଥିବା ବ୍ୟବସାୟୀ ସଙ୍ଘର ଦିଲୀପ କୁମାର ସାହୁ, ଭଗବାନ ସାହୁ, ଲଡ଼ୁ କିଶୋର ସାହୁ ପ୍ରମୁଖ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri